1ଏଥିରେ ଆୟୁବ ଉତ୍ତର କରି କହିଲା,
2ମୋହର ଅଭିଯୋଗ ଅପେକ୍ଷା ମୋହର ପୀଡ଼ା ଭାରୀ।
3ଆହା, ମୁଁ କେଉଁଠାରେ ତାହାଙ୍କର ଉଦ୍ଦେଶ୍ୟ ପାଇବି,
4ତେବେ ମୁଁ ତାହାଙ୍କ ଛାମୁରେ ଆପଣା ଗୁହାରି ନିବେଦନ କରନ୍ତି
5ସେ ମୋତେ ଯେଉଁ କଥା ଉତ୍ତର ଦିଅନ୍ତେ, ତାହା ଜାଣନ୍ତି
6ସେ କʼଣ ଆପଣା ମହାପରାକ୍ରମରେ ମୋʼ ସଙ୍ଗେ ବିରୋଧ କରିବେ?
7ସେଠାରେ ସରଳ ଲୋକ ତାହାଙ୍କ ସଙ୍ଗେ ଯୁକ୍ତି କରି ପାରିବ,
8ଦେଖ, ମୁଁ ପୂର୍ବ ଆଡ଼କୁ ଯାଏ, ମାତ୍ର ସେ ସେଠାରେ ନାହାନ୍ତି
9ସେ କାର୍ଯ୍ୟ କଲା ବେଳେ ଉତ୍ତର ଦିଗକୁ ଯାଏ, ମାତ୍ର ତାହାଙ୍କର ଦର୍ଶନ ପାଇ ନ ପାରେ;
10ମାତ୍ର ମୁଁ ଯେଉଁ ପଥ ଅବଲମ୍ବନ କରେ, ସେ ତାହା ଜାଣନ୍ତି;
11ମୋହର ପାଦ ତାହାଙ୍କର ପଦଚିହ୍ନ ଦୃଢ଼ ରୂପେ ଧରିଅଛି;
12ମୁଁ ତାହାଙ୍କ ଓଷ୍ଠାଧର-ନିର୍ଗତ ଆଜ୍ଞାରୁ ବିମୁଖ ହୋଇ ନାହିଁ;
13ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ?
14କାରଣ ମୋʼ ପାଇଁ ଯାହା ନିରୂପିତ, ତାହା ସେ ସଫଳ କରନ୍ତି
15ଏନିମନ୍ତେ ମୁଁ ତାହାଙ୍କ ସାକ୍ଷାତରେ ବ୍ୟାକୁଳ ହେଉଅଛି;
16କାରଣ ପରମେଶ୍ୱର ମୋʼ ହୃଦୟକୁ କ୍ଷୀଣ କରିଅଛନ୍ତି
17ଯେଣୁ ମୁଁ ଅନ୍ଧକାର ପୂର୍ବରୁ ଉଚ୍ଛିନ୍ନ ନୋହିଲି,