1ଦମ୍ମେଶକ ବିଷୟକ ଭାବବାଣୀ। ଦେଖ, ଦମ୍ମେଶକ ଆଉ ନଗର ନ ହୋଇ ଦୂରୀକୃତ ହୋଇଅଛି, ତାହା କାନ୍ଥଡ଼ାର ଢ଼ିପି ହେବ।
2ଅରୋୟରର ନଗରସବୁ ପରିତ୍ୟକ୍ତ ହୋଇଅଛି;
3ଆହୁରି, ଇଫ୍ରୟିମରୁ ଦୁର୍ଗ ଓ ଦମ୍ମେଶକରୁ ରାଜ୍ୟ
4ଆଉ, ସେହି ଦିନରେ ଯାକୁବର ଗୌରବ ହ୍ରାସ କରାଯିବ
5ଆଉ, ଯେପରି ଶସ୍ୟ କାଟିବା ଲୋକ କ୍ଷେତ୍ରସ୍ଥ ଶସ୍ୟ ସଂଗ୍ରହ କରିବା ବେଳେ ଓ ତାହାର ହସ୍ତ ଶିଷା କାଟିବା ବେଳେ,
6ତଥାପି ଜୀତବୃକ୍ଷର ଫଳ ଝାଡ଼ି ନେଲା ଉତ୍ତାରେ ଯେପରି ତାହାର ଉଚ୍ଚତମ ଶାଖାରେ
7ସେହି ଦିନରେ ମନୁଷ୍ୟ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତି ଅନାଇବ ଓ ତାହାର ଚକ୍ଷୁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ଦୃଷ୍ଟି ରଖିବ।
8ପୁଣି, ସେ ଆପଣା ହସ୍ତକୃତ ଯଜ୍ଞବେଦିସମୂହର ପ୍ରତି ଅନାଇବ ନାହିଁ, କିଅବା ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ପ୍ରତିମାସକଳର ପ୍ରତି ଦୃଷ୍ଟି ରଖିବ ନାହିଁ।
9ସେହି ଦିନ ତାହାର ଦୃଢ଼ ନଗରସବୁ ଇସ୍ରାଏଲ-ସନ୍ତାନଗଣର ଭୟରେ ବନସ୍ଥ ଓ ପର୍ବତର ଉପରିସ୍ଥ ପରିତ୍ୟକ୍ତ ସ୍ଥାନ ତୁଲ୍ୟ ହେବ
10କାରଣ ତୁମ୍ଭେ ଆପଣା ପରିତ୍ରାଣର ପରମେଶ୍ୱରଙ୍କୁ ପାସୋରିଅଛ ଓ ଆପଣା ଶକ୍ତି ସ୍ୱରୂପ ଶୈଳ ବିଷୟରେ ମନୋଯୋଗୀ ହୋଇ ନାହଁ;
11ତୁମ୍ଭେ ରୋପଣ କରିବା ଦିନ ତହିଁର ଚାରିଆଡ଼େ ବାଡ଼ ଦେଉଅଛ ଓ ପ୍ରାତଃକାଳରେ ତୁମ୍ଭେ ଆପଣା ବୀଜକୁ ପୁଷ୍ପିତ କରାଉଅଛ;
12ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ୱନି କରୁଅଛନ୍ତି;
13ନାନା ଦେଶୀୟଗଣ, ମହାଜଳରାଶି ମାଡ଼ି ଆସିବା ପରି ମାଡ଼ି ଆସୁଅଛନ୍ତି; ମାତ୍ର ସେ ସେମାନଙ୍କୁ ଧମକାଇବେ, ତହିଁରେ ସେମାନେ ଦୂରକୁ ପଳାଇବେ
14ଦେଖ, ସନ୍ଧ୍ୟାକାଳେ ତ୍ରାସ ଓ ପ୍ରଭାତର ପୂର୍ବେ ସେମାନେ ନାହାନ୍ତି।