1ଏଥିଉତ୍ତାରେ ଏକାଦଶ ବର୍ଷର ତୃତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
2“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋକୁ ଓ ତାହାର ଲୋକମାନଙ୍କୁ କୁହ;
3ଦେଖ, ଅଶୂର ଲିବାନୋନସ୍ଥ ଏରସ ବୃକ୍ଷ ସ୍ୱରୂପ ଥିଲା, ତାହାର ସୁନ୍ଦର ଘନଚ୍ଛାୟାଦାୟକ ଓ ଉଚ୍ଚାକୃତି ଶାଖାମାନ ଥିଲା
4ଅପାର ଜଳ ତାହାକୁ ପୁଷ୍ଟ କଲା, ଜଳଧି ତାହାକୁ ବର୍ଦ୍ଧିତ କଲା;
5ଏସକାଶୁ କ୍ଷେତ୍ରସ୍ଥ ବୃକ୍ଷସକଳ ଅପେକ୍ଷା ସେ ଉଚ୍ଚୀକୃତ ହେଲା ଓ ତାହାର ଡାଳସବୁ ବହୁସଂଖ୍ୟକ ହେଲା;
6ତାହାର ଡାଳରେ ଆକାଶର ପକ୍ଷୀସକଳ ବସା କଲେ ଓ ତାହାର ଶାଖା ତଳେ କ୍ଷେତ୍ରସ୍ଥ ପଶୁସକଳ ପ୍ରସବ କଲେ,
7ଏହି ପ୍ରକାରେ ସେ ଆପଣା ମହତ୍ତ୍ୱରେ, ତାହାର ଶାଖାସକଳର ଦୀର୍ଘତାରେ ମନୋହର ହେଲା; କାରଣ ପ୍ରଚୁର ଜଳ ନିକଟରେ ତାହାର ମୂଳ ଥିଲା।
8ପରମେଶ୍ୱରଙ୍କ ଉଦ୍ୟାନସ୍ଥ ଏରସ ବୃକ୍ଷସବୁ ତାହାକୁ ଲୁଚାଇ ପାରିଲେ ନାହିଁ;
9ଆମ୍ଭେ ବହୁସଂଖ୍ୟକ ଶାଖା ଦ୍ୱାରା ତାକୁ ମନୋହର କଲୁ;
10ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ସେ ବୃକ୍ଷ ଦୀର୍ଘତାରେ ଉଚ୍ଚୀକୃତ ହୋଇଅଛି ଓ ଗହଳିଆ ଡାଳସମୂହ ମଧ୍ୟରେ ସେ ଆପଣା ଶିଖର ରଖିଅଛି, ଆଉ ଆପଣାର ଉଚ୍ଚତାରେ ତାହାର ଅନ୍ତଃକରଣ ଗର୍ବିତ ହୋଇଅଛି,
11ଏଥିପାଇଁ ଆମ୍ଭେ ତାହାକୁ ନାନା ଗୋଷ୍ଠୀ ମଧ୍ୟରେ ବଳବାନର ହସ୍ତରେ ସମର୍ପଣ କରିବା, ସେ ନିଶ୍ଚୟ ତାହା ସହିତ ଉଚିତ ବ୍ୟବହାର କରିବ, ଆମ୍ଭେ ତାହାର ଦୁଷ୍ଟତା ସକାଶୁ ତାହାକୁ ତଡ଼ି ଦେଇଅଛୁ।
12ପୁଣି, ଗୋଷ୍ଠୀୟମାନଙ୍କ ମଧ୍ୟରେ ଭୟଙ୍କର ବିଦେଶୀମାନେ ତାହାକୁ କାଟି ପକାଇ ଛାଡ଼ି ଯାଇଅଛନ୍ତି; ପର୍ବତମାନଙ୍କ ଉପରେ ଓ ସକଳ ଉପତ୍ୟକାରେ ତାହାର ଶାଖାସବୁ ପଡ଼ିଅଛି, ଆଉ ଦେଶର ସକଳ ଜଳପ୍ରବାହର ନିକଟରେ ତାହାର ଡାଳସବୁ ଭଙ୍ଗା ଯାଇଅଛି; ପୁଣି, ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ତାହାର ଛାୟା ତଳୁ ଯାଇଅଛନ୍ତି ଓ ତାହାକୁ ତ୍ୟାଗ କରିଅଛନ୍ତି।
