We Believe JesusFé, Esperança e Nova Vida

ଯିଶାଇୟ 1

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

ଯିଶାଇୟ ଯିଶାଇୟ 2 →

1ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା-ରାଜାଗଣ ଉଷୀୟ, ଯୋଥମ୍‍, ଆହସ୍‌ ଓ ହିଜକୀୟର ରାଜତ୍ୱ ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।

2ହେ ଆକାଶମଣ୍ଡଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତି;

3ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ;

4ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ,

5ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ?

6ପାଦର ତଳଠାରୁ ମସ୍ତକ ପର୍ଯ୍ୟନ୍ତ କିଛି ସ୍ୱାସ୍ଥ୍ୟ ନାହିଁ;

7ତୁମ୍ଭମାନଙ୍କର ଦେଶ ଧ୍ୱଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ;

8ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର,

9ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ,

10ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ,

11ସଦାପ୍ରଭୁ କହନ୍ତି, “ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ?

12ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବା ବେଳେ

13ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ;

14ଆମ୍ଭ ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବସବୁ ଘୃଣା କରେ;

15ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା;

16ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର;

17ସୁକ୍ରିୟା କରିବାକୁ ଶିଖ;

18ସଦାପ୍ରଭୁ କହନ୍ତି, “ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ;

19ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ।

20ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ;

21ବିଶ୍ୱସ୍ତ ନଗରୀ କିପରି ବେଶ୍ୟା ହୋଇଅଛି!

22ତୁମ୍ଭର ରୂପା ଖାଦ ହୋଇଅଛି,

23ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା;

24ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି,

25ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ

26ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାରକର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା;

27ସିୟୋନ ନ୍ୟାୟବିଚାର ଦ୍ୱାରା ଓ ତାହାର ଫେରି ଆସିବା ଲୋକମାନେ ଧାର୍ମିକତା ଦ୍ୱାରା ମୁକ୍ତି ପାଇବେ।

28ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ।

29କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ ବୃକ୍ଷ ବିଷୟରେ ଲଜ୍ଜିତ ହେବେ,

30ଯେହେତୁ ତୁମ୍ଭେମାନେ ଶୁଷ୍କପତ୍ର ଅଲୋନ ବୃକ୍ଷ

31ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ;

ଯିଶାଇୟ ଯିଶାଇୟ 2 →