1ତୁମ୍ଭେମାନେ ପ୍ରାନ୍ତର ଅଭିମୁଖସ୍ଥ ସେଲା ସହରଠାରୁ ଦେଶାଧ୍ୟକ୍ଷ ନିମନ୍ତେ
2କାରଣ ମୋୟାବର କନ୍ୟାଗଣ ଅର୍ଣ୍ଣୋନ ପାର ହେବାର ସମସ୍ତ ସ୍ଥାନରେ
3ମନ୍ତ୍ରଣା ଦିଅ, ବିଚାର କର; ମଧ୍ୟାହ୍ନ କାଳର ଆପଣା ଛାୟାକୁ ରାତ୍ରି ତୁଲ୍ୟ କର;
4ଆମ୍ଭର ବହିଷ୍କୃତ ଲୋକମାନଙ୍କୁ ତୁମ୍ଭ ସଙ୍ଗରେ ବାସ କରିବାକୁ ଦିଅ;
5ପୁଣି, ଦୟାରେ ଏକ ସିଂହାସନ ସ୍ଥାପିତ ହେବ ଓ ଏକ ଜଣ ସତ୍ୟତାରେ ଦାଉଦଙ୍କର ତମ୍ବୁ ମଧ୍ୟରେ ତହିଁ ଉପରେ ଉପବିଷ୍ଟ ହେବେ;
6ଆମ୍ଭେମାନେ ମୋୟାବର ଗର୍ବ ବିଷୟରେ ଶୁଣିଅଛୁ ଯେ, ସେ ଅତ୍ୟନ୍ତ ଗର୍ବୀ,
7ଏହେତୁ ମୋୟାବ ମୋୟାବର ନିମନ୍ତେ ହାହାକାର କରିବ, ପ୍ରତ୍ୟେକ ଲୋକ ହାହାକାର କରିବ;
8ଯେହେତୁ ହିଷ୍ବୋନ ସହରର କ୍ଷେତ୍ରସବୁ ଓ ସିବ୍ମା ନଗରର ଦ୍ରାକ୍ଷାଲତା ମ୍ଳାନ ହେଉଅଛି;
9ଏହେତୁ ଆମ୍ଭେ ଯାସେରର ରୋଦନ କାଳରେ ସିବ୍ମାର ଦ୍ରାକ୍ଷାଲତା ନିମନ୍ତେ ରୋଦନ କରିବା;
10ପୁଣି, ଆନନ୍ଦ ଓ ଉଲ୍ଲାସ ଉର୍ବରା କ୍ଷେତ୍ରରୁ ଦୂରୀକୃତ ହୋଇଅଛି; ଆଉ, ଦ୍ରାକ୍ଷାକ୍ଷେତ୍ରରେ ଗାନ ଅବା ଆନନ୍ଦଧ୍ୱନି ହେବ ନାହିଁ;
11ଏହି କାରଣରୁ ଆମ୍ଭର ନାଡ଼ୀ ମୋୟାବର ପାଇଁ ଓ ଆମ୍ଭର ଅନ୍ତର କୀର୍ହେରସର ପାଇଁ ବୀଣା ପରି ବାଜୁଅଛି।
12ପୁଣି, ମୋୟାବ ଆପେ ଉପସ୍ଥିତ ହେବା ବେଳେ ଓ ଉଚ୍ଚସ୍ଥଳୀରେ ଆପଣାକୁ କ୍ଳାନ୍ତ କରି
13ବିଗତ ସମୟରେ ସଦାପ୍ରଭୁ ମୋୟାବ ବିଷୟରେ ଏହି କଥା କହିଥିଲେ।
14ମାତ୍ର ଏବେ ସଦାପ୍ରଭୁ ଏହି କଥା କହନ୍ତି, “ବେତନଜୀବୀର ବର୍ଷ ତୁଲ୍ୟ ତିନି ବର୍ଷ ମଧ୍ୟରେ ମୋୟାବର ଗୌରବ ତାହାର ମହାଜନତା ସୁଦ୍ଧା ତୁଚ୍ଛୀକୃତ ହେବ, ଆଉ ଅବଶିଷ୍ଟାଂଶ ଅତି ଅଳ୍ପ ହେବ ଓ ଗଣନାଯୋଗ୍ୟ ହେବ ନାହିଁ।”