1ମୋʼ ପ୍ରାଣ ମୋʼ ଜୀବନ ବିଷୟରେ କ୍ଳାନ୍ତ ହୋଇଅଛି,
2ମୁଁ ପରମେଶ୍ୱରଙ୍କୁ କହିବି, ମୋତେ ଦୋଷୀ କର ନାହିଁ;
3ତୁମ୍ଭେ ଯେ ଉପଦ୍ରବ କରିବ,
4ତୁମ୍ଭର କʼଣ ଚର୍ମର ଚକ୍ଷୁ ଅଛି?
5ତୁମ୍ଭର ଆୟୁ କʼଣ ମନୁଷ୍ୟର ଆୟୁ ତୁଲ୍ୟ,
6ଯେ, ତୁମ୍ଭେ ମୋହର ଅଧର୍ମ ଅନୁସନ୍ଧାନ କରୁଅଛ
7ତୁମ୍ଭେ ତ ଜାଣ, ମୁଁ ଦୁଷ୍ଟ ନୁହେଁ
8ତୁମ୍ଭର ହସ୍ତ ମୋତେ ଗଢ଼ିଅଛି ଓ ସର୍ବାଙ୍ଗ ସୁସଂଯୁକ୍ତ କରି ମୋତେ ନିର୍ମାଣ କରିଅଛି;
9ମୁଁ ବିନୟ କରୁଅଛି, ସ୍ମରଣ କର, ତୁମ୍ଭେ ମୋତେ ମୃତ୍ତିକା ତୁଲ୍ୟ ଗଢ଼ିଅଛ
10ତୁମ୍ଭେ କʼଣ ଦୁଗ୍ଧ ନ୍ୟାୟ ମୋତେ ଢାଳି ନାହଁ
11ତୁମ୍ଭେ ମୋତେ ଚର୍ମ ଓ ମାଂସରେ ବସ୍ତ୍ରାନ୍ୱିତ କରିଅଛ,
12ତୁମ୍ଭେ ମୋତେ ଜୀବନ ଓ ଅନୁଗ୍ରହ ଦାନ କରିଅଛ
13ତଥାପି ତୁମ୍ଭେ ଏହିସବୁ ବିଷୟ ଆପଣା ମନରେ ଗୁପ୍ତ କରି ରଖିଅଛ;
14ମୁଁ ପାପ କଲେ, ତୁମ୍ଭେ ମୋତେ ଲକ୍ଷ୍ୟ କରୁଅଛ
15ମୁଁ ଦୁଷ୍ଟ ହେଲେ, ମୋର ସନ୍ତାପ ହେବ,
16ମାତ୍ର ମୋର ମସ୍ତକ ଆପେ ଟେକି ହେଲେ, ତୁମ୍ଭେ ସିଂହ ପରି ମୋତେ ମୃଗୟା କରୁଅଛ
17ତୁମ୍ଭେ ମୋʼ ବିରୁଦ୍ଧରେ ନୂଆ ନୂଆ ସାକ୍ଷୀ ଆଣୁଅଛ
18ତେବେ ତୁମ୍ଭେ କାହିଁକି ମୋତେ ଗର୍ଭରୁ ବାହାର କରି ଆଣିଅଛ?
19ମୁଁ ଅଜାତର ତୁଲ୍ୟ ହୋଇଥାʼନ୍ତି;
20ମୋହର ଦିନ କʼଣ ଅଳ୍ପ ନୁହେଁ? ତେବେ କ୍ଷାନ୍ତ ହୁଅ,
21ମୋତେ ଛାଡ଼ିଦିଅ, ତହିଁରେ ମୁଁ ଯେଉଁ ସ୍ଥାନରୁ ଫେରି ଆସିବି ନାହିଁ,
22ସେ ଦେଶ ଅନ୍ଧକାର ତୁଲ୍ୟ ନିବିଡ଼ ଅନ୍ଧକାରମୟ;