We Believe JesusFé, Esperança e Nova Vida

ଦ୍ୱିତୀୟ ବିବରଣ 32

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଦ୍ୱିତୀୟ ବିବରଣ 31 ଦ୍ୱିତୀୟ ବିବରଣ ଦ୍ୱିତୀୟ ବିବରଣ 33 →

1ହେ ଆକାଶମଣ୍ଡଳ, କର୍ଣ୍ଣ ଦିଅ, ଆମ୍ଭେ କହିବା;

2ମୋହର ଉପଦେଶ ବୃଷ୍ଟି ପରି ବର୍ଷିବ;

3କାରଣ ମୁଁ ସଦାପ୍ରଭୁଙ୍କ ନାମ ପ୍ରଚାର କରିବି;

4ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ;

5ସେମାନେ ତାହାଙ୍କ ଉଦ୍ଦେଶ୍ୟରେ ଭ୍ରଷ୍ଟାଚରଣ କରିଅଛନ୍ତି, ସେମାନେ ତାହାଙ୍କର ସନ୍ତାନ ନୁହନ୍ତି, ମାତ୍ର ସନ୍ତାନମାନଙ୍କର କଳଙ୍କ;

6ହେ ମୂଢ଼ ଓ ଅଜ୍ଞାନ ଲୋକେ,

7ପୂର୍ବକାଳର ଦିନସବୁ ସ୍ମରଣ କର,

8ସର୍ବୋପରିସ୍ଥ ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ;

9କାରଣ ସଦାପ୍ରଭୁଙ୍କ ଅଂଶ ତାହାଙ୍କର ଲୋକ

10ସେ ତାହାକୁ ପ୍ରାନ୍ତର ଦେଶରେ

11ଯେପରି ଉତ୍କ୍ରୋଶ ପକ୍ଷୀ ଆପଣା ବସାକୁ ଉତ୍ତେଜିତ କରେ,

12ସଦାପ୍ରଭୁ ଏକାକୀ ତାହାକୁ ଗମନ କରାଇଲେ,

13ସେ ପୃଥିବୀର ଉଚ୍ଚସ୍ଥଳୀ ଉପରେ ତାହାକୁ ବାହନ-ଆରୋହଣ ତୁଲ୍ୟ ଗମନ କରାଇଲେ

14ତୁମ୍ଭେ ଗୋଦଧି, ଛାଗର ଦୁଗ୍ଧ ସହିତ ମେଷର ମେଦ,

15ମାତ୍ର ଯିଶୁରୁଣ32:15 ଅର୍ଥ ସଚ୍ଚୋଟ ଚର୍ବିରେ ଫୁଲି ପଦାଘାତ କଲା;

16ସେମାନେ ଅନ୍ୟ ଦେବତାମାନଙ୍କ ଦ୍ୱାରା ତାହାଙ୍କର ଦ୍ୱେଷ ଜନ୍ମାଇଲେ,

17ଯେଉଁମାନେ ଭୂତ, ପରମେଶ୍ୱର ନୁହନ୍ତି,

18ଯେଉଁ ଶୈଳ ତୁମ୍ଭକୁ ଉତ୍ପନ୍ନ କଲେ, ତାହାଙ୍କ ବିଷୟରେ ତୁମ୍ଭେ ଅମନୋଯୋଗୀ ହେଲ

19ସଦାପ୍ରଭୁ ତାହା ଦେଖିଲେ,

20ଆଉ ସେ କହିଲେ, “ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା,”

21ଯେ ପରମେଶ୍ୱର ନୁହନ୍ତି, ତାହା ଦ୍ୱାରା ସେମାନେ ଆମ୍ଭର ଅନ୍ତର୍ଜ୍ୱାଳା ଜନ୍ମାଇଲେ;

