1ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି
2ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି, ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ;
3ମିସରୀୟମାନେ ମନୁଷ୍ୟ ମାତ୍ର, ପରମେଶ୍ୱର ନୁହନ୍ତି ଓ ସେମାନଙ୍କ ଅଶ୍ୱଗଣ ମାଂସ ମାତ୍ର, ଆତ୍ମା ନୁହନ୍ତି;
4କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି,
5ଯେପରି ପକ୍ଷୀମାନେ ଉଡ଼ି ଉଡ଼ି ରକ୍ଷା କରନ୍ତି, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମକୁ ରକ୍ଷା କରିବେ;
6ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଅତିଶୟ ଦ୍ରୋହାଚରଣ କରି ଯାହାଙ୍କଠାରୁ ବିମୁଖ ହୋଇଅଛ, ତାହାଙ୍କ ନିକଟକୁ ଫେରି ଆସ।
7କାରଣ ସେହି ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ହସ୍ତନିର୍ମିତ ରୌପ୍ୟପ୍ରତିମା ଓ ସ୍ୱର୍ଣ୍ଣ-ପ୍ରତିମାରୂପ ପାପବସ୍ତୁ ପକାଇ ଦେବ।
8“ସେହି ସମୟରେ ଅଶୂରୀୟ ଖଡ୍ଗରେ ପତିତ ହେବ, ମାତ୍ର ମନୁଷ୍ୟର ଖଡ୍ଗରେ ନୁହେଁ; ପୁଣି ଖଡ୍ଗ ତାହାକୁ ଗ୍ରାସ କରିବ, ମାତ୍ର ମନୁଷ୍ୟର ଖଡ୍ଗ ନୁହେଁ;
9ପୁଣି, ତ୍ରାସପ୍ରଯୁକ୍ତ ତାହାର ଶୈଳ ଅନ୍ତର୍ହିତ ହେବ ଓ ତାହାର ଅଧିପତିମାନେ ଧ୍ୱଜା ଦେଖି ଉଦ୍ବିଗ୍ନ ହେବେ,”