1ପଥୂୟେଲଙ୍କ ପୁତ୍ର ଯୋୟେଲଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
2ହେ ଇସ୍ରାଏଲର ପ୍ରାଚୀନଗଣ, ତୁମ୍ଭେମାନେ ଏହି କଥା ଶୁଣ,
3ତୁମ୍ଭେମାନେ ଆପଣା ଆପଣା ସନ୍ତାନଗଣକୁ ଏହା ଜଣାଅ
4ଶୂକ କୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି
5ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର,
6ଯେହେତୁ ଆମ୍ଭ ଦେଶ ବିରୁଦ୍ଧରେ ଏକ ଗୋଷ୍ଠୀ ଉଠି ଆସିଅଛି,
7ସେ ଆମ୍ଭର ଦ୍ରାକ୍ଷାଲତା ଉଜାଡ଼ କରିଅଛି
8ଯୌବନକାଳୀନ ସ୍ୱାମୀ ଶୋକରେ
9ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ
10କ୍ଷେତ୍ର ଉଜାଡ଼ ହୋଇଅଛି, ଭୂମି ଶୋକ କରୁଅଛି;
11ହେ କୃଷକଗଣ, ତୁମ୍ଭେମାନେ ଲଜ୍ଜିତ ହୁଅ,
12ଦ୍ରାକ୍ଷାଲତା ଶୁଷ୍କ ହୋଇଅଛି ଓ ଡିମ୍ବିରିବୃକ୍ଷ ମ୍ଳାନ ହେଉଅଛି;
13ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର;
14ତୁମ୍ଭେମାନେ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର,
15ହାୟ ହାୟ ସେ ଦିନ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ,
16ଆମ୍ଭମାନଙ୍କ ଦୃଷ୍ଟିରୁ ଖାଦ୍ୟ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ
17ବିହନସବୁ ଟେଳା ତଳେ ପଚି ଯାଉଅଛି;
18ପଶୁଗଣ କିପରି ଆର୍ତ୍ତସ୍ୱର କରନ୍ତି!
19ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି;
20ହଁ, କ୍ଷେତ୍ରସ୍ଥ ପଶୁସକଳ ତୁମ୍ଭ ନିକଟରେ ଧଇଁସଇଁ ହେଉଅଛନ୍ତି;