1ଦାଉଦଙ୍କର ପୁତ୍ର, ଯିରୂଶାଲମସ୍ଥ ରାଜା, ଉପଦେଶକଙ୍କର ବାକ୍ୟମାଳା।
2ଉପଦେଶକ କହୁଅଛନ୍ତି,
3ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୁଏ,
4ଏକ ପିଢ଼ି ଯାଏ ଓ ଅନ୍ୟ ପିଢ଼ି ଆସେ;
5ମଧ୍ୟ ସୂର୍ଯ୍ୟ ଉଦିତ ହୁଏ ଓ ସୂର୍ଯ୍ୟ ଅସ୍ତ ହୁଏ,
6ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ;
7ନଦୀସବୁ ସମୁଦ୍ରକୁ ବହିଯାଆନ୍ତି,
8ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରିପାରେ ନାହିଁ;
9ଯାହା ହୋଇଅଛି, ତାହା ହିଁ ହେବ
10ଯାହା ବିଷୟରେ ମନୁଷ୍ୟମାନେ କହନ୍ତି,
11ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ;
12ମୁଁ ଉପଦେଶକ, ଯିରୂଶାଲମରେ ଇସ୍ରାଏଲ ଉପରେ ରାଜା ଥିଲି।
13ପୁଣି, ଆକାଶ ତଳେ କୃତ ସମସ୍ତ ବିଷୟ ଜ୍ଞାନ ଦ୍ୱାରା ଆଲୋଚନା ଓ ଅନୁସନ୍ଧାନ କରିବା ପାଇଁ ମନୋଯୋଗ କଲି; ଏତଦ୍ଦ୍ୱାରା ପରମେଶ୍ୱର ଯେ ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବାକୁ ଦେଇଅଛନ୍ତି, ଏହା ଅତ୍ୟନ୍ତ କ୍ଲେଶଜନକ।
14ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍ଧାବନମାତ୍ର।
15ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେ ପୁଣି,
16ମୁଁ ଆପଣା ହୃଦୟରେ ଭାବି କହିଲି, “ଦେଖ, ଯିରୂଶାଲମରେ ମୋʼ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହା ଅନୁଭବୀ ହୋଇଅଛି।”
17ତହୁଁ ମୁଁ ଜ୍ଞାନର ତତ୍ତ୍ୱ, ପୁଣି ପାଗଳାମି ଓ ଅଜ୍ଞାନତାର ତତ୍ତ୍ୱ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି।
18କାରଣ ବହୁତ ଜ୍ଞାନରେ ବହୁତ କ୍ଲେଶ ଥାଏ;