We Believe JesusFé, Esperança e Nova Vida

ଯିଶାଇୟ 48

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଯିଶାଇୟ 47 ଯିଶାଇୟ ଯିଶାଇୟ 49 →

1ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ,

2କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି

3“ଆମ୍ଭେ ପୂର୍ବକାଳର କଥା ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ; ହଁ, ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ;

4ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ

5ଏଥିପାଇଁ ଆମ୍ଭେ ପ୍ରାଚୀନ କାଳରୁ ତୁମ୍ଭ ପ୍ରତି ତାହା ପ୍ରକାଶ କଲୁ; ତାହା ଘଟିବା ପୂର୍ବେ ତୁମ୍ଭକୁ ଜଣାଇଲୁ;

6ତୁମ୍ଭେ ଶୁଣିଅଛ; ଏହିସବୁ ଦେଖ ଓ ତୁମ୍ଭେମାନେ କି ତାହା ପ୍ରକାଶ କରିବ ନାହିଁ? ଏହି ସମୟଠାରୁ ଆମ୍ଭେ ତୁମ୍ଭକୁ ନୂତନ ବିଷୟ, ଅର୍ଥାତ୍‍, ତୁମ୍ଭର ଅଜ୍ଞାତ ନିଗୂଢ଼ ବିଷୟ ଦେଖାଇଅଛୁ।

7ସେହି ସବୁ ପୂର୍ବକାଳରୁ ନୁହେଁ, ମାତ୍ର ଏବେ ସୃଷ୍ଟ ହେଲା; ଆଜି ଦିନର ପୂର୍ବେ ତୁମ୍ଭେ ତାହା ଶୁଣିଲ ନାହିଁ;

8ବାସ୍ତବିକ, ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ପୂର୍ବରୁ ତୁମ୍ଭର କର୍ଣ୍ଣ ମୁକ୍ତ ହୋଇ ନ ଥିଲା;

9ଆମ୍ଭେ ଯେପରି ତୁମ୍ଭକୁ ଉଚ୍ଛିନ୍ନ ନ କରୁ, ଏଥିପାଇଁ ଆମ୍ଭେ ଆପଣା ନାମ ସକାଶୁ ଆପଣା କ୍ରୋଧ ସମ୍ବରଣ କରିବା ଓ ଆପଣା ପ୍ରଶଂସା ପାଇଁ ତୁମ୍ଭ ପ୍ରତି କ୍ଷାନ୍ତ ହେବା।

10ଦେଖ, ଆମ୍ଭେ ତୁମ୍ଭକୁ ପରିଷ୍କାର କରିଅଛୁ, ମାତ୍ର ରୂପା ପରି ନୁହେଁ; ଆମ୍ଭେ ଦୁଃଖରୂପ ଉହ୍ମାଇରେ ତୁମ୍ଭକୁ ମନୋନୀତ କରିଅଛୁ।

11ଆମ୍ଭେ ଆପଣା ସକାଶୁ, କେବଳ ଆପଣା ସକାଶୁ ତାହା କରିବା; କାରଣ ଆମ୍ଭର ନାମ କାହିଁକି ଅପବିତ୍ରୀକୃତ ହେବ?

12ହେ ଯାକୁବ, ହେ ଆମ୍ଭର ଆହୂତ ଇସ୍ରାଏଲ, ଆମ୍ଭ ବାକ୍ୟରେ ମନୋଯୋଗ କର;

13ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଡାହାଣ ହସ୍ତ ଗଗନମଣ୍ଡଳ ବିସ୍ତାର କରିଅଛି;

14“ତୁମ୍ଭେ ସମସ୍ତେ ଏକତ୍ର ହୋଇ ଶୁଣ; ସେମାନଙ୍କ ମଧ୍ୟରେ କିଏ ଏହିସବୁ ପ୍ରକାଶ କରିଅଛି?

15ଆମ୍ଭେ, ଆମ୍ଭେ ହିଁ ବାକ୍ୟ କହିଅଛୁ; ହଁ, ଆମ୍ଭେ ତାହାକୁ ଆହ୍ୱାନ କରିଅଛୁ; ଆମ୍ଭେ ତାହାକୁ ଆଣିଅଛୁ, ଆଉ ସେ ଆପଣା ପଥରେ କୃତକାର୍ଯ୍ୟ ହେବ।

16ତୁମ୍ଭେମାନେ ଆମ୍ଭ ନିକଟକୁ ଆସି ଏହି କଥା ଶୁଣ;

17ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ, ଏହି କଥା କହନ୍ତି;

18ଆଃ, ତୁମ୍ଭେ ଯଦି ଆମ୍ଭ ଆଜ୍ଞାରେ ମନୋଯୋଗ କରିଥାʼନ୍ତ!

19ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ଔରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥାʼନ୍ତେ;

20ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲ୍‍ଦୀୟମାନଙ୍କ ମଧ୍ୟରୁ ପଳାଅ;

21ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ,

22ସଦାପ୍ରଭୁ କହନ୍ତି, “ଦୁଷ୍ଟ ଲୋକମାନଙ୍କର କିଛି ଶାନ୍ତି ନାହିଁ।”

← ଯିଶାଇୟ 47 ଯିଶାଇୟ ଯିଶାଇୟ 49 →