1ସେହି ଦିନରେ ତୁମ୍ଭେ କହିବ,
2ଦେଖ, “ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ;
3ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ।
4ପୁଣି, ସେହି ଦିନରେ ତୁମ୍ଭେମାନେ କହିବ, “ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର,
5ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ।
6ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”