We Believe JesusFé, Esperança e Nova Vida

ଦାନିୟେଲ 12

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଦାନିୟେଲ 11 ଦାନିୟେଲ

1ସେହି ସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେହି ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର ସମୟ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେହି ସମୟରେ ଉଦ୍ଧାର ପାଇବେ।

2ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ।

3ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନନ୍ତକାଳ ପର୍ଯ୍ୟନ୍ତ ତେଜସ୍ୱୀ ହେବେ।

4ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ନଳାକାର ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ।”

5ସେତେବେଳେ ମୁଁ ଦାନିୟେଲ ଅନାଇଲି, ଆଉ ଦେଖ, ଅନ୍ୟ ଦୁଇ ଜଣ ଠିଆ ହୋଇଅଛନ୍ତି, ଜଣେ ନଦୀତୀରର ଏପାଖରେ ଓ ଅନ୍ୟ ଜଣ ନଦୀତୀରର ସେପାଖରେ।

6ପୁଣି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଜଣେ କହିଲେ, “ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ ବର୍ଷ ଲାଗିବ?”

7ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, “ଏହା ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ।”

8ପୁଣି, ମୁଁ ଶୁଣିଲି, ମାତ୍ର ବୁଝିଲି ନାହିଁ; ତହୁଁ ମୁଁ କହିଲି, “ହେ ମୋର ପ୍ରଭୁ, ଏହିସବୁର ପରିଣାମ କʼଣ ହେବ?”

9ତହିଁରେ ସେ କହିଲେ, “ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର; କାରଣ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ ଓ ମୁଦ୍ରାଙ୍କିତ ହୋଇଅଛି।

10ଅନେକେ ଆପଣାମାନଙ୍କୁ ପରିଷ୍କୃତ ଓ ଶୁକ୍ଳ କରିବେ ଓ ପବିତ୍ରୀକୃତ ହେବେ; ମାତ୍ର ଦୁଷ୍ଟମାନେ ଦୁଷ୍ଟାଚରଣ କରିବେ ଓ ଦୁଷ୍ଟମାନଙ୍କ ମଧ୍ୟରୁ କେହି ବୁଝିବେ ନାହିଁ; ମାତ୍ର ଜ୍ଞାନୀ ଲୋକମାନେ ବୁଝିବେ।

11ପୁଣି, ଯେଉଁ ସମୟରେ ନିତ୍ୟ ନୈବେଦ୍ୟ ନିବୃତ୍ତ ହେବ ଓ ବିନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ, ସେହି ସମୟଠାରୁ ଏକ ହଜାର ଦୁଇ ଶହ ନବେ ଦିନ ହେବ।

12ଯେଉଁ ଜନ ଅପେକ୍ଷାରେ ରହେ ଓ ଏକ ହଜାର ତିନି ଶହ ପଞ୍ଚତିରିଶ ଦିନ ପର୍ଯ୍ୟନ୍ତ ଥିବ, ସେ ଧନ୍ୟ।

13ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ।”

← ଦାନିୟେଲ 11 ଦାନିୟେଲ