1ସଦାପ୍ରଭୁ ଏହି କଥା କହନ୍ତି,
2କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା, ଏହା ସଦାପ୍ରଭୁ କହନ୍ତି;
3ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ;
4ଆମ୍ଭେ ମଧ୍ୟ ସେମାନଙ୍କର ଭ୍ରାନ୍ତିଜନକ ବିଷୟ ମନୋନୀତ କରିବା ଓ ସେମାନଙ୍କ ଭୟର ବିଷୟ ସେମାନଙ୍କ ପ୍ରତି ଘଟାଇବା;
5ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ;
6ନଗରରୁ କଳହର ରବ, ମନ୍ଦିରରୁ ରବ,
7ବେଦନାର ପୂର୍ବେ ସେ ପ୍ରସବ କଲା;
8ଏପ୍ରକାର କଥା କିଏ ଶୁଣିଅଛି? ଏପ୍ରକାର କଥା କିଏ ଦେଖିଅଛି?
9ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରସବକାଳ ଉପସ୍ଥିତ କରି କି ପ୍ରସବ କରାଇବା ନାହିଁ? ତୁମ୍ଭର ପରମେଶ୍ୱର କହନ୍ତି,
10ହେ ଯିରୂଶାଲମକୁ ପ୍ରେମକାରୀ ସମସ୍ତେ, ତୁମ୍ଭେମାନେ ତାହା ସହିତ ଆନନ୍ଦ କର ଓ ତାହା ନିମନ୍ତେ ଉଲ୍ଲାସ କର;
11ତହିଁରେ ତୁମ୍ଭେମାନେ ତାହାର ସାନ୍ତ୍ୱନାରୂପ ସ୍ତନ୍ୟପାନ କରି ତୃପ୍ତ ହେବ;
12କାରଣ ସଦାପ୍ରଭୁ ଏହି କଥା କହନ୍ତି,
13ଯେପରି ଜଣକୁ ତାହାର ମାତା ସାନ୍ତ୍ୱନା କରେ, ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବା ଓ ତୁମ୍ଭେମାନେ ଯିରୂଶାଲମରେ ସାନ୍ତ୍ୱନା ପାଇବ।
14ପୁଣି, ତୁମ୍ଭେମାନେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦୟ ପ୍ରଫୁଲ୍ଲ ହେବ, ଆଉ ତୁମ୍ଭମାନଙ୍କର ଅସ୍ଥି ନବୀନ ତୃଣ ତୁଲ୍ୟ ସତେଜ ହେବ;
15କାରଣ ଦେଖ, ମହାତାପରେ ଆପଣାର କ୍ରୋଧ ଓ ପ୍ରଜ୍ୱଳିତ ଅଗ୍ନି ଦ୍ୱାରା ଆପଣା ଭର୍ତ୍ସନା ପ୍ରତିଦାନ କରିବା ପାଇଁ ସଦାପ୍ରଭୁ ଅଗ୍ନି ସହକାରେ ଆଗମନ କରିବେ
16କାରଣ ସଦାପ୍ରଭୁ ଅଗ୍ନି ଦ୍ୱାରା ଓ ଆପଣା ଖଡ୍ଗ ଦ୍ୱାରା ଯାବତୀୟ ମର୍ତ୍ତ୍ୟ ସହିତ ବିବାଦ ନିଷ୍ପନ୍ନ କରିବେ; ତହିଁରେ ସଦାପ୍ରଭୁଙ୍କ ଦ୍ୱାରା ହତ ଲୋକ ଅନେକ ହେବେ।
17ସଦାପ୍ରଭୁ କହନ୍ତି, ଯେଉଁମାନେ ମଧ୍ୟବର୍ତ୍ତୀ ଏକ ଜଣର ପଶ୍ଚାତ୍ ଉଦ୍ୟାନକୁ ଯିବା ପାଇଁ ଆପଣାମାନଙ୍କୁ ପବିତ୍ର ଓ ଶୁଚି କରନ୍ତି,
18କାରଣ ଆମ୍ଭେ ସେମାନଙ୍କର କ୍ରିୟା ଓ କଳ୍ପନାସବୁ ଜାଣୁ; ସର୍ବଦେଶୀୟ ଓ ଭାଷାବାଦୀ ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସେମାନେ ଆସି ଆମ୍ଭର ମହିମା ଦେଖିବେ।
19ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ, ପୂଲ୍ ଓ ଲୁଦ୍, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ୍ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।
20ପୁଣି, ସଦାପ୍ରଭୁ କହନ୍ତି, ଇସ୍ରାଏଲର ସନ୍ତାନଗଣ ଯେପରି ଶୁଚି ପାତ୍ରରେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣନ୍ତି, ସେହିପରି ସେମାନେ ତୁମ୍ଭମାନଙ୍କର ଭ୍ରାତା ସମସ୍ତଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ନିମନ୍ତେ, ସର୍ବଦେଶୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ଅଶ୍ୱ, ରଥ ଓ ଚୌଦଳ, ଖଚର ଓ ଦ୍ରୁତଗାମୀ ପଶୁମାନଙ୍କ ଉପରେ ଆମ୍ଭର ପବିତ୍ର ପର୍ବତ ଯିରୂଶାଲମକୁ ଆଣିବେ।
21ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଯାଜକ ଓ ଲେବୀୟ ହେବା ନିମନ୍ତେ ଲୋକ ଗ୍ରହଣ କରିବା, ଏହା ସଦାପ୍ରଭୁ କହନ୍ତି।
22କାରଣ ଆମ୍ଭେ ଯେଉଁ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା,
23ଆଉ, ଏକ ଅମାବାସ୍ୟାଠାରୁ ଅନ୍ୟ ଅମାବାସ୍ୟା ପର୍ଯ୍ୟନ୍ତ ଓ ଏକ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମବାର ପର୍ଯ୍ୟନ୍ତ
24ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ;