We Believe JesusFé, Esperança e Nova Vida

ଆଦି ପୁସ୍ତକ 5

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଆଦି ପୁସ୍ତକ 4 ଆଦି ପୁସ୍ତକ ଆଦି ପୁସ୍ତକ 6 →

1ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;

2ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।

3ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ।

4ଶେଥର ଜନ୍ମ ଉତ୍ତାରେ ଆଦମ ଆଠ ଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ।

5ଆଦମଙ୍କର ବୟସ ସର୍ବସୁଦ୍ଧା ନଅ ଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ।

6ଶେଥ ଶହେ ପାଞ୍ଚ ବର୍ଷ ବୟସରେ ଈନୋଶକୁ ଜାତ କଲା;

7ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠ ଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା।

8ଶେଥର ବୟସ ସର୍ବସୁଦ୍ଧା ନଅ ଶହ ବାର ବର୍ଷ ଥିଲା; ତହୁଁ ସେ ମଲା।

9ଈନୋଶ ନବେ ବର୍ଷ ବୟସରେ କୟିନାନକୁ ଜାତ କଲା;

10ପୁଣି, କୟିନାନର ଜନ୍ମ ଉତ୍ତାରେ ସେ ଆଠ ଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;

11ଈନୋଶର ବୟସ ସର୍ବସୁଦ୍ଧା ନଅ ଶହ ପାଞ୍ଚ ବର୍ଷ ଥିଲା; ତହୁଁ ସେ ମଲା।

12କୟିନାନ ସତୁରି ବର୍ଷ ବୟସରେ ମହଲଲେଲକୁ ଜାତ କଲା;

13ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠ ଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା;

14ଆଉ କୟିନାନର ବୟସ ସର୍ବସୁଦ୍ଧା ନଅ ଶହ ଦଶ ବର୍ଷ ଥିଲା; ତହୁଁ ସେ ମଲା।

15ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦକୁ ଜାତ କଲା;

16ଯେରଦ ଜନ୍ମିଲା ଉତ୍ତାରେ ସେ ଆଠ ଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;

17ମହଲଲେଲର ବୟସ ସର୍ବସୁଦ୍ଧା ଆଠ ଶହ ପଞ୍ଚାନବେ ବର୍ଷ ଥିଲା; ତହୁଁ ସେ ମଲା।

18ଯେରଦ ଶହେ ବାଷଠି ବର୍ଷ ବୟସରେ ହନୋକଙ୍କୁ ଜାତ କଲା;

19ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠ ଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;

20ଯେରଦର ବୟସ ସର୍ବସୁଦ୍ଧା ନଅ ଶହ ବାଷଠି ବର୍ଷ ଥିଲା; ତହୁଁ ସେ ମଲା।

21ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ;

22ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନି ଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;

23ହନୋକଙ୍କର ବୟସ ସର୍ବସୁଦ୍ଧା ତିନି ଶହ ପଞ୍ଚଷଠି ବର୍ଷ ଥିଲା;

24ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।

25ମଥୂଶେଲହ ଶହେ ଶତାଅଶୀ ବର୍ଷ ବୟସରେ ଲେମକକୁ ଜାତ କଲା;

26ଲେମକର ଜନ୍ମ ଉତ୍ତାରେ ମଥୂଶେଲହ ସାତ ଶହ ବୟାଅଶୀ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;

27ମଥୂଶେଲହର ବୟସ ସର୍ବସୁଦ୍ଧା ନଅ ଶହ ଊଣସ୍ତରି ବର୍ଷ ଥିଲା; ତହୁଁ ସେ ମଲା।

28ଲେମକ ଶହେ ବୟାଅଶୀ ବର୍ଷ ବୟସରେ ଏକ ପୁତ୍ର ଜାତ କରି ତାହାର ନାମ ନୋହ (ସାନ୍ତ୍ୱନା) ଦେଲେ,

29ଯେହେତୁ ସେ କହିଲେ, “ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ।”

30ନୋହଙ୍କର ଜନ୍ମ ଉତ୍ତାରେ ଲେମକ ପାଞ୍ଚ ଶହ ପଞ୍ଚାନବେ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;

31ତାଙ୍କର ବୟସ ସର୍ବସୁଦ୍ଧା ସାତ ଶହ ସତସ୍ତରି ବର୍ଷ ଥିଲା; ତହୁଁ ସେ ମଲେ।

32ଆଉ ନୋହଙ୍କୁ ପାଞ୍ଚ ଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍‍କୁ ଜାତ କଲେ।

← ଆଦି ପୁସ୍ତକ 4 ଆଦି ପୁସ୍ତକ ଆଦି ପୁସ୍ତକ 6 →