1ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ;
2ସେ ଶାନ୍ତିରେ ପ୍ରବେଶ କରେ;
3ହେ ଗଣିକାର ପୁତ୍ରଗଣ, ପାରଦାରିକ ଓ ବେଶ୍ୟାର ବଂଶ,
4ତୁମ୍ଭେମାନେ କାହାକୁ ଉପହାସ କରୁଅଛ?
5ତୁମ୍ଭେମାନେ ଅଲୋନ ବୃକ୍ଷଗଣ ମଧ୍ୟରେ, ପ୍ରତ୍ୟେକ ହରିତ୍ପୂର୍ଣ୍ଣ ବୃକ୍ଷ ତଳେ ଆସକ୍ତିରୂପ ଅନଳରେ ଆପଣାମାନଙ୍କୁ କି ଉତ୍ତପ୍ତ କରୁ ନାହଁ;
6ଉପତ୍ୟକାର ଚିକ୍କଣ ପ୍ରସ୍ତରସକଳ ମଧ୍ୟରେ ତୁମ୍ଭର ଅଂଶ, ସେହି ସବୁ ତୁମ୍ଭର ଅଧିକାର;
7ଉଚ୍ଚ ଓ ଉନ୍ନତ ପର୍ବତ ଉପରେ ତୁମ୍ଭେ ଆପଣା ଶଯ୍ୟା ପାତିଅଛ;
8ପୁଣି, କବାଟ ଓ ଚୌକାଠର ପଛରେ ତୁମ୍ଭେ ତୁମ୍ଭର ସ୍ମରଣାର୍ଥକ ସ୍ତମ୍ଭ ସ୍ଥାପନ କରିଅଛ;
9ପୁଣି, ତୁମ୍ଭେ ତୈଳ ଘେନି ମଲେକ୍ ଦେବତା57:9 ମଲେକ୍ ଦେବତା କିମ୍ବା ରାଜା ନିକଟକୁ ଯାଇଅଛ ଓ ଆପଣା ସୁଗନ୍ଧି ଦ୍ରବ୍ୟ ବୃଦ୍ଧି କରିଅଛ,
10ତୁମ୍ଭେ ଆପଣା ମାର୍ଗର ଦୀର୍ଘତା ହେତୁ କ୍ଳାନ୍ତ ହୋଇଥିଲ, ତଥାପି ଆଉ ଭରସା ନାହିଁ ବୋଲି କହିଲ ନାହିଁ;
11ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛ ଯେ, ତୁମ୍ଭେ ମିଥ୍ୟା କହୁଅଛ
12ଆମ୍ଭେ ତୁମ୍ଭର ଧାର୍ମିକତା ପ୍ରକାଶ କରିବା; ପୁଣି,
13ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ତୁମ୍ଭେ କାନ୍ଦିବା ବେଳେ ସେମାନେ ଉଦ୍ଧାର କରନ୍ତୁ;
14ଆଉ, ସେ କହିବେ,
15କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି;
16କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ;
17ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କ୍ରୁଦ୍ଧ ହୋଇ ତାହାକୁ ଆଘାତ କଲୁ, ଆମ୍ଭେ ଆପଣା ମୁଖ ଲୁଚାଇ କ୍ରୁଦ୍ଧ ହେଲୁ,
18ଆମ୍ଭେ ତାହାର ଗତି ଦେଖିଅଛୁ ଓ ତାହାକୁ ସୁସ୍ଥ କରିବା;
19ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ; ସଦାପ୍ରଭୁ କହନ୍ତି, ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକ ପ୍ରତି ଶାନ୍ତି, ଶାନ୍ତି ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।
20ମାତ୍ର ଦୁଷ୍ଟମାନେ ତରଙ୍ଗିତ ସମୁଦ୍ର ତୁଲ୍ୟ, କାରଣ ତାହା ସ୍ଥିର ହୋଇପାରେ ନାହିଁ,
21ଆମ୍ଭର ପରମେଶ୍ୱର କହନ୍ତି, ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ।”