We Believe JesusFé, Esperança e Nova Vida

ଯିଶାଇୟ 6

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଯିଶାଇୟ 5 ଯିଶାଇୟ ଯିଶାଇୟ 7 →

1ଉଷୀୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା।

2ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ।

3ଆଉ, ସେମାନେ ପରସ୍ପର ଡାକି କହିଲେ,

4ସେତେବେଳେ ଘୋଷଣାକାରୀର ରବରେ ଦ୍ୱାର ସମ୍ମୁଖ ସ୍ଥାନର ମୂଳଦୁଆ କମ୍ପିତ ହେଲା ଓ ମନ୍ଦିର ଧୂମରେ ପରିପୂର୍ଣ୍ଣ ହେଲା।

5ତେବେ ମୁଁ କହିଲି, “ହାୟ ହାୟ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି!”

6ଏଥିଉତ୍ତାରେ ସେହି ସରାଫଗଣ ମଧ୍ୟରୁ ଏକ ଜଣ ମୋʼ ନିକଟକୁ ଉଡ଼ି ଆସିଲେ, ତାଙ୍କ ହସ୍ତରେ ଖଣ୍ଡେ ଜ୍ୱଳନ୍ତ ଅଙ୍ଗାର ଥିଲା, ସେ ଯଜ୍ଞବେଦିରୁ ଚିମୁଟା ଦ୍ୱାରା ତାହା ନେଇଥିଲେ;

7ପୁଣି, ସେ ତଦ୍ଦ୍ୱାରା ମୋର ମୁଖ ସ୍ପର୍ଶ କରି କହିଲେ, “ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା।”

8ଏଥିଉତ୍ତାରେ “ମୁଁ କାହାକୁ ପଠାଇବି? ଓ କିଏ ଆମ୍ଭମାନଙ୍କ ପାଇଁ ଯିବ?” ପ୍ରଭୁଙ୍କର ଏହି ରବ ମୁଁ ଶୁଣିଲି। ତେବେ ମୁଁ କହିଲି, “ମୁଁ ଅଛି; ମୋତେ ପଠାଅ।”

9ତହିଁରେ ସେ କହିଲେ, “ଯାଅ ଓ ଏହି ଗୋଷ୍ଠୀକୁ କୁହ,

10ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି,

11ତେବେ ମୁଁ ପଚାରିଲି, “ହେ ପ୍ରଭୋ, କେତେ କାଳ ଯାଏ?” ତହିଁରେ ସେ ଉତ୍ତର କଲେ,

12ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଅତି ଦୂର କରି ନ ଦିଅନ୍ତି ଓ ଦେଶ ମଧ୍ୟରେ ପରିତ୍ୟକ୍ତ ସ୍ଥାନ ଅନେକ ନ ହୁଏ, ସେପର୍ଯ୍ୟନ୍ତ।

13ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ;

← ଯିଶାଇୟ 5 ଯିଶାଇୟ ଯିଶାଇୟ 7 →