We Believe JesusFé, Esperança e Nova Vida

ତୀତସ 2

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ତୀତସ 1 ତୀତସ ତୀତସ 3 →

1କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ।

2ବୃଦ୍ଧ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ସୁବୁଦ୍ଧି ପୁଣି, ବିଶ୍ୱାସ, ପ୍ରେମ ଓ ସହିଷ୍ଣୁତାରେ ସବଳ ହେବାକୁ,

3ପୁଣି, ବୃଦ୍ଧ ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର;

4ଈଶ୍ଵରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ, ଏଥିନିମନ୍ତେ ସେମାନେ ଯୁବତୀମାନଙ୍କୁ ପତିବ୍ରତା,

5ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ୱାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ।

6ସେହିପରି ଯୁବକମାନଙ୍କୁ ସର୍ବ ବିଷୟରେ ସୁବୁଦ୍ଧି ହେବା ପାଇଁ ଉତ୍ସାହ ଦିଅ;

7ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର,

8ଯେପରି ବିପକ୍ଷ ଲୋକ2:8 ବିପକ୍ଷ ଲୋକ ଅଥାତ୍ ସୁସମାଚାର ବିରୋଧୀମାନେ ଅଟନ୍ତି, ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ।

9ଦାସମାନଙ୍କୁ ଶିକ୍ଷା ଦିଅ ଯେ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କର ବଶୀଭୂତ ହୋଇ ରୁହନ୍ତୁ, ସମସ୍ତ ବିଷୟରେ ସେମାନଙ୍କର ସନ୍ତୋଷଭାଜନ ହୁଅନ୍ତୁ,

10ପ୍ରତିବାଦ ନ କରନ୍ତୁ, କିଛି ହିଁ ଚୋରି ନ କରି ବରଂ ସମ୍ପୂର୍ଣ୍ଣ ବିଶ୍ୱସ୍ତତା ପ୍ରକାଶ କରନ୍ତୁ, ଯେପରି ସେମାନେ ସବୁ ବିଷୟରେ ଅାମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଶିକ୍ଷାର ଅଳଙ୍କାର ସ୍ୱରୂପ ହୁଅନ୍ତି।

11କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,

12ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନଯାପନ କରୁ,

13ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ବର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଶିକ୍ଷା ଦେଉଅଛି।

14ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‌ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।

15ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର। କେହି ତୁମ୍ଭକୁ ତୁଚ୍ଛ ନ କରୁ।

← ତୀତସ 1 ତୀତସ ତୀତସ 3 →