We Believe JesusFé, Esperança e Nova Vida

ପ୍ରକାଶିତ 16

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ପ୍ରକାଶିତ 15 ପ୍ରକାଶିତ ପ୍ରକାଶିତ 17 →

1ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚସ୍ୱର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଈଶ୍ବରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ।

2ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି ଯନ୍ତ୍ରଣାଦାୟକ କ୍ଷତ ହେଲା।

3ଦ୍ୱିତୀୟ ଦୂତ ଆପଣା ପାତ୍ର ସମୁଦ୍ର ଉପରେ ଢାଳିଲେ; ତହୁଁ ତାହା ମୃତ ଲୋକର ରକ୍ତ ପରି ହେଲା, ଆଉ ସମୁଦ୍ରରେ ଥିବା ସମସ୍ତ ଜୀବ ମଲେ।

4ତୃତୀୟ ଦୂତ ଆପଣା ପାତ୍ର ନଦୀ ଓ ନିର୍ଝରିଣୀଗୁଡ଼ିକ ଉପରେ ଢାଳିଲେ; ତହୁଁ ସେହିସବୁ ରକ୍ତ ହୋଇଗଲା।

5ସେତେବେଳେ ମୁଁ ଜଳାଧିପତି ଦୂତଙ୍କୁ ଏହା କହିବାର ଶୁଣିଲି,

6ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀମାନଙ୍କର ରକ୍ତପାତ କରିଥିଲେ,

7ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି,

8ଚତୁର୍ଥ ଦୂତ ଆପଣା ପାତ୍ର ସୂର୍ଯ୍ୟ ଉପରେ ଢାଳିଲେ; ତହୁଁ ତାହାକୁ ମନୁଷ୍ୟମାନଙ୍କୁ ଅଗ୍ନିରେ ଦଗ୍ଧ କରିବାକୁ ଶକ୍ତି ଦିଆଗଲା।

9ସେତେବେଳେ ମନୁଷ୍ୟମାନେ ମହାତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ବରଙ୍କର ଏହି ସମସ୍ତ କ୍ଲେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନ-ପରିବର୍ତ୍ତନ କଲେ ନାହିଁ।

10ପଞ୍ଚମ ଦୂତ ଆପଣା ପାତ୍ର ସେହି ପଶୁର ସିଂହାସନ ଉପରେ ଢାଳିଲେ; ତହୁଁ ତାହାର ରାଜ୍ୟ ଅନ୍ଧକାରମୟ ହେଲା, ଆଉ ଲୋକମାନେ ବେଦନା ହେତୁ ଆପଣା ଆପଣା ଜିହ୍ୱା କାମୁଡ଼ିବାକୁ ଲାଗିଲେ;

11ପୁଣି, ସେମାନେ ଆପଣା ଆପଣା ବେଦନା ଓ କ୍ଷତ ସକାଶେ ସ୍ୱର୍ଗସ୍ଥ ଈଶ୍ବରଙ୍କର ନିନ୍ଦା କଲେ ଆଉ ଆପଣା ଆପଣା କର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ।

12ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଅାଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା।

13ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ଡ ଭାବବାଦୀର ମୁଖରୁ ବେଙ୍ଗ ପରି ତିନୋଟି ଅପବିତ୍ର ଆତ୍ମା ବାହାରିଲେ;

14ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ବରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି।

15ଦେଖ, ଆମ୍ଭେ ଚୋର ପରି ଆସୁଅଛୁ; “ଯେ ଜାଗ୍ରତ ଥାଇ ଆପଣା ବସ୍ତ୍ର ରକ୍ଷା କରେ, ସେ ଧନ୍ୟ, କାରଣ ତାହା କଲେ ସେ ଉଲଗ୍ନ ହୋଇ ବୁଲିବ ନାହିଁ ଓ ଲୋକେ ତାହାର ଲଜ୍ଜା ଦେଖିବେ ନାହିଁ।”

16ସେହି ଅପବିତ୍ର ଆତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷାରେ ହର୍ମିଗିଦ୍ଦୋନ୍ ନାମକ ଏକ ସ୍ଥାନରେ ଏକତ୍ର କଲେ।

17ସପ୍ତମ ଦୂତ ଆପଣା ପାତ୍ର ଆକାଶରେ ଢାଳିଲେ; ତହୁଁ ମନ୍ଦିର ମଧ୍ୟରୁ ସିଂହାସନଠାରୁ ଏହି ଉଚ୍ଚସ୍ୱର ହେଲା, ସମାପ୍ତ ହେଲା।

18ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ୱର ଓ ବଜ୍ରଧ୍ୱନୀ ହେଲା, ପୁଣି, ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା।

19ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୁଦୀମାନଙ୍କର ନଗରସମୂହ ଭୂମିସାତ୍‍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ବର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ।

20ପୁଣି, ପ୍ରତ୍ୟେକ ଦ୍ୱୀପ ଦୂରୀଭୂତ ହେଲା ଓ ପର୍ବତଗଣ ଆଉ ଦେଖାଗଲେ ନାହିଁ।

21ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ16:21 ଏକ ମହଣ ୪୦ କେ.ଜି ଓଜନର, ଆଉ ଶିଳାବୃଷ୍ଟିର କ୍ଲେଶ ସକାଶୁ ମନୁଷ୍ୟମାନେ ଈଶ୍ବରଙ୍କର ନିନ୍ଦା କଲେ, କାରଣ ସେହି କ୍ଲେଶ ଅତି ଭୟଙ୍କର।

← ପ୍ରକାଶିତ 15 ପ୍ରକାଶିତ ପ୍ରକାଶିତ 17 →