1ଇଲୀହୂ ଆହୁରି କହିଲା,
2“ଟିକିଏ ସମ୍ଭାଳ, ମୁଁ ତୁମ୍ଭକୁ ଜଣାଇବି;
3ମୁଁ ଦୂରରୁ ଆପଣା ଜ୍ଞାନ ଆଣିବି
4କାରଣ ପ୍ରକୃତରେ ମୋହର କଥା ମିଥ୍ୟା ନୁହେଁ।
5ଦେଖ, ପରମେଶ୍ୱର ପରାକ୍ରମୀ ଓ କାହାକୁ ତୁଚ୍ଛ କରନ୍ତି ନାହିଁ;
6ସେ ଦୁଷ୍ଟର ପ୍ରାଣ ରକ୍ଷା କରନ୍ତି ନାହିଁ;
7ସେ ଧାର୍ମିକମାନଙ୍କଠାରୁ ଆପଣା ଦୃଷ୍ଟି ଫେରାନ୍ତି ନାହିଁ;
8ପୁଣି, ଯଦି ସେମାନେ ଜଞ୍ଜିରରେ ବନ୍ଧାଯାʼନ୍ତି
9ତେବେ ସେ ସେମାନଙ୍କର କ୍ରିୟା, ସେମାନଙ୍କର ଅପରାଧ
10ମଧ୍ୟ ଶିକ୍ଷା ପ୍ରତି ସେ ସେମାନଙ୍କ କର୍ଣ୍ଣ ମୁକ୍ତ କରନ୍ତି
11ଯଦି ସେମାନେ ଶୁଣି ତାହାଙ୍କର ସେବା କରିବେ,
12ମାତ୍ର ସେମାନେ ନ ଶୁଣିଲେ, ଖଡ୍ଗରେ ବିନଷ୍ଟ ହେବେ
13ମାତ୍ର ଅନ୍ତଃକରଣରେ ଅଧାର୍ମିକ ଲୋକମାନେ କ୍ରୋଧ ସଞ୍ଚୟ କରନ୍ତି;
14ସେମାନେ ଯୌବନ କାଳରେ ମରନ୍ତି
15ସେ ଦୁଃଖୀଲୋକକୁ ତାହାର ଦୁଃଖ ଦ୍ୱାରା ଉଦ୍ଧାର କରନ୍ତି
16ସେ ତୁମ୍ଭକୁ ହିଁ ଦୁଃଖରୁ ବାହାର କରି
17ମାତ୍ର ତୁମ୍ଭେ ଦୁଷ୍ଟର ବିଚାରରେ ପୂର୍ଣ୍ଣ ଅଛ;
18କୋପ ଅଛି, ଯେପରି ତୁମ୍ଭେ ଆପଣା ପ୍ରଚୁରତା ଦ୍ୱାରା ଭ୍ରାନ୍ତ ନ ହୁଅ;
19ତୁମ୍ଭେ ଯେପରି ଦୁଃଖଗ୍ରସ୍ତ ନୋହିବ, ଏଥିପାଇଁ ତୁମ୍ଭର ଧନ
20ଯେଉଁ ରାତ୍ରିରେ ଗୋଷ୍ଠୀୟମାନେ ସ୍ୱ ସ୍ୱ ସ୍ଥାନରେ ଉଚ୍ଛିନ୍ନ ହୁଅନ୍ତି,
21ସାବଧାନ, ଅଧର୍ମକୁ ଆଦର କର ନାହିଁ;
22ଦେଖ, ପରମେଶ୍ୱର ଆପଣା ପରାକ୍ରମରେ ଉଚ୍ଚ ଭାବରେ କାର୍ଯ୍ୟ କରନ୍ତି;
23କିଏ ତାହାଙ୍କର ଗନ୍ତବ୍ୟ ପଥ ନିରୂପଣ କରିଅଛି?
24ତାହାଙ୍କ କାର୍ଯ୍ୟର ମାହାତ୍ମ୍ୟ ପ୍ରକାଶ କରିବାକୁ ସ୍ମରଣ କର,
25ସମସ୍ତ ଲୋକ ତହିଁ ପ୍ରତି ନିରୀକ୍ଷଣ କରିଅଛନ୍ତି,
26ଦେଖ, ପରମେଶ୍ୱର ମହାନ ଓ ଆମ୍ଭେମାନେ ତାହାଙ୍କୁ ଜାଣୁ ନାହୁଁ;
27କାରଣ ସେ ଜଳବିନ୍ଦୁସବୁ ଆକର୍ଷଣ କରନ୍ତି,
28ଆକାଶ ତାହା ଢାଳି ଦିଏ
29ମେଘମାଳର ପ୍ରସାରଣ
30ଦେଖ, ସେ ଆପଣା ଚତୁର୍ଦ୍ଦିଗରେ ନିଜ ଦୀପ୍ତି ବିସ୍ତାର କରନ୍ତି;
31କାରଣ ସେ ଏସବୁ ଦ୍ୱାରା ଗୋଷ୍ଠୀବର୍ଗର ଶାସନ କରନ୍ତି;
32ସେ ବିଜୁଳିରେ ଆପଣା ହସ୍ତ ଆଚ୍ଛାଦନ କରନ୍ତି
33ତହିଁର ଶବ୍ଦ ତାହାଙ୍କ ବିଷୟରେ ପରିଚୟ ଦିଏ,