We Believe JesusFé, Esperança e Nova Vida

ଯିରିମୀୟ 25

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଯିରିମୀୟ 24 ଯିରିମୀୟ ଯିରିମୀୟ 26 →

1ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ସେହି ବର୍ଷ ବାବିଲର ରାଜା ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ପ୍ରଥମ ବର୍ଷ ଥିଲା;

2ଯିରିମୀୟ ଭବିଷ୍ୟଦ୍‍ବକ୍ତା ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ନିକଟରେ ସେହି ବାକ୍ୟ ପ୍ରଚାର କରି କହିଲେ;

3“ଆମୋନ୍‍ର ପୁତ୍ର ଯିହୁଦାର ରାଜା ଯୋଶୀୟଙ୍କ ରାଜତ୍ଵର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ ବର୍ଷଯାକ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହୋଇଅଛି ଓ ମୁଁ ପ୍ରତ୍ୟୁଷରେ ଉଠି ତାହା ତୁମ୍ଭମାନଙ୍କୁ କହିଅଛି, ମାତ୍ର ତାହା ତୁମ୍ଭେମାନେ ଶୁଣି ନାହଁ।

4ଆଉ, ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି, ମାତ୍ର ତୁମ୍ଭେମାନେ ଶୁଣି ନାହଁ, କିଅବା ଶୁଣିବା ପାଇଁ କର୍ଣ୍ଣପାତ କରି ନାହଁ।

5ମୁଁ କହିଅଛି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଆଚରଣର ଦୁଷ୍ଟତାରୁ ଫେର, ତହିଁରେ ସଦାପ୍ରଭୁ ପୁରାତନ କାଳରୁ ସଦାକାଳ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁ ମଧ୍ୟରେ ତୁମ୍ଭେମାନେ ବାସ କରିବ;

6ଆଉ, ଅନ୍ୟ ଦେବଗଣର ସେବା ଓ ସେମାନଙ୍କୁ ପ୍ରଣାମ କରିବା ନିମନ୍ତେ ସେମାନଙ୍କ ପଶ୍ଚାଦ୍‍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ମୋତେ ବିରକ୍ତ କର ନାହିଁ ଓ ତହିଁରେ ମୁଁ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବି ନାହିଁ।’

7ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ କଥାରେ ଅବଧାନ କରି ନାହଁ ଓ ଆପଣାମାନଙ୍କ ଅମଙ୍ଗଳ ନିମନ୍ତେ ନିଜ ହସ୍ତକୃତ କର୍ମ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କରିଅଛ।

8ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭର ବାକ୍ୟରେ ଅବଧାନ କରି ନାହଁ;

9ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍‍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।

10ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରର ରବ ଓ କନ୍ୟାର ରବ, ଚକିର ଶବ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା।

11ତହିଁରେ ଏହି ସମୁଦାୟ ଦେଶ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର ବିଷୟ ହେବ ଓ ଏହିସବୁ ଗୋଷ୍ଠୀ ସତୁରି ବର୍ଷ ବାବିଲ ରାଜାର ଦାସତ୍ୱ କରିବେ।

12ପୁଣି, ସଦାପ୍ରଭୁ କହନ୍ତି, ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲେ ଆମ୍ଭେ ବାବିଲ ରାଜାକୁ ଓ ସେହି ଗୋଷ୍ଠୀକୁ ଓ କଲ୍‍ଦୀୟମାନଙ୍କ ଦେଶକୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ତାହା ସଦାକାଳ ଧ୍ୱଂସର ସ୍ଥାନ କରିବା।

13ଆଉ, ଆମ୍ଭେ ସେହି ଦେଶ ବିରୁଦ୍ଧରେ ଯାହା ଯାହା କହିଅଛୁ, ଅର୍ଥାତ୍‍, ସକଳ ଗୋଷ୍ଠୀ ବିରୁଦ୍ଧରେ ଯିରିମୀୟଙ୍କ ଦ୍ୱାରା ପ୍ରଚାରିତ ଯେ ଯେ ଭବିଷ୍ୟଦ୍‍ବାକ୍ୟ ଏହି ପୁସ୍ତକରେ ଲିଖିତ ଅଛି, ଆମ୍ଭର ସେହି ସମସ୍ତ ବାକ୍ୟ ଆମ୍ଭେ ସେହି ଦେଶ ପ୍ରତି ସଫଳ କରିବା।

14କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।”

15କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋତେ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ।

16ତହିଁରେ ସେମାନେ ତାହା ପାନ କରି ଏଣେତେଣେ ଟଳଟଳ ହେବେ, ପୁଣି ଆମ୍ଭେ ସେମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ସକାଶୁ ସେମାନେ ଉନ୍ମତ୍ତ ହେବେ।”

17ତହିଁରେ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ସଦାପ୍ରଭୁ ମୋତେ ଯେଉଁ ଯେଉଁ ଗୋଷ୍ଠୀ ନିକଟକୁ ପଠାଇଲେ, ସେହି ସମସ୍ତଙ୍କୁ ତାହା ପାନ କରାଇଲି;

18ଅର୍ଥାତ୍‍, ଆଜିର ତୁଲ୍ୟ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର, ଆଉ ଶୀସ୍‍ ଶବ୍ଦର ଓ ଅଭିଶାପର ବିଷୟ ହେବା ନିମନ୍ତେ ଯିରୂଶାଲମକୁ, ଯିହୁଦାର ନଗରସମୂହକୁ, ଆଉ ତହିଁର ରାଜା ଓ ଅଧିପତିମାନଙ୍କୁ ପାନ କରାଇଲି।

