1“ସଦାପ୍ରଭୁ କହନ୍ତି, ସେହି ସମୟରେ ଆମ୍ଭେ ଇସ୍ରାଏଲର ସମୁଦାୟ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।”
2ସଦାପ୍ରଭୁ ଏହି କଥା କହନ୍ତି,
3“ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ,
4ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା ଓ ତୁମ୍ଭେ ଗଢ଼ାଯିବ;
5ତୁମ୍ଭେ ପୁନର୍ବାର ଶମରୀୟାର ପର୍ବତରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ,
6କାରଣ ଯେଉଁ ଦିନରେ ପ୍ରହରୀମାନେ ଇଫ୍ରୟିମ ପର୍ବତରେ ଘୋଷଣା କରି କହିବେ,
7କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର ଓ ଗୋଷ୍ଠୀବର୍ଗର ଅଗ୍ରଗଣ୍ୟ ନିମନ୍ତେ ଜୟଧ୍ୱନି କର; ତୁମ୍ଭେମାନେ ପ୍ରଚାର କରି, ପ୍ରଶଂସା କରି କୁହ, ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକ ଇସ୍ରାଏଲର ଅବଶିଷ୍ଟାଂଶକୁ ପରିତ୍ରାଣ କର।’
8ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା,
9ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ,
10ହେ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ
11କାରଣ ସଦାପ୍ରଭୁ ଯାକୁବକୁ ଉଦ୍ଧାର କରିଅଛନ୍ତି
12ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ
13ସେତେବେଳେ କୁମାରୀଗଣ ନୃତ୍ୟରେ,
14ଆଉ, ଆମ୍ଭେ ପୁଷ୍ଟିକର ଦ୍ରବ୍ୟରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା
15ସଦାପ୍ରଭୁ ଏହି କଥା କହନ୍ତି,
16ସଦାପ୍ରଭୁ ଏହି କଥା କହନ୍ତି,
17ସଦାପ୍ରଭୁ କହନ୍ତି,
18ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି
19ମୁଁ ଫେରିଲା ଉତ୍ତାରେ ନିତାନ୍ତ ଅନୁତାପ କଲି
20ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର? ସେ କି ଆନନ୍ଦଦାୟୀ ବାଳକ?
21ତୁମ୍ଭେ ସ୍ଥାନେ ସ୍ଥାନେ ଆପଣା ପାଇଁ ପଥ ଚିହ୍ନ ରଖ ଓ ପଥପ୍ରଦର୍ଶକ ସ୍ତମ୍ଭ ନିର୍ମାଣ କର;
22ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ?
23ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: “ଆମ୍ଭେ ଯେଉଁ ସମୟରେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ସେସମୟରେ ଯିହୁଦା ଦେଶରେ ଓ ତହିଁର ନଗରସକଳରେ ସେମାନେ ପୁନର୍ବାର ଏହି କଥା ବ୍ୟବହାର କରିବେ, ‘ହେ ଧର୍ମନିବାସ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।’
24ପୁଣି, ଯିହୁଦା ଓ ତହିଁର ନଗରସକଳ, ଆଉ କୃଷକ ଓ ପଲ ନେଇ ଭ୍ରମଣକାରୀମାନେ ତହିଁ ମଧ୍ୟରେ ଏକତ୍ର ବାସ କରିବେ।
25କାରଣ ଆମ୍ଭେ କ୍ଳାନ୍ତ ପ୍ରାଣକୁ ପରିତୃପ୍ତ କରିଅଛୁ, ପ୍ରତ୍ୟେକ ଦୁଃଖିତ ପ୍ରାଣକୁ ପରିପୂର୍ଣ୍ଣ କରିଅଛୁ।”
26ଏଥିରେ ମୁଁ ଜାଗ୍ରତ ହୋଇ ଦେଖିଲି ଓ ମୋର ନିଦ୍ରା ମୋʼ ପ୍ରତି ସୁଖଦାୟକ ଥିଲା।
27ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ମଧ୍ୟରେ ମନୁଷ୍ୟ ଓ ପଶୁ ରୂପ ବୀଜ ବପନ କରିବା, ଏପରି ସମୟ ଆସୁଅଛି।
28ଆଉ, ଆମ୍ଭେ ଯେପରି ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ ଓ ବିନାଶ କରିବାକୁ ଓ କ୍ଳେଶ ଦେବାକୁ ଜଗି ରହିଲୁ; ସେପରି ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା ପାଇଁ ଜଗି ରହିବା, ଏହା ସଦାପ୍ରଭୁ କହନ୍ତି।
29‘ପିତୃଗଣ ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ଆଉ ସନ୍ତାନଗଣର ଦାନ୍ତ ଖଟା ହୋଇଅଛି,’
30ମାତ୍ର ପ୍ରତ୍ୟେକ ଲୋକ ନିଜ ଅଧର୍ମ ସକାଶୁ ମରିବ,
31ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା, ଏପରି ସମୟ ଆସୁଅଛି;
32ମିସର ଦେଶରୁ ସେମାନଙ୍କର ପୂର୍ବପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।
33ମାତ୍ର ସଦାପ୍ରଭୁ କହନ୍ତି, ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;
34ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”
35ଦିବସରେ ଜ୍ୟୋତିଃ ଦେବା ପାଇଁ ଯେ ସୂର୍ଯ୍ୟ ପ୍ରଦାନ କରନ୍ତି
36“ଯଦି ଏହି ସକଳ ବିଧାନ ଆମ୍ଭ ସମ୍ମୁଖରୁ ବିଚଳିତ ହୁଏ,
37ସଦାପ୍ରଭୁ ଏହି କଥା କହନ୍ତି: “ଯଦି ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ପରିମିତ ହୋଇପାରେ
38ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ନଗର ହନନେଲର ଦୁର୍ଗଠାରୁ କୋଣ ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମିତ ହେବ, ଏପରି ସମୟ ଆସୁଅଛି।
39ଆଉ, ସେଠାରୁ ପରିମାଣ ରଜ୍ଜୁ ଗାରେବ୍ ଉପପର୍ବତ ପର୍ଯ୍ୟନ୍ତ ସଳଖ ଯିବ ଓ ବୁଲି ଗୋୟା ପର୍ଯ୍ୟନ୍ତ ଯିବ।
40ପୁଣି, ଶବ ଓ ଭସ୍ମର ସମୁଦାୟ ଉପତ୍ୟକା ଓ କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସକଳ କ୍ଷେତ୍ର, ପୂର୍ବଦିଗସ୍ଥ ଅଶ୍ୱଦ୍ୱାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ସଦାକାଳ ପର୍ଯ୍ୟନ୍ତ ଆଉ ଉତ୍ପାଟିତ କିଅବା ନିପାତିତ ହେବ ନାହିଁ।”