We Believe JesusFé, Esperança e Nova Vida

ଯିଶାଇୟ 41

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଯିଶାଇୟ 40 ଯିଶାଇୟ ଯିଶାଇୟ 42 →

1ହେ ଦ୍ୱୀପଗଣ, ଆମ୍ଭ ସାକ୍ଷାତରେ ନୀରବ ହୁଅ ଓ ଶୁଣ; ଲୋକମାନେ ନୂଆ ନୂଆ ବଳ ପ୍ରାପ୍ତ ହେଉନ୍ତୁ;

2ସେ ଧାର୍ମିକତାରେ ଯାହାକୁ ଆପଣା ଚରଣ ନିକଟକୁ ଡାକନ୍ତି, ଏପରି ଏକ ଜଣକୁ ପୂର୍ବ ଦିଗରୁ କିଏ ଉତ୍ପନ୍ନ କରିଅଛନ୍ତି?

3ସେ ସେମାନଙ୍କର ପଛେ ଗୋଡ଼ାଏ, ଯେଉଁ ପଥରେ ସେ ପଦାର୍ପଣ କରି ନାହିଁ, ସେହି ପଥରେ ହେଁ ସେ ନିରାପଦରେ ଅଗ୍ରସର ହୁଏ।

4ଆଦ୍ୟରୁ ପୁରୁଷକୁ ପୁରୁଷ ଆହ୍ୱାନ କରି କିଏ ଏ କାର୍ଯ୍ୟ ସାଧନ କରିଅଛନ୍ତି?

5ଦ୍ୱୀପଗଣ ଦେଖି ଭୀତ ହେଲେ; ପୃଥିବୀର ପ୍ରାନ୍ତସକଳ କମ୍ପିତ ହେଲେ;

6ସେମାନେ ପ୍ରତ୍ୟେକେ ଆପଣା ପ୍ରତିବାସୀର ସାହାଯ୍ୟ କଲେ ଓ “ସାହସିକ ହୁଅ” ବୋଲି ପ୍ରତ୍ୟେକେ ଆପଣା ଭାଇକୁ କହିଲେ।

7ଏହିରୂପେ ସୂତ୍ରଧର ସ୍ୱର୍ଣ୍ଣକାରକୁ ସାହସ ଦେଲା ଓ ହାତୁଡ଼ିରେ ସମାନ କରିବା ଲୋକ “ଯୋଡ଼ କର୍ମ ଉତ୍ତମ ହୋଇଅଛି” ବୋଲି କହି,

8ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ,

9ଆମ୍ଭେ ତୁମ୍ଭକୁ ଧରି ପୃଥିବୀର ପ୍ରାନ୍ତକୁ ଆଣିଅଛୁ ଓ ପୃଥିବୀର ସୀମାରୁ ତୁମ୍ଭକୁ ଆହ୍ୱାନ କରି କହିଅଛୁ,

10ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର;

11ଦେଖ, ଯେଉଁମାନେ ତୁମ୍ଭ ପ୍ରତି କୁପିତ ଅଛନ୍ତି, ସେମାନେ ସମସ୍ତେ ଲଜ୍ଜିତ ଓ ବିବ୍ରତ ହେବେ;

12ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ତୁମ୍ଭେ ସେମାନଙ୍କୁ ଅନ୍ୱେଷଣ କରିବ, ମାତ୍ର ସେମାନଙ୍କର ଉଦ୍ଦେଶ୍ୟ ପାଇବ ନାହିଁ;

13କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ତୁମ୍ଭ ଦକ୍ଷିଣ ହସ୍ତ ଧରି ତୁମ୍ଭକୁ କହିବା,

14ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ;

15ଦେଖ, ଆମ୍ଭେ ତୁମ୍ଭକୁ ତୀକ୍ଷ୍ଣ ଛୁରିକାବିଶିଷ୍ଟ ଏକ ନୂତନ ଶସ୍ୟ ମର୍ଦ୍ଦନ ଯନ୍ତ୍ର ସ୍ୱରୂପ କରିବା;

