We Believe JesusFé, Esperança e Nova Vida

ପ୍ରକାଶିତ 4

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ପ୍ରକାଶିତ 3 ପ୍ରକାଶିତ ପ୍ରକାଶିତ 5 →

1ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ଦ୍ୱାର ଉନ୍ମୁକ୍ତ; ପୁଣି, ତୂରୀଶବ୍ଦ ସଦୃଶ ମୋ ସହିତ କହୁଥିବା ଯେଉଁ ସ୍ୱର ମୁଁ ପୂର୍ବରେ ଶୁଣିଥିଲି; ତାହା କହିଲା, “ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହିସବୁ ଆମ୍ଭେ ତୁମ୍ଭକୁ ଦେଖାଇବା।”

2ସେହିକ୍ଷଣି ମୁଁ ଆତ୍ମାରେ ଆବିଷ୍ଟ ହେଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ସିଂହାସନ ସ୍ଥାପିତ ହୋଇଅଛି, ପୁଣି, ସିଂହାସନ ଉପରେ ଜଣେ ବସିଅଛନ୍ତି;

3ସେହି ବ୍ୟକ୍ତିଙ୍କ ରୂପ ହୀରା ଓ ମାଣିକ୍ୟ ସଦୃଶ, ଆଉ ସିଂହାସନ ଚତୁର୍ଦ୍ଦିଗରେ ଗୋଟିଏ ମେଘଧନୁ, ତାହା ମର୍କତ ମଣି ତୁଲ୍ୟ।

4ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ।

5ସିଂହାସନ ମଧ୍ୟରୁ ବିଜୁଳି, ବିଭିନ୍ନ ସ୍ୱର ଓ ମେଘଗର୍ଜ୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଈଶ୍ବରଙ୍କ ସପ୍ତ ଆତ୍ମା।

6ସିଂହାସନ ସମ୍ମୁଖରେ ସ୍ଫଟିକ ପରି ସ୍ୱଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଆଗ ଓ ପଛ ଚକ୍ଷୁରେ ପରିପୂର୍ଣ୍ଣ।

7ପ୍ରଥମ ପ୍ରାଣୀ ସିଂହ ସଦୃଶ, ଦ୍ୱିତୀୟ ପ୍ରାଣୀ ଗୋରୁ ସଦୃଶ, ତୃତୀୟ ପ୍ରାଣୀର ମୁଖ ମନୁଷ୍ୟ-ମୁଖ ସଦୃଶ, ପୁଣି, ଚତୁର୍ଥ ପ୍ରାଣୀ ଉଡ଼ନ୍ତା ଉତ୍କ୍ରୋଷପକ୍ଷୀ ସଦୃଶ।

8ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ। ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି,

9ପ୍ରାଣୀମାନେ ଯେତେବେଳେ ସେହି ସିଂହାସନ ଉପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି,

10ସେତେବେଳେ ଚବିଶ ପ୍ରାଚୀନ ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି,

11“ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ବର,

← ପ୍ରକାଶିତ 3 ପ୍ରକାଶିତ ପ୍ରକାଶିତ 5 →