We Believe JesusFé, Esperança e Nova Vida

ଉପଦେଶକ 7

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଉପଦେଶକ 6 ଉପଦେଶକ ଉପଦେଶକ 8 →

1ବହୁମୂଲ୍ୟ ତୈଳ ଅପେକ୍ଷା ଉତ୍ତମ ନାମ ଭଲ

2ଭୋଜଗୃହକୁ ଯିବାଠାରୁ ବିଳାପ ଗୃହକୁ ଯିବାର ଭଲ;

3ହାସ୍ୟଠାରୁ ଖେଦ ଭଲ;

4ଜ୍ଞାନୀମାନଙ୍କ ହୃଦୟ ବିଳାପ ଗୃହରେ ଥାଏ,

5ମୂର୍ଖମାନଙ୍କର ଗୀତ ଶୁଣିବା ଅପେକ୍ଷା

6କାରଣ ହାଣ୍ଡି ତଳେ କଣ୍ଟାର ଚଡ଼ଚଡ଼ ଶବ୍ଦ ଯେପରି,

7ନିଶ୍ଚୟ ଅନ୍ୟାୟ ଧନଗ୍ରହଣ ଜ୍ଞାନୀ ଲୋକକୁ ନିର୍ବୋଧ କରେ

8କାର୍ଯ୍ୟର ଆରମ୍ଭ ଅପେକ୍ଷା ତହିଁର ସମାପ୍ତି ଭଲ;

9କ୍ରୋଧ କରିବା ପାଇଁ ଆପଣା ଆତ୍ମାରେ ଚଞ୍ଚଳ ହୁଅ ନାହିଁ;

10“ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ,” ଏହା ନ କୁହ,

11ଜ୍ଞାନ ପୈତୃକ ଅଧିକାରର ତୁଲ୍ୟ ଉତ୍ତମ;

12କାରଣ ଧନ ଯେପରି ଆଶ୍ରୟ ସ୍ୱରୂପ, ଜ୍ଞାନ ହିଁ ସେପରି ଆଶ୍ରୟ ସ୍ୱରୂପ ଅଟେ;

13ପରମେଶ୍ୱରଙ୍କର କାର୍ଯ୍ୟ ବିବେଚନା କର;

14ସୁଖ ସମୟରେ ଆନନ୍ଦିତ ହୁଅ ଓ ଦୁଃଖ ସମୟରେ ବିବେଚନା କର;

15ମୁଁ ଆପଣା ଅସାରତା ସମୟରେ ଏହିସବୁ ଦେଖିଅଛି;

16ଅତିରିକ୍ତ ଧାର୍ମିକ ହୁଅ ନାହିଁ; କିଅବା ଆପଣାକୁ ଅତି ଜ୍ଞାନୀ ଦେଖାଅ ନାହିଁ; କାହିଁକି ତୁମ୍ଭେ ଆପଣାକୁ ବିନାଶ କରିବ?

17ତୁମ୍ଭେ ଅତି ଦୁଷ୍ଟ ହୁଅ ନାହିଁ, କିଅବା ନିର୍ବୋଧ ହୁଅ ନାହିଁ; ଆପଣା କାଳ ପୂର୍ବରେ କାହିଁକି ମରିବ?

18ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; କାରଣ ଯେ ପରମେଶ୍ୱରଙ୍କୁ ଭୟ କରେ, ସେ ଏହିସବୁରୁ ଉତ୍ତୀର୍ଣ୍ଣ ହେବ।

19ଜ୍ଞାନବାନ ଲୋକ ପ୍ରତି ନଗରସ୍ଥ ଦଶ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ ଅଧିକ ବଳ ସ୍ୱରୂପ ଅଟେ।

20ପାପ ନ କରି ସତ୍କର୍ମ କରେ, ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ।

21ମଧ୍ୟ ଯେତେ କଥା କୁହାଯାଏ, ସେହି ସବୁରେ ମନୋଯୋଗ କର ନାହିଁ; କଲେ କେଜାଣି ତୁମ୍ଭ ଦାସ ତୁମ୍ଭକୁ ଅଭିଶାପ ଦେବାର ତୁମ୍ଭେ ଶୁଣିବ;

22କାରଣ ତୁମ୍ଭ ମନ ଜାଣେ ଯେ, ତୁମ୍ଭେ ମଧ୍ୟ ଅନ୍ୟମାନଙ୍କୁ ସେହିପରି ବାରମ୍ବାର ଅଭିଶାପ ଦେଇଅଛ।

23ମୁଁ ଜ୍ଞାନ ଦ୍ୱାରା ଏହିସବୁ ପରୀକ୍ଷା କରିଅଛି। ମୁଁ କହିଲି, “ମୁଁ ଜ୍ଞାନୀ ହେବି,” ମାତ୍ର ତାହା ମୋʼ ଠାରୁ ଦୂର ଥିଲା।

24ଯାହା ଅଛି, ତାହା ଦୂରରେ ଅଛି ଓ ଅତି ଗଭୀର; ତାହା କିଏ ପାଇ ପାରେ?

25ଜ୍ଞାନ ଓ ବିଷୟମାନର ତତ୍ତ୍ୱ ଜାଣିବାକୁ, ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ପାଗଳାମି, ଏହା ଜାଣିବାକୁ ମୁଁ ଫେରିଲି ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲା।

26ଆଉ, ମୁଁ ଦେଖୁଅଛି ଯେ, ଯେଉଁ ସ୍ତ୍ରୀର ଅନ୍ତଃକରଣ ଫାନ୍ଦ ଓ ଜାଲ ସ୍ୱରୂପ ଓ ହସ୍ତ ବନ୍ଧନ ସ୍ୱରୂପ, ସେ ମୃତ୍ୟୁୁ ଅପେକ୍ଷା ଅଧିକ ତିକ୍ତ ଅଟେ; ଯେକେହି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ; ମାତ୍ର ପାପୀ ତାହା ଦ୍ୱାରା ଧରାଯିବ।

27ଉପଦେଶକ କହନ୍ତି, ଦେଖ, ମୁଁ ତତ୍ତ୍ୱ ଜାଣିବା ପାଇଁ ଏକ ବିଷୟକୁ ଆରେକ ସଙ୍ଗେ ରଖି ଏହା ପାଇଅଛି;

28ମୋହର ପ୍ରାଣ ଆଜି ପର୍ଯ୍ୟନ୍ତ ଅଦ୍ୟାପି ଅନୁସନ୍ଧାନ କରୁଥାଏ, ମାତ୍ର ମୁଁ ତାହା ପାଇ ନାହିଁ; ସହସ୍ର ମଧ୍ୟରେ ମୁଁ ଏକ ପୁରୁଷ ପାଇଅଛି; ମାତ୍ର ସେହି ସମସ୍ତଙ୍କ ମଧ୍ୟରେ ମୁଁ ଏକ ସ୍ତ୍ରୀ ପାଇ ନାହିଁ।

29ଦେଖ, ମୁଁ ଏତିକି ମାତ୍ର ପାଇଅଛି ଯେ, ପରମେଶ୍ୱର ମନୁଷ୍ୟକୁ ସରଳ କରି ନିର୍ମାଣ କଲେ; ମାତ୍ର ସେମାନେ ଅନେକ ଉଦ୍ଭାବନ ଅନ୍ଵେଷଣ କରିଅଛନ୍ତି।

← ଉପଦେଶକ 6 ଉପଦେଶକ ଉପଦେଶକ 8 →