We Believe JesusFé, Esperança e Nova Vida

ଉପଦେଶକ 3

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଉପଦେଶକ 2 ଉପଦେଶକ ଉପଦେଶକ 4 →

1ସବୁ ବିଷୟର ଉଚିତ ସମୟ ଅଛି ଓ ଆକାଶ ତଳେ ସବୁ ଉଦ୍ଦେଶ୍ୟର ଉଚିତ ସମୟ ଅଛି;

2ଜନ୍ମ ହେବାର ସମୟ ଓ ମରିବାର ସମୟ;

3ବଧ କରିବାର ସମୟ ଓ ସୁସ୍ଥ କରିବାର ସମୟ;

4ରୋଦନ କରିବାର ସମୟ ଓ ହସିବାର ସମୟ;

5ପ୍ରସ୍ତର ପକାଇବାର ସମୟ ଓ ପ୍ରସ୍ତର ସଂଗ୍ରହ କରିବାର ସମୟ;

6ଅନ୍ଵେଷଣ କରିବାର ସମୟ ଓ ହଜାଇବାର ସମୟ;

7ଚିରିବାର ସମୟ ଓ ସିଲେଇ କରିବାର ସମୟ;

8ପ୍ରେମ କରିବାର ସମୟ ଓ ଘୃଣା କରିବାର ସମୟ;

9କର୍ମକାରୀ ବ୍ୟକ୍ତିର ଆପଣା ପରିଶ୍ରମରେ କି ଲାଭ?

10ପରମେଶ୍ୱର ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ କାର୍ଯ୍ୟ ଦେଇଅଛନ୍ତି, ତାହା ମୁଁ ଦେଖିଅଛି।

11ସେ ପ୍ରତ୍ୟେକ ବିଷୟକୁ ତାହାର ସମୟରେ ଶୋଭିତ କରିଅଛନ୍ତି; ମଧ୍ୟ ସେ ସେମାନଙ୍କ ହୃଦୟରେ ଅନନ୍ତକାଳ ରଖିଅଛନ୍ତି; ତଥାପି ପରମେଶ୍ୱର ପ୍ରଥମଠାରୁ ଶେଷ ପର୍ଯ୍ୟନ୍ତ ଯେଉଁ କାର୍ଯ୍ୟ କରିଅଛନ୍ତି, ମନୁଷ୍ୟ ତହିଁର ତତ୍ତ୍ୱ ପାଇ ପାରେ ନାହିଁ।

12ମୁଁ ଜାଣେ ଯେ, ଯାବଜ୍ଜୀବନ ଆନନ୍ଦ ଓ ସୁକର୍ମ କରିବା ଅପେକ୍ଷା ସେମାନଙ୍କର ଆଉ କୌଣସି ମଙ୍ଗଳ ବିଷୟ ନାହିଁ।

13ଆହୁରି, ପ୍ରତ୍ୟେକ ମନୁଷ୍ୟ ଭୋଜନପାନ କରି ଆପଣା ସକଳ ପରିଶ୍ରମରେ ସୁଖଭୋଗ କରିବ, ଏହା ପରମେଶ୍ୱରଙ୍କ ଦାନ।

14ମୁଁ ଜାଣେ ଯେ, ପରମେଶ୍ୱର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ୱରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି।

15ଯାହା ଅଛି, ତାହା ଥିଲା;

16ଆହୁରି, ମୁଁ ସୂର୍ଯ୍ୟ ତଳେ ବିଚାର ସ୍ଥାନରେ ଦେଖିଲି, ସେଠାରେ ଦୁଷ୍ଟତା ଅଛି, ପୁଣି ଧର୍ମସ୍ଥାନରେ ଦେଖିଲି, ସେଠାରେ ହେଁ ଦୁଷ୍ଟତା ଅଛି।

17ମୁଁ ମନେ ମନେ କହିଲି, “ପରମେଶ୍ୱର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ; କାରଣ ପ୍ରତ୍ୟେକ ମନସ୍କାମନା ଓ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି।”

18ମୁଁ ମନେ ମନେ କହିଲି, “ପରମେଶ୍ୱର ଯେପରି ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରିବେ ଓ ସେମାନେ ନିଜେ ଯେ କେବଳ ପଶୁ ତୁଲ୍ୟ, ଏହା ଯେପରି ସେମାନେ ଦେଖିବେ, ଏଥିପାଇଁ ସେମାନଙ୍କ ସକାଶୁ ଏହା ହେଉଅଛି।”

19କାରଣ ମନୁଷ୍ୟ-ସନ୍ତାନଗଣ ପ୍ରତି ଯାହା ଘଟେ, ପଶୁମାନଙ୍କ ପ୍ରତି ତାହା ଘଟେ; ସମସ୍ତଙ୍କ ପ୍ରତି ହିଁ ଏକରୂପ ଘଟଣା ଘଟେ; ଏ ଯେପରି ମରେ, ସେ ସେପରି ମରେ; ପୁଣି, ସମସ୍ତଙ୍କ ପ୍ରାଣବାୟୁ ଏକ; ଆଉ, ପଶୁଠାରୁ ମନୁଷ୍ୟର କୌଣସି ପ୍ରାଧାନ୍ୟ ନାହିଁ; କାରଣ ସବୁ ଅସାର।

20ସମସ୍ତେ ଏକ ସ୍ଥାନକୁ ଯାଆନ୍ତି; ସମସ୍ତେ ଧୂଳିରୁ ଉତ୍ପନ୍ନ ଓ ସମସ୍ତେ ପୁନର୍ବାର ଧୂଳିରେ ଲୀନ ହୁଅନ୍ତି।

21ମନୁଷ୍ୟର ଆତ୍ମା ଊର୍ଦ୍ଧ୍ୱଗାମୀ ଓ ପଶୁର ଆତ୍ମା ପୃଥିବୀର ଅଧୋଗାମୀ ହୁଏ ବୋଲି କିଏ ଜାଣେ?

22ଏହେତୁ ମନୁଷ୍ୟ ସ୍ୱକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ପରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ?

← ଉପଦେଶକ 2 ଉପଦେଶକ ଉପଦେଶକ 4 →