We Believe JesusFé, Esperança e Nova Vida

ଯାତ୍ରା ପୁସ୍ତକ 15

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଯାତ୍ରା ପୁସ୍ତକ 14 ଯାତ୍ରା ପୁସ୍ତକ ଯାତ୍ରା ପୁସ୍ତକ 16 →

1ସେତେବେଳେ ମୋଶା ଓ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା,

2ସଦାପ୍ରଭୁ ଆମ୍ଭର ବଳ ଓ ଗାନ,

3ସଦାପ୍ରଭୁ ଯୁଦ୍ଧବୀର;

4ସେ ଫାରୋଙ୍କର ରଥ ଓ ସୈନ୍ୟଗଣକୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି;

5ଗଭୀର ଜଳ ସେମାନଙ୍କୁ ଆଚ୍ଛାଦନ କରିଅଛି,

6ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ବଳରେ ଗୌରବାନ୍ୱିତ;

7ତୁମ୍ଭେ ଆପଣା ଉତ୍କୃଷ୍ଟ ମହିମାରେ ଆପଣା ପ୍ରତିକୂଳାଚାରୀମାନଙ୍କୁ ନିପାତ କରିଥାଅ;

8ତୁମ୍ଭ ନାସିକାର ନିଃଶ୍ୱାସ ଦ୍ୱାରା ଜଳ ରାଶୀକୃତ ହେଲା;

9ଶତ୍ରୁ କହିଲା:

10ମାତ୍ର ତୁମ୍ଭେ ଆପଣା ନିଃଶ୍ୱାସ ଦ୍ୱାରା ଫୁଙ୍କି ଦେଲ,

11ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ?

12ତୁମ୍ଭେ ଆପଣା ଦକ୍ଷିଣ ହସ୍ତ ବିସ୍ତାର କଲ,

13ତୁମ୍ଭେ ଆପଣା ଦୟାରେ ନିଜ ମୁକ୍ତ ଲୋକମାନଙ୍କୁ ଗମନ କରାଉଅଛ,

14ଲୋକମାନେ ଏହା ଶୁଣିଅଛନ୍ତି, ସେମାନେ କମ୍ପୁଅଛନ୍ତି;

15ସେତେବେଳେ ଇଦୋମର ରାଜଗଣ ବିହ୍ୱଳ ହେଲେ;

16ତ୍ରାସ ଓ ଆଶଙ୍କା ସେମାନଙ୍କ ଉପରେ ପଡ଼ୁଅଛି;

17ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିବାସ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛ,

18ସଦାପ୍ରଭୁ ଯୁଗାନୁକ୍ରମେ ଅନନ୍ତକାଳ ରାଜତ୍ୱ କରିବେ।”

19କାରଣ ଫାରୋଙ୍କର ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ଲୋକମାନେ ସମୁଦ୍ର ମଧ୍ୟରେ ପ୍ରବେଶ କରନ୍ତେ, ସଦାପ୍ରଭୁ ସେମାନଙ୍କ ଉପରେ ପୁନର୍ବାର ସମୁଦ୍ର ଜଳ ଆଣିଲେ; ମାତ୍ର ଇସ୍ରାଏଲ ସନ୍ତାନମାନେ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ।

20ଏଥିଉତ୍ତାରେ ହାରୋଣଙ୍କର ଭଗିନୀ ଭବିଷ୍ୟଦ୍‍ବକ୍ତ୍ରୀ ମରୀୟମ ହସ୍ତରେ ଦାରା ନେଲେ ଓ ତାଙ୍କର ପଛେ ପଛେ ଅନ୍ୟ ସ୍ତ୍ରୀସକଳ ଦାରା ନେଇ ନୃତ୍ୟ କରୁ କରୁ ବାହାର ହେଲେ।

21ସେତେବେଳେ ମରୀୟମ ଲୋକମାନଙ୍କୁ ଉତ୍ତର କଲେ,

22ଏଥିଉତ୍ତାରେ ମୋଶା ଇସ୍ରାଏଲଙ୍କୁ ସୂଫ ସାଗରଠାରୁ ଯାତ୍ରା କରାଇଲେ, ପୁଣି, ସେମାନେ ଶୂର-ପ୍ରାନ୍ତର ଆଡ଼କୁ ଯାତ୍ରା କଲେ, ସେମାନେ ପ୍ରାନ୍ତରରେ ତିନି ଦିନ ଯାତ୍ରା କରି ଜଳ ପାଇଲେ ନାହିଁ।

23ତହୁଁ ସେମାନେ ମାରାଠାରେ ଉପସ୍ଥିତ ହୁଅନ୍ତେ, ତିକ୍ତତା ହେତୁରୁ ମାରାର ଜଳ ପାନ କରି ପାରିଲେ ନାହିଁ; ଏଣୁ ତାହାର ନାମ ମାରା15:23 ତିକ୍ତତା ହେଲା।

24ସେତେବେଳେ ଲୋକମାନେ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “ଆମ୍ଭେମାନେ କଅଣ ପିଇବା?”

25ତହିଁରେ ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାଙ୍କୁ ଏକ-ପ୍ରକାର କାଷ୍ଠ ଦେଖାଇଲେ, ସେ ତାହା ନେଇ ଜଳରେ ପକାନ୍ତେ, ଜଳ ମିଷ୍ଟ ହେଲା। ସେହି ସ୍ଥାନରେ ସଦାପ୍ରଭୁ ସେମାନଙ୍କ ନିମନ୍ତେ ବିଧି ଓ ଆଦେଶ ନିରୂପଣ କଲେ, ପୁଣି, ସେମାନଙ୍କର ପରୀକ୍ଷା ନେଇ କହିଲେ,

26“ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”

27ଏଥିଉତ୍ତାରେ ସେମାନେ ଏଲୀମଠାରେ ଉପସ୍ଥିତ ହେଲେ; ସେଠାରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ତହିଁରେ ସେମାନେ ସେହି ଜଳ ନିକଟରେ ଛାଉଣି ସ୍ଥାପନ କଲେ।

← ଯାତ୍ରା ପୁସ୍ତକ 14 ଯାତ୍ରା ପୁସ୍ତକ ଯାତ୍ରା ପୁସ୍ତକ 16 →