1ଯେଉଁମାନେ ଆମ୍ଭ ବିଷୟ ପଚାରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଉଅଛୁ; ଯେଉଁମାନେ ଆମ୍ଭର ଅନ୍ୱେଷଣ କଲେ ନାହିଁ, ସେମାନେ ଆମ୍ଭକୁ ପ୍ରାପ୍ତ ହେଉଅଛନ୍ତି;
2ଯେଉଁମାନେ ଆପଣା ଆପଣା କଳ୍ପନାନୁସାରେ କୁପଥରେ ଗମନ କରନ୍ତି,
3ସେହି ଲୋକମାନେ ଉଦ୍ୟାନରେ ବଳିଦାନ କରି
4ସେମାନେ କବର ସ୍ଥାନ ମଧ୍ୟରେ ବସନ୍ତି ଓ ଗୁପ୍ତ ସ୍ଥାନରେ ବସା କରନ୍ତି;
5ସେମାନେ କହନ୍ତି, ସ୍ୱ ସ୍ଥାନରେ ଛିଡ଼ା ହୁଅ, “ଆମ୍ଭ ନିକଟକୁ ଆସ ନାହିଁ, କାରଣ ଆମ୍ଭେ ତୁମ୍ଭ ଅପେକ୍ଷା ପବିତ୍ର;”
6ଦେଖ, ଆମ୍ଭ ସମ୍ମୁଖରେ ଏହା ଲିଖିତ ଅଛି;
7ସଦାପ୍ରଭୁ କହନ୍ତି, ପର୍ବତଗଣ ଉପରେ ଧୂପ ଜ୍ୱଳାଇଅଛ ଓ ଉପପର୍ବତଗଣ ଉପରେ ଆମ୍ଭକୁ ନିନ୍ଦା କରିଅଛ ଯେ ତୁମ୍ଭେମାନେ,
8ସଦାପ୍ରଭୁ ଏହି କଥା କହନ୍ତି, “ଦ୍ରାକ୍ଷାପେଣ୍ଡାରେ ଯେପରି ନୂତନ ଦ୍ରାକ୍ଷାରସ ମିଳେ
9ପୁଣି, ଆମ୍ଭେ ଯାକୁବଠାରୁ ଏକ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତଗଣର ଏକ ଅଧିକାରୀ ଉତ୍ପନ୍ନ କରିବା
10ଆଉ, ଆମ୍ଭର ଯେଉଁ ଲୋକମାନେ ଆମ୍ଭର ଅନ୍ୱେଷଣ କରିଅଛନ୍ତି,
11ମାତ୍ର ସଦାପ୍ରଭୁଙ୍କୁ ତ୍ୟାଗ କରୁଅଛ, ଆମ୍ଭ ପବିତ୍ର ପର୍ବତକୁ ପାସୋରୁଅଛ,
12ତୁମ୍ଭମାନଙ୍କୁ ଆମ୍ଭେ ଖଡ୍ଗ ନିମନ୍ତେ ନିରୂପଣ କରିବା ଓ ତୁମ୍ଭେ ସମସ୍ତେ ବଧ ସ୍ଥାନରେ ନଇଁ ପଡ଼ିବ;
13ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି,
14ଦେଖ, ଆମ୍ଭର ଦାସମାନେ ଚିତ୍ତର ସୁଖ ସକାଶୁ ଗାନ କରିବେ,
15ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ;
16ତହିଁରେ ଯେଉଁ ଲୋକ ପୃଥିବୀରେ ଆପଣାକୁ ଆଶୀର୍ବାଦ କରେ, ସେ ସତ୍ୟ ପରମେଶ୍ୱରଙ୍କଠାରୁ ଆପଣାକୁ ଆଶୀର୍ବାଦ କରିବ
17କାରଣ ଦେଖ, ଆମ୍ଭେ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁ
18ମାତ୍ର ଯାହା ଆମ୍ଭେ ସୃଷ୍ଟି କରୁ, ତୁମ୍ଭେମାନେ ସଦାକାଳ ତହିଁରେ ଆନନ୍ଦିତ ହୋଇ ଉଲ୍ଲାସ କର; କାରଣ ଦେଖ, ଆମ୍ଭେ ଯିରୂଶାଲମକୁ ଉଲ୍ଲାସ ସ୍ୱରୂପ ଓ ତହିଁର ଲୋକମାନଙ୍କୁ ଆନନ୍ଦର ପାତ୍ର କରି ସୃଷ୍ଟି କରୁ।
19ପୁଣି, ଆମ୍ଭେ ଯିରୂଶାଲମରେ ଉଲ୍ଲାସ କରିବା ଓ ଆମ୍ଭ ଲୋକମାନଙ୍କଠାରେ ଆନନ୍ଦ କରିବା;
20ସେସମୟରୁ ସେସ୍ଥାନରେ ଅଳ୍ପ ଦିନର ଶିଶୁ
21ପୁଣି, ଲୋକମାନେ ଗୃହ ନିର୍ମାଣ କରି ତହିଁରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।
22ସେମାନେ ନିର୍ମାଣ କଲେ, ଅନ୍ୟ କେହି ତହିଁରେ ବାସ କରିବ ନାହିଁ; ସେମାନେ ରୋପଣ କଲେ, ଅନ୍ୟ କେହି ଫଳ ଭୋଗ କରିବ ନାହିଁ;
23ସେମାନେ ବୃଥା ପରିଶ୍ରମ କରିବେ ନାହିଁ, କିଅବା ବିପଦର ପାଇଁ ପ୍ରସବ କରିବେ ନାହିଁ;
24ପୁଣି, ଏହା ଘଟିବ ଯେ, ସେମାନେ ଡାକିବା ପୂର୍ବେ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।
25କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ;