1ହେ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର, ହେ ଗୋଷ୍ଠୀଗଣ, ତୁମ୍ଭେମାନେ ମନୋଯୋଗ କର;
2କାରଣ ଦେଶୀୟ ସମସ୍ତଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କର କ୍ରୋଧ ଓ ସେମାନଙ୍କର ସମସ୍ତ ସୈନ୍ୟସାମନ୍ତର ପ୍ରତିକୂଳରେ ତାହାଙ୍କର ପ୍ରଚଣ୍ଡ କୋପ ଅଛି;
3ସେମାନଙ୍କର ହତ ଲୋକମାନେ ବାହାରେ ନିକ୍ଷିପ୍ତ ହେବେ, ସେମାନଙ୍କ ଶବରୁ ଦୁର୍ଗନ୍ଧ ଉଠିବ
4ପୁଣି, ଆକାଶମଣ୍ଡଳର ସୈନ୍ୟ ସମସ୍ତେ କ୍ଷୟ ପାଇବେ ଓ ଗଗନମଣ୍ଡଳ ନଳାକାର ପୁସ୍ତକ ତୁଲ୍ୟ ଗୁଡ଼ା ହେବ;
5କାରଣ ଆମ୍ଭର ଖଡ୍ଗ ସ୍ୱର୍ଗରେ ପରିତୃପ୍ତ ରୂପେ ପାନ କରିଅଛି;
6ସଦାପ୍ରଭୁଙ୍କ ଖଡ୍ଗ ରକ୍ତରେ ପରିତୃପ୍ତ, ମେଦରେ ଓ ଛାଗଗଣର ଗୁର୍ଦାର ମେଦରେ ପୁଷ୍ଟ ହୋଇଅଛି;
7ପୁଣି, ସେମାନଙ୍କ ସଙ୍ଗେ ବନ୍ୟଗୋରୁ, ବୃଷଭ ସଙ୍ଗେ ଯୁବା ବୃଷ ଆସିବେ;
8କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ, ଏହା ସିୟୋନର ବିବାଦ ସମ୍ବନ୍ଧୀୟ ପ୍ରତିଫଳର ବର୍ଷ।
9ପୁଣି, ତହିଁର ସ୍ରୋତସବୁ ଝୁଣାରେ, ତହିଁର ଧୂଳି ଗନ୍ଧକରେ ପରିଣତ ହେବ
10ତାହା ଦିବାରାତ୍ର ନିର୍ବାଣ ହେବ ନାହିଁ; ତହିଁର ଧୂମ ସଦାକାଳ ଉଠିବ;
11ମାତ୍ର ପାଣିଭେଳା ଓ ଝିଙ୍କ ତାହା ଅଧିକାର କରିବେ; ଆଉ, ପେଚା ଓ ଡାମରା କାଉ ତହିଁ ମଧ୍ୟରେ ବାସ କରିବେ;
12ସେମାନେ ତହିଁର କୁଳୀନମାନଙ୍କୁ ରାଜତ୍ୱ କରିବାକୁ ଡାକିବେ;
13ତହିଁର ଅଟ୍ଟାଳିକାସକଳରେ କଣ୍ଟକ ଓ ତହିଁର ଦୁର୍ଗସବୁରେ ବିଛୁଆତି, କଣ୍ଟକଲତା ବଢ଼ିବ,
14ପୁଣି, ସେଠାରେ ବନ୍ୟ ପଶୁଗଣ କେନ୍ଦୁଆମାନଙ୍କ ସଙ୍ଗେ ମିଳିବେ ଓ ଛାଗ ଦେବତା ଆପଣା ସଙ୍ଗୀକୁ ଡାକିବ;
15ସେହି ସ୍ଥାନରେ ଡିଆଁ ସର୍ପ ଆପଣା ବସା କରି ଡିମ୍ବ ଦେବ ଓ ଛୁଆ ଫୁଟାଇ ଆପଣା ଛାୟା ତଳେ ଏକତ୍ର କରିବ;
16ତୁମ୍ଭେମାନେ ସଦାପ୍ରଭୁଙ୍କ ନଳାକାର ପୁସ୍ତକରୁ ଅନୁସନ୍ଧାନ କରି ପାଠ କର; ଏମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ହେବ ନାହିଁ,
17ପୁଣି, ସେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ତାହାଙ୍କର ହସ୍ତ ପରିମାପକ ରଜ୍ଜୁ ଦ୍ୱାରା ତାହା ବିଭାଗ କରି ସେମାନଙ୍କୁ ଦେଇଅଛି;