We Believe JesusFé, Esperança e Nova Vida

ଯିରିମୀୟ 48

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଯିରିମୀୟ 47 ଯିରିମୀୟ ଯିରିମୀୟ 49 →

1ମୋୟାବର ବିଷୟ।

2ମୋୟାବର ପ୍ରଶଂସା ଆଉ ତ ନାହିଁ;

3“ହୋରୋନୟିମଠାରୁ କ୍ରନ୍ଦନର, ଧନ ଅପହରଣର ଓ ମହାବିନାଶର ଶବ୍ଦ!

4ମୋୟାବ ନଷ୍ଟ ହେଲା;

5କାରଣ ଲୂହୀତର ଉଠାଣି ପଥରେ ଲୋକମାନେ

6ପଳାଅ, ଆପଣା ଆପଣା ପ୍ରାଣ ରକ୍ଷା କର ଓ ପ୍ରାନ୍ତରସ୍ଥ ଝାଉଁ ବୃକ୍ଷ ତୁଲ୍ୟ ହୁଅ।

7କାରଣ ତୁମ୍ଭେ ଆପଣା କର୍ମରେ ଓ ଆପଣା ଧନ ସମ୍ପତ୍ତିରେ ନିର୍ଭର ରଖିଅଛ,

8ପ୍ରତ୍ୟେକ ନଗର ଉପରେ ବିନାଶକ ଆସିବ, କୌଣସି ନଗର ରକ୍ଷା ପାଇବ ନାହିଁ;

9“ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ;

10“ଯେଉଁ ଜନ ହେଳା ଭାବରେ ସଦାପ୍ରଭୁଙ୍କର କାର୍ଯ୍ୟ କରେ, ସେ ଅଭିଶପ୍ତ ହେଉ

11“ମୋୟାବ ବାଲ୍ୟକାଳରୁ ନିଶ୍ଚିନ୍ତରେ ଅଛି,

12ଏହେତୁ ସଦାପ୍ରଭୁ କହନ୍ତି,

13ପୁଣି, ଇସ୍ରାଏଲ ବଂଶ ଆପଣା ବିଶ୍ୱାସଭୂମି ବେଥେଲ୍‍ ବିଷୟରେ ଯେପରି ଲଜ୍ଜିତ ହୋଇଥିଲେ, ସେପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ।

14ଆମ୍ଭେମାନେ ବୀର ଓ ଯୁଦ୍ଧ ପାଇଁ ବଳବାନ ଲୋକ,’

15ମୋୟାବ ଉତ୍ସନ୍ନ ହୋଇଅଛି

16ମୋୟାବର ବିପଦ ନିକଟରେ ଉପସ୍ଥିତ ଓ ତାହାର କ୍ଳେଶ ଅତି ଶୀଘ୍ର ଆସୁଅଛି।

17ତାହାର ଚତୁର୍ଦ୍ଦିଗସ୍ଥିତ ଓ ତାହାର ନାମ ଜାଣିଥିବା ଯେ ତୁମ୍ଭେମାନେ,

18ହେ ଦୀବୋନ୍ ନିବାସିନୀ କନ୍ୟେ,

19ହେ ଅରୋୟେର ନିବାସିନୀ, ତୁମ୍ଭେ ପଥ ପାର୍ଶ୍ୱରେ ଠିଆ ହୋଇ ନିରୀକ୍ଷଣ କର;

20ମୋୟାବ ଲଜ୍ଜିତ ହୋଇଅଛି; କାରଣ ତାହା ଭଗ୍ନ ହୋଇଅଛି;

21ପୁଣି, ମୋୟାବ ଦେଶୀୟ ଦୂରସ୍ଥ କିଅବା ନିକଟସ୍ଥ ସମସ୍ତ ନଗର ଉପରେ,

22ଅର୍ଥାତ୍‍, ସମଭୂମିସ୍ଥ ପ୍ରଦେଶ ଉପରେ ହଲୋନ,

23କିରୀୟାଥୟିମ୍‍, ବେଥ୍-ଗାମୁଲ୍ ଓ ବେଥ୍-ମୀୟୋନ୍‍;

24କରୀୟୋଥ୍‍ ଓ ବସ୍ରା ପ୍ରଭୃତି ନଗରମାନଙ୍କ ଉପରେ

25ସଦାପ୍ରଭୁ କହନ୍ତି, ମୋୟାବର ଶୃଙ୍ଗ କଟା ଯାଇଅଛି ଓ ତାହାର ବାହୁ ଭଗ୍ନ ହୋଇଅଛି।

26ତୁମ୍ଭେମାନେ ତାହାକୁ ମତ୍ତ କରାଅ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି; ପୁଣି, ମୋୟାବ ଆପଣା ବାନ୍ତିରେ ଗଡ଼ିବ, ମଧ୍ୟ ସେ ପରିହାସାସ୍ପଦ ହେବ।