19ମିସରର ରାଜା ଫାରୋକୁ, ତାହାର ଦାସଗଣକୁ ଓ ଅଧିପତିଗଣକୁ ଓ ତାହାର ସମସ୍ତ ଲୋକଙ୍କୁ;

20ପୁଣି, ମିଶ୍ରିତ ଲୋକ ସମସ୍ତଙ୍କୁ ଓ ଊଷ ଦେଶସ୍ଥ ସମସ୍ତ ରାଜାଙ୍କୁ ଓ ପଲେଷ୍ଟୀୟ ଦେଶସ୍ଥ ସମସ୍ତ ରାଜାଙ୍କୁ ଆଉ ଅସ୍କିଲୋନ, ଘସା, ଇକ୍ରୋଣ ଓ ଅସ୍ଦୋଦର ଅବଶିଷ୍ଟାଂଶକୁ ପାନ କରାଇଲି;

21ଇଦୋମ, ମୋୟାବ ଓ ଅମ୍ମୋନର ସନ୍ତାନଗଣକୁ;

22ପୁଣି, ସୋରର ସମସ୍ତ ରାଜାଙ୍କୁ ଓ ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ୱୀପର ସମସ୍ତ ରାଜାଙ୍କୁ;

23ଦଦାନ, ତେମା ଓ ବୂଷ୍‍, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ସମସ୍ତ ଲୋକଙ୍କୁ;

24ପୁଣି, ଆରବୀୟ ସମସ୍ତ ରାଜାଙ୍କୁ ଓ ପ୍ରାନ୍ତରବାସୀ ମିଶ୍ରିତ ଗୋଷ୍ଠୀବର୍ଗର ସମସ୍ତ ରାଜାଙ୍କୁ;

25ଆଉ, ସିମ୍ରିର ସମସ୍ତ ରାଜାଙ୍କୁ, ଏଲମ୍‍ର ସମସ୍ତ ରାଜାଙ୍କୁ ଓ ମାଦୀୟମାନଙ୍କର ସମସ୍ତ ରାଜାଙ୍କୁ;

26ପୁଣି, ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ଯାବତୀୟ ରାଜାଙ୍କୁ, ପରସ୍ପରର ସହିତ ଓ ଭୂମଣ୍ଡଳର ଉପରିସ୍ଥ ଜଗତର ସମୁଦାୟ ରାଜ୍ୟକୁ ପାନ କରାଇଲି; ଆଉ, ସେମାନଙ୍କ ଉତ୍ତାରେ ଶେଶକର25:26 ଶେଶକର ବାବିଲର ଅନ୍ୟ ନାମ ରାଜା ପାନ କରିବ।

27ଆଉ, ତୁମ୍ଭେ ସେମାନଙ୍କୁ କହିବ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ହେତୁ ପତିତ ହୋଇ ଆଉ ଉଠ ନାହିଁ।’

28ଆଉ, ସେମାନେ ତୁମ୍ଭ ହସ୍ତରୁ ପାତ୍ର ନେଇ ପାନ କରିବାକୁ ଯେବେ ଅସମ୍ମତ ହେବେ, ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ‘ସୈନ୍ୟାଧିପତି ସଦାପ୍ରଭୁ ଏହିରୂପେ କଥା କହନ୍ତି, ତୁମ୍ଭେମାନେ ଅବଶ୍ୟ ପାନ କରିବ।

29କାରଣ ଦେଖ, ଆମ୍ଭେ ଆମ୍ଭ ନାମରେ ଖ୍ୟାତ ନଗର ପ୍ରତି ଅମଙ୍ଗଳ ଘଟାଇବାକୁ ଆରମ୍ଭ କରିଅଛୁ ଓ ତୁମ୍ଭେମାନେ କି ନିତାନ୍ତ ଅଦଣ୍ଡିତ ହେବ? ତୁମ୍ଭେମାନେ ଅଦଣ୍ଡିତ ହେବ ନାହିଁ, କାରଣ ଆମ୍ଭେ ପୃଥିବୀନିବାସୀ ସମସ୍ତଙ୍କ ଉପରେ ଖଡ୍ଗ ଆହ୍ୱାନ କରିବା,’ ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

30ଏହେତୁ ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହିସବୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ,

31ପୃଥିବୀର ସୀମା ପର୍ଯ୍ୟନ୍ତ ଗୋଟିଏ ଧ୍ୱନି ବ୍ୟାପିବ;

32ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି,

33ପୁଣି, ସେସମୟରେ ସଦାପ୍ରଭୁଙ୍କର ହତ ଲୋକମାନେ,

34ହେ ମେଷପାଳକଗଣ, ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର;

35ପୁଣି, ମେଷପାଳକମାନେ ପଳାଇବାର ବାଟ ପାଇବେ ନାହିଁ

36ମେଷପାଳକମାନଙ୍କର କ୍ରନ୍ଦନର ଶବ୍ଦ

37ଆଉ, ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ

38ସେ ସିଂହ ତୁଲ୍ୟ ଆପଣା ଗହ୍ୱର ତ୍ୟାଗ କରିଅଛନ୍ତି;

← ଯିରିମୀୟ 24 ଯିରିମୀୟ ଯିରିମୀୟ 26 →