We Believe JesusFé, Esperança e Nova Vida

ଯିଶାଇୟ 53

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଯିଶାଇୟ 52 ଯିଶାଇୟ ଯିଶାଇୟ 54 →

1ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?

2କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ;

3ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀଲୋକ ଓ ଶୋକପରିଚିତ,

4ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାସବୁ ବହନ କରିଅଛନ୍ତି।

5ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ;

6ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟ ଆଡ଼େ ଫେରିଅଛୁ;

7ସେ ଉପଦ୍ରବପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ;

8ସେ ଉପଦ୍ରବ ଓ ବିଚାର ଦ୍ୱାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା?

9ପୁଣି, ସେ କୌଣସି ଦୌରାତ୍ମ୍ୟ ନ କଲେ ହେଁ ଓ ତାହାଙ୍କ ମୁଖରେ କୌଣସି ଛଳ ନ ଥିଲେ ହେଁ

10ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ,

11ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ;

12ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟିତ ବିଭାଗ କରି ନେବେ;

← ଯିଶାଇୟ 52 ଯିଶାଇୟ ଯିଶାଇୟ 54 →