27ଇସ୍ରାଏଲ କି ତୁମ୍ଭ ପ୍ରତି ପରିହାସର ବିଷୟ ହୋଇ ନ ଥିଲା? ସେ କି ଚୋରମାନଙ୍କ ମଧ୍ୟରେ ଧରା ପଡ଼ିଥିଲା? ତୁମ୍ଭେ ଯେତେ ଥର ତାହା ବିଷୟ କହୁଅଛ, ସେତେଥର ମସ୍ତକ ହଲାଉଅଛ।

28ହେ ମୋୟାବ ନିବାସୀଗଣ,

29ମୋୟାବ ବଡ଼ ଅହଙ୍କାରୀ, ଆମ୍ଭେମାନେ ତାହାର ଅହଙ୍କାରର କଥା,

30ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର କ୍ରୋଧ ଜାଣୁ, ତାହା କିଛି ନୁହେଁ, ତାହାର ଗର୍ବସବୁ କିଛି ହିଁ ସାଧନ କରି ନାହିଁ।

31ଏଥିପାଇଁ ଆମ୍ଭେ ମୋୟାବର ପାଇଁ ହାହାକାର କରିବା; ହଁ, ଆମ୍ଭେ ସମୁଦାୟ ମୋୟାବ ପାଇଁ କ୍ରନ୍ଦନ କରିବା; କୀର୍ହେରସର ଲୋକମାନଙ୍କ ବିଷୟରେ ସେମାନେ ଶୋକ କରିବେ।

32ହେ ସିବ୍‍ମାର ଦ୍ରାକ୍ଷାଲତା, ଯାସେରର ରୋଦନ ଅପେକ୍ଷା

33ମୋୟାବର ଫଳବାନ କ୍ଷେତ୍ର ଓ ଭୂମିରୁ ଆନନ୍ଦ ଓ ଉଲ୍ଲାସ ଦୂରୀକୃତ ହୋଇଅଛି;

34ହିଷ୍‍ବୋନର ଚିତ୍କାର ସ୍ଥାନଠାରୁ ଇଲୀୟାଲୀ ପର୍ଯ୍ୟନ୍ତ,

35ଆହୁରି, ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବ ମଧ୍ୟରେ ଉଚ୍ଚସ୍ଥଳୀରେ ବଳିଦାନକାରୀ ଓ ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପଦାହକାରୀ ଲୋକକୁ ଲୋପ କରିବା।

36ଏହେତୁ ମୋୟାବର ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି ଓ କୀର୍ହେରସର ଲୋକମାନଙ୍କ ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି; ଏଥିପାଇଁ ତାହାର ପ୍ରାପ୍ତ ବହୁତ ଧନ ନଷ୍ଟ ହୋଇଅଛି।

37କାରଣ ପ୍ରତ୍ୟେକ ମସ୍ତକ ଟାଙ୍ଗରା ଓ ପ୍ରତ୍ୟେକ ଦାଢ଼ି କଟା ହୋଇଅଛି; ସମସ୍ତଙ୍କ ହସ୍ତରେ କଟା ଦାଗ ଓ କଟିଦେଶରେ ଚଟବସ୍ତ୍ର ଅଛି।

38ମୋୟାବର ସମସ୍ତ ଗୃହ-ଛାତ ଉପରେ ଓ ତହିଁର ସମସ୍ତ ପଥରେ ସର୍ବତ୍ର ବିଳାପ ହେଉଅଛି; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବକୁ ଅପ୍ରୀତିକର ପାତ୍ର ପରି ଭାଙ୍ଗି ପକାଇଅଛୁ।

39ସେ କିପରି ଭଗ୍ନ ହୋଇଅଛି! ଲୋକେ କିପରି ବିଳାପ କରୁଅଛନ୍ତି!

40କାରଣ ସଦାପ୍ରଭୁ ଏହି କଥା କହନ୍ତି,

41କରୀୟୋଥ୍‍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍‍ ଆକ୍ରାନ୍ତ ହେଲା,

42ପୁଣି, ମୋୟାବ ଲୁପ୍ତ ହେବ, ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ,

43ସଦାପ୍ରଭୁ କହନ୍ତି,

44ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ

45ଯେଉଁମାନେ ପଳାଇଗଲେ,

46ହେ ମୋୟାବ, ତୁମ୍ଭେ ସନ୍ତାପର ପାତ୍ର! କମୋଶର ଲୋକମାନେ ବିନଷ୍ଟ ହେଲେ;

47ତଥାପି ସଦାପ୍ରଭୁ କହନ୍ତି, ଆମ୍ଭେ ଶେଷ କାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା।” ମୋୟାବର ବିଚାର କଥା ଏତିକି।

← ଯିରିମୀୟ 47 ଯିରିମୀୟ ଯିରିମୀୟ 49 →