We Believe JesusFé, Esperança e Nova Vida

ଯିଶାଇୟ 25

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଯିଶାଇୟ 24 ଯିଶାଇୟ ଯିଶାଇୟ 26 →

1ହେ ସଦାପ୍ରଭୋ, ତୁମ୍ଭେ ମୋହର ପରମେଶ୍ୱର; ମୁଁ ତୁମ୍ଭର ଗୌରବ କରିବି, ମୁଁ ତୁମ୍ଭ ନାମର ପ୍ରଶଂସା କରିବି;

2ଯେହେତୁ ତୁମ୍ଭେ ନଗରକୁ ଢିପି, ପ୍ରାଚୀର-ବେଷ୍ଟିତ ନଗରକୁ କାନ୍ଥଡ଼ା କରିଅଛ;

3ଏଥିପାଇଁ ବଳବାନ ଲୋକମାନେ ତୁମ୍ଭର ଗୌରବ କରିବେ ଓ ଭୟଙ୍କର ଗୋଷ୍ଠୀୟମାନଙ୍କ ନଗର ତୁମ୍ଭଙ୍କୁ ଭୟ କରିବ।

4କାରଣ ତୁମ୍ଭେ ଦରିଦ୍ରର ଦୃଢ଼ ଦୁର୍ଗ, ଦୀନହୀନର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ,

5ଯେପରି ତୁମ୍ଭେ ଶୁଷ୍କ ଦେଶରେ ତାପକୁ,

6ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଏହି ପର୍ବତରେ ଯାବତୀୟ ଗୋଷ୍ଠୀ ନିମନ୍ତେ ଉତ୍ତମ ଉତ୍ତମ ଖାଦ୍ୟଦ୍ରବ୍ୟର ଏକ ଭୋଜ,

7ଆଉ, ସର୍ବଗୋଷ୍ଠୀୟମାନଙ୍କ ଉପରେ ଯେଉଁ ଓଢ଼ଣା ପଡ଼ିଅଛି

8ସେ ମୃତ୍ୟୁକୁ ଅନନ୍ତକାଳ ନିମନ୍ତେ ଗ୍ରାସ କରିଅଛନ୍ତି

9ପୁଣି, ସେହି ଦିନ ଏହି କଥା କୁହାଯିବ, “ଦେଖ, ଏହି ଆମ୍ଭମାନଙ୍କର ପରମେଶ୍ୱର; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ ଓ ସେ ଆମ୍ଭମାନଙ୍କୁ ଉଦ୍ଧାର କରିବେ;

10କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ,

11ଆଉ, ପହଁରିବା ଲୋକ ଯେପରି ପହଁରିବା ପାଇଁ ହସ୍ତ ବିସ୍ତାର କରେ, ସେହିପରି ସେ ତହିଁ ମଧ୍ୟରେ ଆପଣା ହସ୍ତ ବିସ୍ତାର କରିବ;

12ପୁଣି, ସେ ତୁମ୍ଭର ଉଚ୍ଚ ପ୍ରାଚୀରଯୁକ୍ତ ଦୃଢ଼ ଦୁର୍ଗ ନିପାତ କରି ନତ କରିଅଛନ୍ତି ଓ ତାହା ଭୂମିସାତ୍‍ କରି ଧୂଳିରେ ମିଶାଇ ଅଛନ୍ତି।

← ଯିଶାଇୟ 24 ଯିଶାଇୟ ଯିଶାଇୟ 26 →