1ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
2“ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦିଗରୁ ଜଳ ଉଚ୍ଛୁଳୁଅଛି,
3ତାହାର ବଳବାନ ଅଶ୍ୱଗଣର ଖୁରା ଶବ୍ଦରେ,
4କାରଣ ପଲେଷ୍ଟୀୟ ସମସ୍ତଙ୍କର ସର୍ବସ୍ୱ ହରଣ କରିବାର,
5ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଲୋକମାନେ ନୀରବ ହୋଇଅଛନ୍ତି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ?
6ହେ ସଦାପ୍ରଭୁଙ୍କ ଖଡ୍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷାନ୍ତ ହେବ?
7ସଦାପ୍ରଭୁ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ଏଣୁ ତୁମ୍ଭେ କିପରି କ୍ଷାନ୍ତ ହୋଇପାର?