1ବିନ୍ୟାମୀନ୍ ପ୍ରଦେଶୀୟ ଅନାଥୋତ୍ ନିବାସୀ ଯାଜକମାନଙ୍କର ମଧ୍ୟବର୍ତ୍ତୀ ହିଲ୍କୀୟଙ୍କ ପୁତ୍ର ଯିରିମୀୟଙ୍କ ବାକ୍ୟ;
2ଆମୋନ୍ର ପୁତ୍ର, ଯିହୁଦା ଦେଶର ରାଜା ଯୋଶୀୟର ରାଜତ୍ଵର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।
3ମଧ୍ୟ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ସମୟରେ, ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟଙ୍କର ରାଜତ୍ଵର ଏକାଦଶ ବର୍ଷ ସମାପ୍ତି ପର୍ଯ୍ୟନ୍ତ ପଞ୍ଚମ ମାସରେ ଯିରୂଶାଲମ ନିର୍ବାସିତ ହେବା ପର୍ଯ୍ୟନ୍ତ ସେହି ବାକ୍ୟ ଉପସ୍ଥିତ ହେଲା।
4ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
5“ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ,
6ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ!
7ମାତ୍ର ସଦାପ୍ରଭୁ ମୋତେ କହିଲେ, “ମୁଁ ବାଳକ ବୋଲି କୁହ ନାହିଁ;
8ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ;
9ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ;
10ଦେଖ, ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବା ନିମନ୍ତେ;
11ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ବାଦାମ ବୃକ୍ଷର ଏକ ଦଣ୍ଡ ଦେଖୁଅଛି।”
12ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଭଲ ଦେଖିଅଛ; କାରଣ ଆମ୍ଭେ ଆପଣା ବାକ୍ୟ ସଫଳ କରିବା ପାଇଁ ଜାଗ୍ରତ ଅଛୁ।”
13ପୁଣି, ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଗୋଟିଏ ରନ୍ଧା ହଣ୍ଡା; ଦେଖୁଅଛି; ତହିଁର ମୁଖ ଉତ୍ତର ଦିଗରୁ (ଢଳିଅଛି)।”
14ତହିଁରେ ସଦାପ୍ରଭୁ ମୋତେ କହିଲେ, “ଉତ୍ତର ଦିଗରୁ ଏହି ଦେଶ ନିବାସୀ ସମସ୍ତଙ୍କ ଉପରେ ଅମଙ୍ଗଳ ମାଡ଼ି ଆସିବ।
15କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ।
16ତହିଁରେ ସେମାନେ ଆମ୍ଭକୁ ପରିତ୍ୟାଗ କରିବାରେ ଓ ଅନ୍ୟ ଦେବତାମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାରେ ଓ ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ପ୍ରଣାମ କରିବାରେ ଯେଉଁ ଯେଉଁ ଦୁଷ୍ଟତା କରିଅଛନ୍ତି; ସେସକଳର ବିରୁଦ୍ଧରେ ଆମ୍ଭେ ଆପଣା ବିଚାର ପ୍ରକାଶ କରିବା।
17ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍ବିଗ୍ନ କରିବା।
18କାରଣ ଦେଖ, ଆମ୍ଭେ ଆଜି ସମଗ୍ର ଦେଶ ବିରୁଦ୍ଧରେ, ଯିହୁଦାର ରାଜାଗଣ ବିରୁଦ୍ଧରେ, ତହିଁର ଅଧିପତିଗଣର ବିରୁଦ୍ଧରେ, ତହିଁର ଯାଜକମାନଙ୍କ ବିରୁଦ୍ଧରେ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ, ତୁମ୍ଭକୁ ଏକ ଦୃଢ଼ ନଗର, ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ୱରୂପ କଲୁ।
19ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ। କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।”