22କାରଣ ଆମ୍ଭ କ୍ରୋଧରେ ଅଗ୍ନି ପ୍ରଜ୍ୱଳିତ ହେଲା,

23ଆମ୍ଭେ ସେମାନଙ୍କ ଉପରେ ଅନେକ ଅମଙ୍ଗଳ ଗଦା କରି ଥୋଇବା,

24ସେମାନେ କ୍ଷୁଧାରେ କ୍ଷୀଣ ହେବେ, ସେମାନେ ବ୍ୟାଧିର ଜ୍ୱାଳାରେ

25ବାହାରେ ଖଡ୍ଗ ଶୂନ୍ୟ କରିବ

26ଆମ୍ଭେ କହିଲୁ, ଶତ୍ରୁର ବିରକ୍ତିକି, କେଜାଣି ବିପକ୍ଷମାନେ ବିପରୀତ ବିଚାର କରିବେ,

27ତେବେ ଆମ୍ଭେ ସେମାନଙ୍କୁ ଦୂରରେ ଛିନ୍ନଭିନ୍ନ କରନ୍ତୁ,

28ଯେହେତୁ ସେମାନେ ଯୁକ୍ତିହୀନ-ଗୋଷ୍ଠୀ,

29ଆହା, ସେମାନେ ଯେବେ ଜ୍ଞାନବାନ ହୁଅନ୍ତେ, ସେମାନେ ଏ କଥା ବୁଝନ୍ତେ,

30ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥାʼନ୍ତେ

31କାରଣ ସେମାନଙ୍କର ଶୈଳ ଆମ୍ଭମାନଙ୍କ ଶୈଳ ତୁଲ୍ୟ ନୁହେଁ ବୋଲି

32କାରଣ ସେମାନଙ୍କ ଦ୍ରାକ୍ଷାଲତା ସଦୋମର ଦ୍ରାକ୍ଷାଲତାରୁ

33ସେମାନଙ୍କ ଦ୍ରାକ୍ଷାରସ ନାଗସର୍ପର ଗରଳ

34ଏହା କି ଆମ୍ଭ ନିକଟରେ ସଞ୍ଚିତ ହୋଇ ନାହିଁ

35ସେମାନଙ୍କ ପାଦ ଖସି ପଡ଼ିବା ବେଳେ ସମୁଚିତ ଦଣ୍ଡ ଓ ପ୍ରତିଫଳ ଦେବା ଆମ୍ଭର କର୍ମ;

36ଯେହେତୁ ସଦାପ୍ରଭୁ ସେମାନଙ୍କୁ ଶକ୍ତିହୀନ

37ପୁଣି ସେ କହିବେ, “ସେମାନଙ୍କ ଦେବତାମାନେ କାହାନ୍ତି?

38ଯେଉଁମାନେ ସେମାନଙ୍କ ବଳିର ମେଦ ଭୋଜନ କଲେ

39ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ;

40କାରଣ ଆମ୍ଭେ ଆକାଶ ଆଡ଼େ ହସ୍ତ ଉଠାଇ କହୁ,

41ତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ୍ଗରେ ଶାଣ ଦେଲେ

42ଆମ୍ଭେ ଆପଣା ବାଣମାନଙ୍କୁ ରକ୍ତରେ, ହତ

43ହେ ଅନ୍ୟ ଦେଶୀୟ ଲୋକମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସଙ୍ଗରେ ଆନନ୍ଦ କର;

44ଏହିରୂପେ ମୋଶା ଓ ନୂନର ପୁତ୍ର ଯିହୋଶୂୟ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ଏହି ଗୀତର ସମସ୍ତ କଥା କହିଲେ।

45ପୁଣି, ମୋଶା ସମସ୍ତ ଇସ୍ରାଏଲଙ୍କ ନିକଟରେ ଏହି ସମସ୍ତ କଥା ସମାପ୍ତ କରି ସେମାନଙ୍କୁ କହିଲେ;

46“ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ସାକ୍ଷ୍ୟ ଦେଇ ଯେଉଁସବୁ କଥା କହିଲି, ତୁମ୍ଭେମାନେ ତହିଁରେ ମନ ଦିଅ, କାରଣ ତୁମ୍ଭମାନଙ୍କ ସନ୍ତାନମାନେ ଯେପରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ କରିବେ, ଏଥିପାଇଁ ସେମାନଙ୍କୁ ତୁମ୍ଭେମାନେ ତାହା ଆଦେଶ କରିବ।”

47ଯେଣୁ ତାହା ତୁମ୍ଭମାନଙ୍କ ପକ୍ଷରେ ବ୍ୟର୍ଥ କଥା ନୁହେଁ; ମାତ୍ର ତାହା ତୁମ୍ଭମାନଙ୍କର ଜୀବନ ଅଟେ ଓ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେଠାରେ ଏହି କଥା ଦ୍ୱାରା ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ।

48ଆହୁରି ସଦାପ୍ରଭୁ ସେହି ଦିନ ମୋଶାଙ୍କୁ କହିଲେ,

49“ତୁମ୍ଭେ ଏହି ଅବାରୀମ୍ ପର୍ବତ, ଅର୍ଥାତ୍‍, ଯିରୀହୋ ସମ୍ମୁଖସ୍ଥିତ ମୋୟାବ ଦେଶୀୟ ନବୋ ପର୍ବତ ଉପରକୁ ଯାଅ, ପୁଣି ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଅଧିକାରାର୍ଥେ ଯେଉଁ ଦେଶ ଦେଉଅଛୁ, ସେହି କିଣାନ ଦେଶ ଦେଖ।

50ଆଉ ଯେପରି ତୁମ୍ଭ ଭାଇ ହାରୋଣ ହୋର ପର୍ବତରେ ମରି ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହୋଇଥିଲା, ସେପରି ତୁମ୍ଭେ ଯେଉଁ ପର୍ବତକୁ ଯାଉଅଛ, ସେଠାରେ ମରି ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହୁଅ।

51ଯେହେତୁ ସୀନ୍‍ ପ୍ରାନ୍ତରରେ କାଦେଶସ୍ଥ ମିରୀବାଃ ଝରଣା ନିକଟରେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲ; ପୁଣି ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆମ୍ଭଙ୍କୁ ପବିତ୍ର ବୋଲି ମାନ୍ୟ କଲ ନାହିଁ।

52ତଥାପି ତୁମ୍ଭେ ଆପଣା ସମ୍ମୁଖରେ ସେହି ଦେଶ ଦେଖିବ; ମାତ୍ର ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେବା, ସେଠାକୁ ତୁମ୍ଭେ ଯାଇ ପାରିବ ନାହିଁ।”

← ଦ୍ୱିତୀୟ ବିବରଣ 31 ଦ୍ୱିତୀୟ ବିବରଣ ଦ୍ୱିତୀୟ ବିବରଣ 33 →