1ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ।
2ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ,
3ପୁଣି, ଦର୍ଶକମାନଙ୍କ ଚକ୍ଷୁ ଧନ୍ଦଳା ହେବ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ମନୋଯୋଗ କରିବ।
4ଆହୁରି, ଅବିବେଚକର ଚିତ୍ତ ଜ୍ଞାନ ପାଇବ ଓ ତୋତଲାମାନଙ୍କର ଜିହ୍ୱା ସହଜରେ ସ୍ପଷ୍ଟ କଥା କହିବ।
5ମୂଢ଼ ଲୋକ ମହାତ୍ମା ବୋଲି ଓ ଖଳ ଲୋକ ଉଦାର ବୋଲି ଆଉ ବିଖ୍ୟାତ ହେବ ନାହିଁ।
6କାରଣ ପାଷାଣ୍ଡତା ବ୍ୟବହାର କରିବା ପାଇଁ ଓ ସଦାପ୍ରଭୁଙ୍କ ପ୍ରତିକୂଳରେ ଭ୍ରାନ୍ତିର କଥା କହିବା ପାଇଁ,
7ଆହୁରି, ଖଳ ଲୋକର ଉପାୟସବୁ ମନ୍ଦ; ସେ ନମ୍ର ଲୋକକୁ,
8ମାତ୍ର ମହାତ୍ମା ମାହାତ୍ମ୍ୟର ମନ୍ତ୍ରଣା କରେ ଓ ସେ ମାହାତ୍ମ୍ୟର ଚେଷ୍ଟାରେ ସ୍ଥିର ରହିବ।
9ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ ଉଠି ମୋହର ରବ ଶୁଣ,
10ହେ ନିଶ୍ଚିନ୍ତା ନାରୀଗଣ, ତୁମ୍ଭେମାନେ ଏକ ବର୍ଷର ଉପରେ କେତେକ ଦିନ ଉଦ୍ବିଗ୍ନା ହେବ;
11ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ କମ୍ପିତା ହୁଅ; ହେ ନିଶ୍ଚିନ୍ତାମାନେ, ଉଦ୍ବିଗ୍ନା ହୁଅ;
12ସେମାନେ ମନୋରମ କ୍ଷେତ୍ର ଓ ଫଳବତୀ ଦ୍ରାକ୍ଷାଲତା ନିମନ୍ତେ ଛାତିରେ ମାରି ହେବେ।
13ମୋʼ ଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳି ବୃକ୍ଷମୟ ହେବ;
14କାରଣ, ରାଜପୁରୀ ପରିତ୍ୟକ୍ତ ହେବ ଓ ଜନପୂର୍ଣ୍ଣ ନଗର ଜନଶୂନ୍ୟ ହେବ;
15ଶେଷରେ ଊର୍ଦ୍ଧ୍ୱରୁ ଆମ୍ଭମାନଙ୍କ ଉପରେ ଆତ୍ମା ଢଳା ଗଲେ
16ସେତେବେଳେ ପ୍ରାନ୍ତରରେ ନ୍ୟାୟବିଚାର ବାସ କରିବ ଓ ଉର୍ବରା କ୍ଷେତ୍ରରେ ଧାର୍ମିକତା ବସତି କରିବ।
17ପୁଣି, ଧାର୍ମିକତାର କାର୍ଯ୍ୟ ଶାନ୍ତିମୟ ହେବ; ଆଉ, ଧାର୍ମିକତାର ଫଳ ନିତ୍ୟ ସୁସ୍ଥିରତା ଓ ନିର୍ଭୟତା ହେବ।
18ପୁଣି, ମୋହର ଲୋକମାନେ ଶାନ୍ତିମୟ ବସତି ସ୍ଥାନରେ, ଦୃଢ଼ ଆବାସରେ ଓ ସୁସ୍ଥିର ବିଶ୍ରାମ ସ୍ଥାନରେ ବାସ କରିବେ।
19ମାତ୍ର ଅରଣ୍ୟର ପତନରେ ଶିଳାବୃଷ୍ଟି ହେବ ଓ ନଗର ସମ୍ପୂର୍ଣ୍ଣ ରୂପେ ନିପାତିତ ହେବ।
20ସଜଳ ସ୍ଥାନସବୁରେ ବୀଜ ବୁଣୁଅଛ ଓ ଗୋରୁ ଗର୍ଦ୍ଦଭକୁ ବାହାରେ ପଠାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ।