We Believe JesusFé, Esperança e Nova Vida

ହାଗୟ 1

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

ହାଗୟ ହାଗୟ 2 →

1ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,

2“ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ଓ ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ।”

3ସେତେବେଳେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

4“ଏହି ଗୃହ ଭଗ୍ନ ଅବସ୍ଥାରେ ଥାଉ ଥାଉ

5ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି;

6ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ;

7ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି;

8ତୁମ୍ଭେମାନେ ପର୍ବତକୁ ଯାଇ କାଷ୍ଠ ଆଣ ଓ ଏହି ଗୃହ ନିର୍ମାଣ କର;

9ତୁମ୍ଭେମାନେ ବହୁତ ନିମନ୍ତେ ଅପେକ୍ଷା କଲ, ଆଉ ଦେଖ, ତାହା ଅଳ୍ପ ହେଲା; ପୁଣି, ତାହା ଗୃହକୁ ଆଣିଲା ବେଳେ ଆମ୍ଭେ ତହିଁ ଉପରେ ଫୁଙ୍କି ଉଡ଼ାଇ ଦେଲୁ।

10ଏଥିପାଇଁ ତୁମ୍ଭମାନଙ୍କ ସକାଶୁ ଆକାଶ ଶିଶିରରହିତ ହୋଇଅଛି ଓ ପୃଥିବୀ ଆପଣା ଫଳରହିତ ହୋଇଅଛି।

11ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ,

12ସେତେବେଳେ ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ୍‍ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ1:12 ଅବଶିଷ୍ଟାଂଶ ସମସ୍ତେ ଅର୍ଥାତ୍‍ ଯେଉଁମାନେ ବାବିଲ ବନ୍ଦୀତ୍ୱରୁ ଫେରିଥିଲେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ଯେଉଁସବୁ ବାକ୍ୟ ପ୍ରେରଣ କରିଥିଲେ, ସେହି ସବୁରେ ମନୋଯୋଗ କଲେ; ଆଉ, ଲୋକମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ।

13ତହିଁରେ ସଦାପ୍ରଭୁଙ୍କର ଦୂତ ହାଗୟ ଲୋକମାନଙ୍କୁ ସଦାପ୍ରଭୁଙ୍କର ସମ୍ବାଦ ଜଣାଇ କହିଲେ, “ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ସଙ୍ଗେ ସଙ୍ଗେ ଅଛୁ।”

14ପୁଣି, ସଦାପ୍ରଭୁ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି,

15ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ କାର୍ଯ୍ୟ କଲେ।

ହାଗୟ ହାଗୟ 2 →