1ମାତ୍ର ହେ ଯାକୁବ, ଯେ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ ଏହି କଥା କହନ୍ତି;
2ତୁମ୍ଭେ ଜଳ ମଧ୍ୟଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦ-ନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ;
3କାରଣ ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ଇସ୍ରାଏଲର ଧର୍ମସ୍ୱରୂପ, ତୁମ୍ଭର ତ୍ରାଣକର୍ତ୍ତା ଅଟୁ;
4ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ;
5ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ;
6ଆମ୍ଭେ ଉତ୍ତର ଦିଗକୁ କହିବା, ‘ଛାଡ଼ିଦିଅ’ ଓ ଦକ୍ଷିଣ ଦିଗକୁ କହିବା, ‘ଅଟକାଇ ରଖ ନାହିଁ;’
7ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।”
8ଚକ୍ଷୁ ଥାଇ ଅନ୍ଧ ଓ କର୍ଣ୍ଣ ଥାଇ ବଧିର, ଏହି ଲୋକଙ୍କୁ ବାହାର କରି ଆଣ।
9ସର୍ବଦେଶୀୟମାନେ ସଂଗୃହୀତ ହେଉନ୍ତୁ ଓ ଗୋଷ୍ଠୀସମୂହ ଏକତ୍ରୀକୃତ ହେଉନ୍ତୁ;
10ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ୱାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ,
11ଆମ୍ଭେ, ଆମ୍ଭେ ହିଁ ସଦାପ୍ରଭୁ ଅଟୁ ଓ ଆମ୍ଭ ଛଡ଼ା ଆଉ ତ୍ରାଣକର୍ତ୍ତା ନାହିଁ।
12ଆମ୍ଭେ ପ୍ରକାଶ କରିଅଛୁ, ଆମ୍ଭେ ଉଦ୍ଧାର କରିଅଛୁ ଓ ଆମ୍ଭେ ଦେଖାଇଅଛୁ, ଆଉ ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀୟ ଦେବତା ନ ଥିଲା;
13“ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ
14ତୁମ୍ଭମାନଙ୍କର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି,
15ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ଧର୍ମସ୍ୱରୂପ, ଇସ୍ରାଏଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁ।”
16ଯେ ସମୁଦ୍ରରେ ପଥ ଓ ମହାଜଳରାଶିରେ ମାର୍ଗ କରନ୍ତି;
17ଯେ ରଥ ଓ ଅଶ୍ୱ, ସୈନ୍ୟ ଓ ବୀରଗଣକୁ ବାହାର କରି ଆଣନ୍ତି;
18“ତୁମ୍ଭେମାନେ ଆଦ୍ୟ ବିଷୟସବୁ ସ୍ମରଣ କର ନାହିଁ, କିଅବା ପୁରାତନ ବିଷୟସବୁ ବିବେଚନା କର ନାହିଁ।
19ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ?
20କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଓଟପକ୍ଷୀଗଣ ଆମ୍ଭର ଗୌରବ କରିବେ;
21ସେହି ଲୋକମାନଙ୍କୁ ଆମ୍ଭେ ଆପଣା ପ୍ରଶଂସା ବର୍ଣ୍ଣନା କରିବା ନିମନ୍ତେ ସୃଷ୍ଟି କରିଅଛୁ।
22ତଥାପି ହେ ଯାକୁବ, ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କରି ନାହଁ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ବିଷୟରେ କ୍ଳାନ୍ତ ହୋଇଅଛ।
23ତୁମ୍ଭେ ଆପଣା ହୋମାର୍ଥକ ମେଷାଦି ଆମ୍ଭ ନିକଟକୁ ଆଣି ନାହଁ;
24ତୁମ୍ଭେ ରୌପ୍ୟ ମୁଦ୍ରା ଦେଇ ଆମ୍ଭ ପାଇଁ ସୁଗନ୍ଧି ବଚ କ୍ରୟ କରି ନାହଁ, କିଅବା ତୁମ୍ଭ ବଳିର ମେଦରେ ଆମ୍ଭକୁ ତୃପ୍ତ କରି ନାହଁ;
25ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ।
26ଆମ୍ଭଙ୍କୁ ସ୍ମରଣ କରାଅ; ଆମ୍ଭେମାନେ ପରସ୍ପରର ବିଚାର କରୁ; ତୁମ୍ଭେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା କଥା କୁହ।
27ତୁମ୍ଭର ଆଦିପିତା ପାପ କଲା ଓ ତୁମ୍ଭର ମଧ୍ୟସ୍ଥିମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି।
28ଏନିମନ୍ତେ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା, ଆମ୍ଭେ ଯାକୁବକୁ ଅଭିଶାପ ଓ ଇସ୍ରାଏଲକୁ ନିନ୍ଦାପାତ୍ର କରିବା।