1ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କ ନିକଟରୁ ଏହି ବାକ୍ୟ ଉପସ୍ଥିତ ହେଲା;
2“ତୁମ୍ଭେ ଉଠି କୁମ୍ଭକାରର ଗୃହକୁ ଯାଅ, ସେଠାରେ ଆମ୍ଭେ ତୁମ୍ଭକୁ ଆପଣା ବାକ୍ୟ ଶୁଣାଇବା।”
3ତେବେ ମୁଁ କୁମ୍ଭକାର ଗୃହକୁ ଗଲି, ଆଉ ଦେଖ, ସେ ଚକ୍ରରେ ଆପଣା କର୍ମ କରୁଥିଲା।
4କୁମ୍ଭକାର ମୃତ୍ତିକାର ଯେଉଁ ପାତ୍ର ନିର୍ମାଣ କରୁଥିଲା, ତାହା ତାହାର ହସ୍ତରେ ବିଗିଡ଼ି ଯିବାରୁ କୁମ୍ଭକାର ତାହା ନେଇ ଆପଣା ଇଚ୍ଛାନୁସାରେ ଆଉ ଗୋଟିଏ ପାତ୍ର ନିର୍ମାଣ କଲା।
5ତହୁଁ ମୋʼ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
6ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ବଂଶ, ଆମ୍ଭେ କି ଏହି କୁମ୍ଭକାର ପରି ତୁମ୍ଭ ପ୍ରତି କରି ନ ପାରୁ? ହେ ଇସ୍ରାଏଲ ବଂଶ, ଦେଖ, ଯେପରି ମୃତ୍ତିକା କୁମ୍ଭକାରର ହସ୍ତରେ, ସେପରି ତୁମ୍ଭେମାନେ ଆମ୍ଭ ହସ୍ତରେ ଅଛ।
7ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀ ଓ ରାଜ୍ୟ ବିଷୟରେ ଉତ୍ପାଟନ ଓ ଅଧଃପତନ ଓ ବିନାଶର କଥା କହିବା;
8ସେତେବେଳେ ଯେଉଁ ଗୋଷ୍ଠୀ ବିଷୟରେ ଆମ୍ଭେ କହିଅଛୁ, ସେମାନେ ଯଦି ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି, ତେବେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ଆମ୍ଭେ ମନରେ କଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା।
9ପୁଣି, ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀକୁ ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା;
10ସେତେବେଳେ ସେ ଯଦି ଆମ୍ଭର ରବ ନ ମାନି ଆମ୍ଭ ଦୃଷ୍ଟିରେ ଦୁଷ୍କର୍ମ କରେ, ତେବେ ଆମ୍ଭେ ତାହା ପ୍ରତି ଯେଉଁ ମଙ୍ଗଳ କରିବାର କଥା କହିଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା।
11ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର।’
12ମାତ୍ର ସେମାନେ କହନ୍ତି, ‘ଭରସା ନାହିଁ; କାରଣ ଆମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ ଚାଲିବା ଓ ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ କର୍ମ କରିବା।’
13ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି;
14ଲିବାନୋନର ହିମ କି କ୍ଷେତ୍ରସ୍ଥ ଶୈଳରେ ଅଭାବ ହେବ?
15ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାସୋରି
16ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍ ଶବ୍ଦର ପାତ୍ର କରନ୍ତି;
17ଆମ୍ଭେ ଶତ୍ରୁ ସମ୍ମୁଖରେ ପୂର୍ବୀୟ ବାୟୁ ଦ୍ୱାରା
18ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”
19ହେ ସଦାପ୍ରଭୁ, ମୋʼ ପ୍ରତି ମନୋଯୋଗ କର
20ମଙ୍ଗଳର ପରିଶୋଧରେ କି ଅମଙ୍ଗଳ କରାଯିବ?
21ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର
22ତୁମ୍ଭେ ଯେଉଁ ସମୟରେ ହଠାତ୍ ସେମାନଙ୍କ ବିରୁଦ୍ଧରେ ସୈନ୍ୟଦଳ ଆଣିବ,
23ତଥାପି ହେ ସଦାପ୍ରଭୁ,