1ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍-ବସ୍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି)”
2ଆଉ, ମୁଁ ପ୍ରମାଣର ନିମନ୍ତେ ଊରୀୟ ଯାଜକ ଓ ଯିବୋରିଖୀୟର ପୁତ୍ର ଜିଖରୀୟକୁ ଆପଣାର ବିଶ୍ୱସ୍ତ ସାକ୍ଷୀ କରିବି।
3ଏଥିଉତ୍ତାରେ ମୁଁ ଭବିଷ୍ୟଦ୍ବକ୍ତ୍ରୀ ସହ ଶୟନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲହାଶ୍-ବସ୍ ରଖ।
4କାରଣ ବାଳକ ମୋହର ପିତା ଓ ମୋହର ମାତା ବୋଲି ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବେ ଦମ୍ମେଶକ ଧନ ଓ ଶମରୀୟାର ଲୁଟିତ ଅଶୂର ରାଜାର ଆଗେ ଆଗେ ବହି ନିଆଯିବ।”
5ଏଥିଉତ୍ତାରେ ସଦାପ୍ରଭୁ ମୋତେ ପୁନର୍ବାର କହିଲେ,
6“ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି
7ଏହେତୁ ଦେଖ, ପ୍ରଭୁ ଏବେ ନଦୀର ପ୍ରବଳ, ଅପାର ଜଳ ସ୍ୱରୂପ ଅଶୂରର ରାଜାକୁ ଓ ତାହାର ସମସ୍ତ ପ୍ରତାପକୁ ସେମାନଙ୍କ ଉପରେ ଆଣୁଅଛନ୍ତି;
8ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠସରିକି ଉଠିବ;
9ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ,
10ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ;
11କାରଣ ସଦାପ୍ରଭୁ ପ୍ରବଳ ହସ୍ତରେ ଧରି ମୋତେ ଏହିପରି କହିଲେ ଓ ମୁଁ ଯେପରି ଏହି ଲୋକମାନଙ୍କ ପଥରେ ଗମନ ନ କରିବି, ଏଥିପାଇଁ ମୋତେ ଆଦେଶ ଦେଇ କହିଲେ,
12ଏହି ଲୋକମାନେ ଯେଉଁସବୁ ବିଷୟକୁ ଚକ୍ରାନ୍ତ ବୋଲି କହିବେ; “ତୁମ୍ଭେମାନେ ସେହି ସବୁକୁ ଚକ୍ରାନ୍ତ ବୋଲି କୁହ ନାହିଁ;
13ସୈନ୍ୟାଧିପତି ସଦାପ୍ରଭୁଙ୍କୁ ହିଁ ତୁମ୍ଭେମାନେ ପବିତ୍ର ରୂପେ ମାନ୍ୟ କରିବ, ପୁଣି, ସେ ତୁମ୍ଭମାନଙ୍କର ଭୟସ୍ଥାନ ହେଉନ୍ତୁ ଓ ସେ ତୁମ୍ଭମାନଙ୍କର ତ୍ରାସଭୂମି ହେଉନ୍ତୁ।
14ତହିଁରେ ସେ ପବିତ୍ର ଆଶ୍ରୟ ସ୍ୱରୂପ ହେବେ,
15ଆଉ, ଅନେକ ଲୋକ ତଦ୍ଦ୍ୱାରା ବିଘ୍ନ ପାଇ ପତିତ ଓ ଭଗ୍ନ ହେବେ ଓ ଫାନ୍ଦରେ ପଡ଼ି ଧରାଯିବେ।”
16ତୁମ୍ଭେ ଏହି ପ୍ରମାଣ-ବାକ୍ୟ ବାନ୍ଧ, ମୋʼ ଶିଷ୍ୟମାନଙ୍କ ମଧ୍ୟରେ ବ୍ୟବସ୍ଥା ମୁଦ୍ରାଙ୍କିତ କର।
17ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି।
18ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତ ନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ
19ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, “ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍ ଫୁସ୍ କରି କହନ୍ତି,” ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) “ଲୋକମାନେ କʼଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ? ସେମାନେ କʼଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ?”
20ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।
21ପୁଣି, ସେମାନେ ଅତି କଠିନ ଓ କ୍ଷୁଧିତ ହୋଇ ଦେଶ ମଧ୍ୟଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ,
22ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ,