1ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି;
2ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ;
3ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ,
4ପୁଣି, ସେମାନେ ପୁରାତନ ଧ୍ୱଂସିତ ସ୍ଥାନସବୁ ନିର୍ମାଣ କରିବେ, ପୂର୍ବକାଳର ନଷ୍ଟ ସ୍ଥାନସବୁ ଉଠାଇବେ,
5ପୁଣି, ଅପରିଚିତ ଲୋକମାନେ ତୁମ୍ଭମାନଙ୍କର ପଲ ଚରାଇବା ପାଇଁ ଠିଆ ହେବେ ଓ ବିଦେଶୀୟମାନେ ତୁମ୍ଭମାନଙ୍କର ଶସ୍ୟକ୍ଷେତ୍ରର ଓ ଦ୍ରାକ୍ଷାକ୍ଷେତ୍ରର କୃଷକ ହେବେ।
6ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ଯାଜକ ବୋଲି ବିଖ୍ୟାତ ହେବ; ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିଚାରକ ବୋଲି ଡାକିବେ;
7ତୁମ୍ଭେମାନେ ଲଜ୍ଜାର ପରିବର୍ତ୍ତେ ଦୁଇଗୁଣ ସମ୍ମାନ ପାଇବ; ପୁଣି, ଅପମାନର ପରିବର୍ତ୍ତେ ସେମାନେ ଆପଣା ଆପଣା ଅଧିକାରରେ ଆନନ୍ଦ କରିବେ;
8କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଉ, ଆମ୍ଭେ ଅଧର୍ମଯୁକ୍ତ ଅପହରଣ ଘୃଣା କରୁ;
9ପୁଣି, ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀସମୂହର ମଧ୍ୟରେ ବିଖ୍ୟାତ ହେବେ;
10ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋʼ ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ;
11କାରଣ ଭୂମି ଯେପରି ଆପଣା ଅଙ୍କୁର ବାହାର କରେ ଓ ଉଦ୍ୟାନ ଯେପରି ଆପଣା ମଧ୍ୟରେ ବୁଣାଯିବା ପଦାର୍ଥସବୁ ଅଙ୍କୁରିତ କରେ,