We Believe JesusFé, Esperança e Nova Vida

ଯିରିମୀୟ 22

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଯିରିମୀୟ 21 ଯିରିମୀୟ ଯିରିମୀୟ 23 →

1ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯିହୁଦାର ରାଜଗୃହକୁ ଯାଇ ସେଠାରେ ଏହି କଥା କୁହ।

2ଯଥା, ହେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ଯିହୁଦାର ରାଜନ୍‍, ତୁମ୍ଭେ ତୁମ୍ଭର ଦାସଗଣ ଓ ଏହିସବୁ ଦ୍ୱାର ଦେଇ ପ୍ରବେଶକାରୀ ତୁମ୍ଭର ଲୋକମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।

3ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ।

4କାରଣ ଯଦି ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କରିବ, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେ, ତାହାର ଦାସଗଣ ଓ ଲୋକମାନେ ଏହି ଗୃହର ଦ୍ୱାର ଦେଇ ପ୍ରବେଶ କରିବେ।

5ମାତ୍ର ଯଦି ତୁମ୍ଭେମାନେ ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ନାମରେ ଶପଥ କରୁଅଛୁ ଯେ, ଏହି ଗୃହ ଉଚ୍ଛିନ୍ନ ହେବ।

6କାରଣ ଯିହୁଦାର ରାଜଗୃହ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;

7ପୁଣି, ତୁମ୍ଭ ବିରୁଦ୍ଧରେ ବିନାଶକଗଣକୁ ପ୍ରତ୍ୟେକର ଅସ୍ତ୍ର ସହିତ ପ୍ରସ୍ତୁତ କରିବା;

8ଆଉ, ଅନେକ ଦେଶୀୟ ଲୋକ ଏହି ନଗର ନିକଟ ଦେଇ ଗତାୟାତ କରୁ କରୁ ପ୍ରତ୍ୟେକେ, ଆପଣା ଆପଣା ସଙ୍ଗୀକୁ କହିବେ, ‘ସଦାପ୍ରଭୁ କି ନିମନ୍ତେ ଏହି ବୃହତ ନଗରକୁ ଏପରି କଲେ?’

9ତହିଁରେ ସେମାନେ ଉତ୍ତର କରିବେ, ‘କାରଣ ଏହି, ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିୟମ ପରିତ୍ୟାଗ କରି ଅନ୍ୟ ଦେବଗଣକୁ ପ୍ରଣାମ ଓ ସେବା କଲେ।’”

10ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ,

11ଯେହେତୁ ଯିହୁଦାର ରାଜା ଯୋଶୀୟର ପୁତ୍ର ଶଲ୍ଲୁମ୍‍ ଯେ ଆପଣା ପିତା ଯୋଶୀୟର ପଦରେ ରାଜତ୍ୱ କଲା ଓ ଏହି ସ୍ଥାନରୁ ବାହାରିଗଲା, ତାହାର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;

12“ସେ ଏହି ସ୍ଥାନକୁ ଆଉ ଫେରି ଆସିବ ନାହିଁ; ମାତ୍ର ସେ ଯେଉଁ ସ୍ଥାନକୁ ବନ୍ଦୀତ୍ୱ ଅବସ୍ଥାରେ ନୀତ ହୋଇଅଛି, ସେହି ସ୍ଥାନରେ ମରିବ ଓ ସେ ଏହି ଦେଶ ଆଉ ଦେଖିବ ନାହିଁ।”

13“ଯେଉଁ ଲୋକ ଅଧର୍ମରେ ଆପଣା ଗୃହ

14ଯେ କହେ, ‘ଆମ୍ଭେ ଆପଣା ପାଇଁ ଏକ ପ୍ରଶସ୍ତ ଗୃହ

15ତୁମ୍ଭେ ଏରସ କାଷ୍ଠ ବିଷୟରେ ବଡ଼ ହେବା ପାଇଁ

16ସେ ଦରିଦ୍ର ଓ ଦୀନହୀନମାନଙ୍କ ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା।

17ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ,

18ଏଥିପାଇଁ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ବିଷୟରେ

19ତାହାର କବର ଗଧର କବର ତୁଲ୍ୟ ହେବ,

20“ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର;

21ଆମ୍ଭେ ତୁମ୍ଭର ସମୃଦ୍ଧି ସମୟରେ ତୁମ୍ଭକୁ କଥା କହିଲୁ;

22ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ

23ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ,

24“ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହୋୟାକୀମ୍‍ର ପୁତ୍ର କନୀୟ ଆମ୍ଭ ଦକ୍ଷିଣ ହସ୍ତରେ ମୋହର ତୁଲ୍ୟ ହେଲେ ହେଁ ଆମ୍ଭେ ତୁମ୍ଭକୁ ସେଠାରୁ କାଢ଼ି ପକାଇବା;

25ପୁଣି, ଯେଉଁମାନେ ତୁମ୍ଭର ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍‍, ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଓ କଲ୍‍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା।

26ଆଉ, ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ପ୍ରସବକାରିଣୀ ମାତାକୁ, ଯେଉଁ ଦେଶରେ ତୁମ୍ଭମାନଙ୍କର ଜନ୍ମ ହୋଇ ନ ଥିଲା, ଏପରି ଏକ ଦେଶରେ ତୁମ୍ଭମାନଙ୍କୁ ନିକ୍ଷେପ କରିବା। ଆଉ, ସେଠାରେ ତୁମ୍ଭେମାନେ ମରିବ।

27ମାତ୍ର ଯେଉଁ ଦେଶକୁ ଫେରି ଆସିବା ପାଇଁ

28ଏହି କନୀୟ କି ତୁଚ୍ଛୀକୃତ ଭଗ୍ନ ପାତ୍ର? ସେ କି ଅପ୍ରୀତିକର ପାତ୍ର?

29ହେ ପୃଥିବୀ, ପୃଥିବୀ, ପୃଥିବୀ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।

30ସଦାପ୍ରଭୁ ଏହି କଥା କହନ୍ତି,

← ଯିରିମୀୟ 21 ଯିରିମୀୟ ଯିରିମୀୟ 23 →