1ଆମୋସର ପୁତ୍ର ଯିଶାଇୟ, ଯିହୁଦା ଓ ଯିରୂଶାଲମ ବିଷୟରେ ଯେଉଁ ଦର୍ଶନ ପାଇଲେ, ତହିଁର ବୃତ୍ତାନ୍ତ।
2ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ,
3ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ,
4ପୁଣି, ସେ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଅନେକ ଗୋଷ୍ଠୀ ସମ୍ବନ୍ଧରେ ନିଷ୍ପତ୍ତି କରିବେ;
5ହେ ଯାକୁବ ବଂଶ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଦୀପ୍ତିରେ ଗମନ କରୁ।
6କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ,
7ସେମାନଙ୍କ ଦେଶ ମଧ୍ୟ ରୂପା ଓ ସୁନାରେ ପରିପୂର୍ଣ୍ଣ; ସେମାନଙ୍କ ଧନର ସୀମା ନାହିଁ;
8ସେମାନଙ୍କ ଦେଶ ମଧ୍ୟ ପ୍ରତିମାରେ ପରିପୂର୍ଣ୍ଣ;
9ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ; ଏହେତୁ ସେମାନଙ୍କୁ କ୍ଷମା କର ନାହିଁ।
10ତୁମ୍ଭେ ସଦାପ୍ରଭୁଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ,
11ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ,
12କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ
13ଅର୍ଥାତ୍, (ସେହି ଦିନ) ଲିବାନୋନର ଉଚ୍ଚ ଓ ଉନ୍ନତ ସକଳ ଏରସ ବୃକ୍ଷର ପ୍ରତିକୂଳ
14ପୁଣି, ସକଳ ଉଚ୍ଚ ପର୍ବତର ପ୍ରତିକୂଳ ଓ ସକଳ ଉନ୍ନତ ଉପପର୍ବତର ପ୍ରତିକୂଳ;
15ଆଉ, ପ୍ରତ୍ୟେକ ଉଚ୍ଚ ଦୁର୍ଗର ପ୍ରତିକୂଳ ଓ ପ୍ରତ୍ୟେକ ସୁଦୃଢ଼ ପ୍ରାଚୀରର ପ୍ରତିକୂଳ;
16ତର୍ଶୀଶର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ।
17ପୁଣି, ମନୁଷ୍ୟର ଉଚ୍ଚତା ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ;
18ପୁଣି, ପ୍ରତିମାସକଳ ନିଃଶେଷ ରୂପେ ଲୁପ୍ତ ହେବେ।
19ଆଉ, ଯେତେବେଳେ ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବାକୁ ଉଠିବେ,
20ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବା ପାଇଁ ଉଠିଲେ,
21ମନୁଷ୍ୟ ଆପଣାର ଭଜନାର୍ଥେ ନିର୍ମିତ ରୌପ୍ୟମୟ ପ୍ରତିମା ଓ ସ୍ୱର୍ଣ୍ଣମୟ ପ୍ରତିମାଗଣକୁ
22ତୁମ୍ଭେମାନେ ନାସାଗ୍ରେ ପ୍ରାଣବାୟୁଧାରୀ ମନୁଷ୍ୟର (ଆଶ୍ରୟରୁ) କ୍ଷାନ୍ତ ହୁଅ;