1ଆଃ, ଯେବେ ମୋହର ମସ୍ତକ ଜଳମୟ
2ଆଃ, ପଥିକମାନଙ୍କର ବସା ପରି ଯଦି ପ୍ରାନ୍ତରରେ ମୋର ଗୋଟିଏ ବସା ଥାʼନ୍ତା,
3ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି;
4ତୁମ୍ଭେମାନେ ପ୍ରତ୍ୟେକେ ଆପଣା ମିତ୍ରଗଣ ବିଷୟରେ ସାବଧାନ ହୁଅ
5ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ପ୍ରବଞ୍ଚନା କରିବେ
6ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତି ସ୍ଥାନ ଅଛି;
7ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି,
8ସେମାନଙ୍କର ଜିହ୍ୱା ପ୍ରାଣନାଶକ ତୀର ସ୍ୱରୂପ; ତାହା ପ୍ରବଞ୍ଚନାର କଥା କହେ;
9ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ସେମାନଙ୍କୁ ଏହିସବୁର ପ୍ରତିଫଳ ଦେବା ନାହିଁ?
10ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର
11ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା;
12ଏହା ଯେ ବୁଝିପାରେ, ଏପରି ଜ୍ଞାନୀ ମନୁଷ୍ୟ କିଏ ଅଛି?
13ଆହୁରି, ସଦାପ୍ରଭୁ କହନ୍ତି, “କାରଣ ଏହି, ଆମ୍ଭେ ସେମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ରଖିଲୁ, ତାହା ସେମାନେ ତ୍ୟାଗ କରିଅଛନ୍ତି ଓ ଆମ୍ଭର ବାକ୍ୟ ପାଳନ କରି ନାହାନ୍ତି, କିଅବା ତଦନୁସାରେ ଆଚରଣ କରି ନାହାନ୍ତି;
14ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍ ନାମକ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି।
15ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ, ଅର୍ଥାତ୍, ଏହି ଲୋକମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷବୃକ୍ଷର ରସ ସେମାନଙ୍କୁ ପାନ କରିବାକୁ ଦେବା।
16ଆହୁରି, ଯେଉଁମାନଙ୍କୁ ସେମାନେ କିଅବା ସେମାନଙ୍କର ପୂର୍ବପୁରୁଷମାନେ ଜାଣି ନାହାନ୍ତି, ଏପରି ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା; ପୁଣି, ଆମ୍ଭେ ଯେପର୍ଯ୍ୟନ୍ତ ସେମାନଙ୍କୁ ସଂହାର ନ କରୁ, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ୍ଗ ପଠାଇବା।”
17ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି,
18ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ
19କାରଣ ସିୟୋନଠାରୁ ଏହି ହାହାକାର ଶବ୍ଦ ଶୁଣା ଯାଉଅଛି,
20ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ
21କାରଣ ମୃତ୍ୟୁୁ ଆମ୍ଭମାନଙ୍କର ଝରକା ଦେଇ ଆସି
22କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ମନୁଷ୍ୟମାନଙ୍କର ଶବ ଖତ ପରି
23ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ,
24ମାତ୍ର ଯେବେ କେହି ଦର୍ପ କରେ,
25ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସେମାନଙ୍କର ଅସୁନ୍ନତ ଅନୁସାରେ ