We Believe JesusFé, Esperança e Nova Vida

ଯିଶାଇୟ 9

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଯିଶାଇୟ 8 ଯିଶାଇୟ ଯିଶାଇୟ 10 →

1ମାତ୍ର ପୂର୍ବେ (ଯେଉଁ ଦେଶ) ବେଦନାଗ୍ରସ୍ତ ଥିଲା, ତାହା ଅନ୍ଧକାର ହୋଇ ରହିବ ନାହିଁ।

2ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହା ଆଲୁଅ ଦେଖିଅଛନ୍ତି;

3ତୁମ୍ଭେ ସେହି ଦେଶୀୟ ଲୋକଙ୍କୁ ବହୁସଂଖ୍ୟକ କରି ସେମାନଙ୍କର ଆନନ୍ଦ ବୃଦ୍ଧି କରିଅଛ;

4କାରଣ ମିଦୀୟନର ଦିନରେ ଯେପରି, ସେହିପରି ତୁମ୍ଭେ ତାହାର ଭାର ସ୍ୱରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି,

5ଏହେତୁ କଳହରେ ସଜ୍ଜିତ ଲୋକର ସମସ୍ତ ଅସ୍ତ୍ରଶସ୍ତ୍ର

6କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି

7ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ,

8ଯାକୁବ ମଧ୍ୟକୁ ପ୍ରଭୁ ଏକ ବାକ୍ୟ ପ୍ରେରଣ କଲେ ଓ ତାହା ଇସ୍ରାଏଲ ଉପରେ ପଡ଼ିଅଛି,

9ପୁଣି ସମସ୍ତ ଲୋକ, ଇଫ୍ରୟିମ ଓ ଶମରୀୟାର ନିବାସୀମାନେ ହିଁ ତାହା ଜାଣିବେ; ସେମାନେ ଅହଙ୍କାରରେ ଓ ଦର୍ପଚିତ୍ତରେ କହନ୍ତି,

10“ଇଟାସବୁ ପଡ଼ି ଯାଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ କଟା ପ୍ରସ୍ତରରେ ନିର୍ମାଣ କରିବା; ଡିମ୍ବିରି ବୃକ୍ଷସବୁ ହଣା ହୋଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ ତହିଁ ପରିବର୍ତ୍ତରେ ଏରସ ବୃକ୍ଷ ବଢ଼ାଇବା।”

11ଏହେତୁ ସଦାପ୍ରଭୁ ତାହାର ପ୍ରତିକୂଳରେ ରତ୍ସୀନର ବିପକ୍ଷଗଣକୁ ଉନ୍ନତ କରିବେ ଓ ତାହାର ଶତ୍ରୁଗଣକୁ ଉତ୍ତେଜିତ କରିବେ;

12ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ।

13ତଥାପି ଲୋକମାନଙ୍କୁ ଯେ ପ୍ରହାର କରିଅଛନ୍ତି, ତାହାଙ୍କ ନିକଟକୁ ସେମାନେ ଫେରି ନାହାନ୍ତି, କିଅବା ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି।

14ଏହେତୁ ସଦାପ୍ରଭୁ ଇସ୍ରାଏଲର ମସ୍ତକ ଓ ଲାଙ୍ଗୁଳ, ତାଳବାହୁଙ୍ଗା ଓ ଜଳଜ ତୃଣ ଗୋଟିଏ ଦିନରେ କାଟି ପକାଇବେ।

15ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି, ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍‍ବକ୍ତା ଲାଙ୍ଗୁଳ,

16କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି, ଯେଉଁମାନେ ସେମାନଙ୍କ ଦ୍ୱାରା ପଥ କଢ଼ାଯାʼନ୍ତି, ସେମାନେ ବିନଷ୍ଟ ହୁଅନ୍ତି।

17ଏଣୁ ସଦାପ୍ରଭୁ ସେମାନଙ୍କ ଯୁବକମାନଙ୍କଠାରେ ଆନନ୍ଦ କରିବେ ନାହିଁ, କିଅବା ସେମାନଙ୍କର ପିତୃହୀନ ବାଳକ ଓ ବିଧବାଗଣ ପ୍ରତି ଦୟା କରିବେ ନାହିଁ;

18ଯେହେତୁ ଦୁଷ୍ଟତା ଅଗ୍ନି ପରି ଜ୍ୱଳେ; ତାହା କାନକୋଳି ଓ କଣ୍ଟକ ବୃକ୍ଷ ଗ୍ରାସ କରେ;

19ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଦେଶ ଦଗ୍ଧ ହୋଇଅଛି; ମଧ୍ୟ ଲୋକମାନେ ଅଗ୍ନି ପାଇଁ କାଷ୍ଠ ତୁଲ୍ୟ ଅଟନ୍ତି;

20ତହିଁରେ ଲୋକେ ଦକ୍ଷିଣ ହସ୍ତରେ ଛଡ଼ାଇବେ, ପୁଣି, କ୍ଷୁଧିତ ହେବେ; ପୁଣି, ବାମ ହସ୍ତରେ ଭୋଜନ କରିବେ ଓ ତୃପ୍ତ ହେବେ ନାହିଁ;

21ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର ପ୍ରତିକୂଳ ହେବେ, ପୁଣି, ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ।

← ଯିଶାଇୟ 8 ଯିଶାଇୟ ଯିଶାଇୟ 10 →