16ତୁମ୍ଭେ ସେମାନଙ୍କୁ କୁଲାରେ ଉଡ଼ାଇଲେ, ବାୟୁ ସେମାନଙ୍କୁ ଉଡ଼ାଇ ନେଇଯିବ ଓ ଘୂର୍ଣ୍ଣିବାୟୁ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବ;

17ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ୱା ତୃଷାରେ ଶୁଷ୍କ ହୁଏ;

18ଆମ୍ଭେ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ନଦ-ନଦୀ କରିବା ଓ ସମସ୍ଥଳୀ ମଧ୍ୟରେ ନିର୍ଝରମାନ ଫିଟାଇବା;

19ଆମ୍ଭେ ପ୍ରାନ୍ତରରେ ଏରସ, ଶିଟୀମ୍‍ ଓ ମେହେନ୍ଦି ଓ ତୈଳବୃକ୍ଷ ରୋପଣ କରିବା;

20ତହିଁରେ ସଦାପ୍ରଭୁଙ୍କ ହସ୍ତ ଏହି କାର୍ଯ୍ୟ କରିଅଛି ଓ ଇସ୍ରାଏଲର ଧର୍ମସ୍ୱରୂପ ଏହା ସୃଷ୍ଟି କରିଅଛନ୍ତି ବୋଲି ଲୋକମାନେ ଏକତ୍ର ଦେଖିବେ ଓ ବିବେଚନା କରି ବୁଝିବେ।

21ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କ ବିବାଦ ଉପସ୍ଥିତ କର,”

22ସେମାନେ ତାହାସବୁ ବାହାର କରି ଯାହା ଯାହା ଘଟିବ, ତାହା ଆମ୍ଭମାନଙ୍କ ନିକଟରେ ପ୍ରକାଶ କରନ୍ତୁ;

23ଏଥିଉତ୍ତାରେ ଯାହା ଯାହା ଘଟିବ, ତାହା ପ୍ରକାଶ କର, ତହିଁରେ ତୁମ୍ଭେମାନେ ଯେ ଈଶ୍ୱରଗଣ, ଏହା ଆମ୍ଭେମାନେ ଜାଣିବା;

24ଦେଖ, ତୁମ୍ଭେମାନେ ଅକିଞ୍ଚିତ ଓ ତୁମ୍ଭମାନଙ୍କର କାର୍ଯ୍ୟ କିଛି ହିଁ ନୁହେଁ; ଯେଉଁ ଲୋକ ତୁମ୍ଭମାନଙ୍କୁ ମନୋନୀତ କରେ, ସେ ଘୃଣାସ୍ପଦ।

25ଆମ୍ଭେ ଉତ୍ତର ଦିଗରୁ ଏକ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ; ସେ ସୂର୍ଯ୍ୟୋଦୟ ଦିଗରୁ ଆମ୍ଭ ନାମ ଆହ୍ୱାନ କରେ;

26ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଆଦ୍ୟରୁ କିଏ ଏହା ପ୍ରକାଶ କରିଅଛି? ପୁଣି, ସେ ଧାର୍ମିକ ବୋଲି ଯେପରି ଆମ୍ଭେମାନେ କହି ପାରିବା, ଏଥିପାଇଁ ପୂର୍ବରୁ କିଏ ଏହା ପ୍ରକାଶ କରିଅଛି?

27ଆମ୍ଭେ ପ୍ରଥମେ ସିୟୋନକୁ କହିବା, “ଦେଖ, ସେମାନଙ୍କୁ ଦେଖ,” ପୁଣି ଆମ୍ଭେ ଯିରୂଶାଲମକୁ ସୁସମାଚାର ଆଣିବାର ଏକ ଲୋକ ଦେବା।

28ଆମ୍ଭେ ଅନାଇଲା ବେଳେ କେହି ନାହିଁ; ଆମ୍ଭେ ପଚାରିଲା ବେଳେ ଯେ ପଦେ ଉତ୍ତର ଦେଇ ପାରେ,

29ଦେଖ, ସେସମସ୍ତେ, ସେମାନଙ୍କର କର୍ମସବୁ ଅସାର ଓ ଅବସ୍ତୁ ମାତ୍ର;

← ଯିଶାଇୟ 40 ଯିଶାଇୟ ଯିଶାଇୟ 42 →