13ଜଳରାଶିର ନିକଟବର୍ତ୍ତୀ ସକଳ ବୃକ୍ଷ ମଧ୍ୟରୁ କୌଣସି ବୃକ୍ଷ ଯେପରି ଆପଣା ଦୀର୍ଘତାରେ ଦର୍ପ ନ କରେ,
14ଏହି ଅଭିପ୍ରାୟରେ ତାହାର ଭଗ୍ନାବଶିଷ୍ଟାଂଶ ଉପରେ ଆକାଶର ପକ୍ଷସକଳ ବାସ କରିବେ ଓ କ୍ଷେତ୍ରସ୍ଥ ପଶୁସକଳ ତାହାର ଶାଖାମାନଙ୍କ ଉପରେ ରହିବେ; କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଗର୍ତ୍ତଗାମୀମାନଙ୍କ ସହିତ ସେମାନେ ସମସ୍ତେ ମୃତ୍ୟୁୁରେ ଅଧୋଭୁବନରେ ସମର୍ପିତ ହୋଇଅଛନ୍ତି।
15ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେ ପାତାଳକୁ ଓହ୍ଲାଇ ଯିବା ଦିନ ଆମ୍ଭେ ଶୋକ ନିରୂପଣ କଲୁ, ଆମ୍ଭେ ତାହା ସକାଶୁ ଜଳଧିକୁ ଆଚ୍ଛାଦିତ କଲୁ ଓ ଆମ୍ଭେ ତହିଁର ସ୍ରୋତସମୂହକୁ ନିବୃତ୍ତ କଲୁ, ତହିଁରେ ମହାଜଳରାଶି ରୁଦ୍ଧ ହେଲା; ପୁଣି, ଆମ୍ଭେ ତାହା ନିମନ୍ତେ ଲିବାନୋନକୁ ଶୋକ କରାଇଲୁ ଓ କ୍ଷେତ୍ରସ୍ଥ ବୃକ୍ଷସକଳ ତାହା ଲାଗି ମ୍ଳାନ ହେଲେ।
16ଆମ୍ଭେ ତାହାକୁ ଗର୍ତ୍ତ ଅବରୋହଣକାରୀମାନଙ୍କ ସହିତ ପାତାଳକୁ ପକାଇଦେବା ବେଳେ, ତାହାର ପତନ ଶବ୍ଦରେ ଗୋଷ୍ଠୀୟମାନଙ୍କୁ କମ୍ପିତ କରାଇଲୁ; ପୁଣି, ଏଦନର, ଅର୍ଥାତ୍, ଲିବାନୋନର ମନୋନୀତ ଓ ସର୍ବୋତ୍ତମ ଜଳପାୟୀ ବୃକ୍ଷସକଳ ଅଧୋଭୁବନରେ ସାନ୍ତ୍ୱନା ପାଇଲେ।
17ସେମାନେ ହିଁ ତାହା ସହିତ ପାତାଳକୁ, ଖଡ୍ଗରେ ହତ ଲୋକମାନଙ୍କ ନିକଟକୁ ଓହ୍ଲାଇ ଗଲେ; ହଁ, ସେମାନେ ତାହାର ବାହୁ ସ୍ୱରୂପ ହୋଇ ତାହାର ଛାୟା ତଳେ ଗୋଷ୍ଠୀୟମାନଙ୍କ ମଧ୍ୟରେ ବାସ କରିଥିଲେ।
18ଏହିରୂପେ ତୁମ୍ଭେ ଐଶ୍ୱର୍ଯ୍ୟରେ ଓ ମହତ୍ତ୍ୱରେ ଏଦନସ୍ଥ ବୃକ୍ଷସମୂହର ମଧ୍ୟରେ କାହାର ତୁଲ୍ୟ? ତଥାପି ତୁମ୍ଭେ ଏଦନସ୍ଥ ବୃକ୍ଷଗଣର ସହିତ ଅଧୋଭୁବନକୁ ଅଣାଯିବ; ତୁମ୍ଭେ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ଖଡ୍ଗହତ ଲୋକମାନଙ୍କ ସହିତ ଶୟନ କରିବ। ଏହି ଫାରୋ ଓ ତାହାର ସମସ୍ତ ଲୋକ ଏପରି ଅଟନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”