1ତୁମ୍ଭେ କି ଶୈଳବାସିନୀ ବନ୍ୟ ଛାଗୀର ପ୍ରସବକାଳ ଜାଣ?
2ତୁମ୍ଭେ କି ସେମାନଙ୍କର ଗର୍ଭମାସ ଗଣନା କରିପାର?
3ସେମାନେ ନଇଁ ପଡ଼ିଲେ, ଛୁଆ ପ୍ରସବ କରି
4ସେମାନଙ୍କ ଛୁଆମାନେ ହୃଷ୍ଟପୁଷ୍ଟ ହୁଅନ୍ତି, ମେଲା ପଦାରେ ବଢ଼ନ୍ତି;
5କିଏ ବନ୍ୟ ଗର୍ଦ୍ଦଭକୁ ସ୍ୱାଧୀନ କରି ଛାଡ଼ି ଦେଇଅଛି?
6ଆମ୍ଭେ ବନକୁ ତାହାର ଗୃହ
7ସେ ନଗରର ଚହଳ ତୁଚ୍ଛ କରେ,
8ପର୍ବତଶ୍ରେଣୀ ତାହାର ଚରାସ୍ଥାନ
9ଅରଣା ଷଣ୍ଢ କି ତୁମ୍ଭର ସେବା କରିବାକୁ ସନ୍ତୁଷ୍ଟ ହେବ?
10ତୁମ୍ଭେ କି ଅରଣା ଷଣ୍ଢକୁ ତାହାର ବନ୍ଧନରେ ବାନ୍ଧି ଲଙ୍ଗଳଶିଆରରେ ଚଳାଇପାର?
11ତାହାର ବହୁତ ବଳ ଥିବାରୁ ତୁମ୍ଭେ କି ତାହାକୁ ବିଶ୍ୱାସ କରିବ?
12ସେ ତୁମ୍ଭ ଶସ୍ୟ ଗୃହକୁ ଆଣିବ
13ଓଟପକ୍ଷୀଣୀର ପକ୍ଷ ଉଲ୍ଲାସ କରେ;
14କାରଣ ସେ ଭୂମିରେ ଆପଣା ଅଣ୍ଡା ଛାଡ଼େ
15ଆଉ ପାଦରେ ତାହା ଭଗ୍ନ
16ତାହାର ଛୁଆମାନେ ତାହାର ନିଜର ନ ଥିଲା ପରି ସେ ସେମାନଙ୍କ ପ୍ରତି ନିର୍ଦ୍ଦୟ ହୁଏ;
17କାରଣ ପରମେଶ୍ୱର ତାହାକୁ ଜ୍ଞାନରହିତ କରିଅଛନ୍ତି,
18ସେ ଉପରକୁ ଉଠିଲେ,
19ତୁମ୍ଭେ କି ଅଶ୍ୱକୁ ତାହାର ବିକ୍ରମ ଦେଇଅଛ?
20ତୁମ୍ଭେ କି ତାହାକୁ ପଙ୍ଗପାଳ ପରି କୁଦିବାକୁ ଦେଇଅଛ?
21ସେ ଉପତ୍ୟକାରେ ଖୁରା ମାରେ ଓ ଆପଣା ବଳରେ ଆନନ୍ଦ କରନ୍ତେ
22ସେ ଭୟକୁ ପରିହାସ କରେ ଓ ଉଦ୍ବିଗ୍ନ ହୁଏ ନାହିଁ;
23ତୂଣ, ଝଲମଲ ବର୍ଚ୍ଛା
24ସେ ପ୍ରଚଣ୍ଡତା ଓ କ୍ରୋଧରେ ଭୂମି ଗ୍ରାସି ପକାଏ;
25ଯେତେ ଥର ତୂରୀ ବାଜେ, ସେତେଥର ସେ ହିଁ ହିଁ ଶବ୍ଦ କରେ!
26ତୁମ୍ଭ ଜ୍ଞାନରେ କି ବାଜପକ୍ଷୀ ଉପରକୁ ଉଡ଼େ
27ଉତ୍କ୍ରୋଶ ପକ୍ଷୀ ତୁମ୍ଭ ଆଜ୍ଞାରେ କି ଉପରକୁ ଉଠେ
28ସେ ଶୈଳରେ ବାସ କରେ, ସେଠାରେ ତାହାର ବସା,
29ସେଠାରୁ ସେ ଶିକାର ନିରୀକ୍ଷଣ କରେ;
30ତାହାର ଛୁଆମାନେ ମଧ୍ୟ ରକ୍ତ ଚୁଷନ୍ତି;