1ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ
2ସେମାନେ ନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି; ସେମାନେ ଭାର ରକ୍ଷା କରି ପାରିଲେ ନାହିଁ,
3“ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ;
4ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା;
5ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା?
6ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି।
7ସେମାନେ ତାହାକୁ ସ୍କନ୍ଧରେ ବହନ କରନ୍ତି ଓ ତାହାକୁ ବୋହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ;
8ତୁମ୍ଭେମାନେ ଏହା ସ୍ମରଣ କର ଓ ପୁରୁଷତ୍ୱ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର।
9ପୁରାତନ ବିଷୟସବୁ ସ୍ମରଣ କର;
10ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ,
11ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ;
12ହେ ଧର୍ମରୁ ଦୂରବର୍ତ୍ତୀ କଠିନାନ୍ତଃକରଣ ଲୋକେ, ଆମ୍ଭର କଥା ଶୁଣ।
13ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ହେବ ନାହିଁ ଓ ଆମ୍ଭ ପରିତ୍ରାଣର ବିଳମ୍ବ ହେବ ନାହିଁ;