1ଏଥିଉତ୍ତାରେ ତୈମନୀୟ ଇଲୀଫସ୍ ଉତ୍ତର କରି କହିଲା,
2“ମନୁଷ୍ୟ କʼଣ ପରମେଶ୍ୱରଙ୍କ ପ୍ରତି ଲାଭଜନକ ହୋଇପାରେ?
3ତୁମ୍ଭେ ଯେ ଧାର୍ମିକ ଅଟ, ଏହା କʼଣ ସର୍ବଶକ୍ତିମାନଙ୍କ ସୁଖର କାରଣ?
4ତାହାଙ୍କ ପ୍ରତି ତୁମ୍ଭର ଭୟ ସକାଶୁ ସେ କʼଣ ତୁମ୍ଭକୁ ଅନୁଯୋଗ କରନ୍ତି
5ତୁମ୍ଭର ଦୁଷ୍ଟତା କʼଣ ବଡ଼ ନୁହେଁ?
6ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ
7ତୁମ୍ଭେ ପରିଶ୍ରାନ୍ତମାନଙ୍କୁ ପାନ କରିବା ପାଇଁ ଜଳ ଦେଇ ନାହଁ
8ମାତ୍ର ବଳବାନ ଲୋକ ପୃଥିବୀ ଅଧିକାର କଲା
9ତୁମ୍ଭେ ବିଧବାମାନଙ୍କୁ ଖାଲି ହାତରେ ବିଦାୟ କରିଅଛ
10ଏହେତୁ ତୁମ୍ଭ ଚାରିଆଡ଼େ ଫାନ୍ଦ ଅଛି
11ଅବା ଅନ୍ଧକାର, ଯାହା ଲାଗି ତୁମ୍ଭେ ଦେଖି ନ ପାର
12ପରମେଶ୍ୱର କʼଣ ଉଚ୍ଚତମ ସ୍ୱର୍ଗରେ ନାହାନ୍ତି?
13ପୁଣି, ତୁମ୍ଭେ କହୁଅଛ, ‘ପରମେଶ୍ୱର କʼଣ ଜାଣନ୍ତି?
14ନିବିଡ଼ ମେଘମାଳ ତାହାଙ୍କର ଆବରଣ, ଏଣୁ ସେ ଦେଖନ୍ତି ନାହିଁ
15ଯହିଁରେ ଦୁଷ୍ଟ ଲୋକେ ଗମନ କରିଅଛନ୍ତି,
16ସେମାନେ ଅକାଳରେ ଛିଣ୍ଡାଗଲେ,
17ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ’
18ତଥାପି ସେ ନାନା ଉତ୍ତମ ଦ୍ରବ୍ୟରେ ସେମାନଙ୍କ ଗୃହ ପରିପୂର୍ଣ୍ଣ କଲେ;
19ଧାର୍ମିକମାନେ ତାହା ଦେଖି ଆନନ୍ଦିତ ହୁଅନ୍ତି
20‘ଆମ୍ଭମାନଙ୍କ ବିରୁଦ୍ଧରେ ଉଠିବା ଲୋକେ ନିଶ୍ଚୟ ଉଚ୍ଛିନ୍ନ ହୋଇଅଛନ୍ତି
21ଏବେ ତୁମ୍ଭେ ତାହାଙ୍କ ସହିତ ପରିଚିତ ହୁଅ, ତହିଁରେ ଶାନ୍ତି ହେବ;
22ମୁଁ ବିନୟ କରୁଅଛି, ତାହାଙ୍କ ମୁଖନିର୍ଗତ ବ୍ୟବସ୍ଥା ଗ୍ରହଣ କର
23ଯଦି ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ପ୍ରତି ଫେରିବ,
24ପୁଣି, ତୁମ୍ଭେ ଧୂଳିରେ ଆପଣା ଧନ
25ତହିଁରେ ସର୍ବଶକ୍ତିମାନ ତୁମ୍ଭର ଧନ ସ୍ୱରୂପ
26କାରଣ ସେତେବେଳେ ତୁମ୍ଭେ ସର୍ବଶକ୍ତିମାନଙ୍କଠାରେ ଆନନ୍ଦ କରିବ
27ତୁମ୍ଭେ ତାହାଙ୍କ ନିକଟରେ ପ୍ରାର୍ଥନା କରିବ ଓ ସେ ତୁମ୍ଭ କଥା ଶୁଣିବେ
28ମଧ୍ୟ ତୁମ୍ଭେ କୌଣସି ବିଷୟ ମନସ୍ଥ କଲେ, ତାହା ତୁମ୍ଭ ପକ୍ଷରେ ସଫଳ କରାଯିବ;
29ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ22:29 ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ ଏବ୍ରୀ ଭାଷାରେ ଏହା ସ୍ପଷ୍ଟ ନୁହେଁ।
30ଯେଉଁ ଲୋକ ନିର୍ଦ୍ଦୋଷ ନୁହେଁ, ତାହାକୁ ହିଁ ସେ ଉଦ୍ଧାର କରିବେ;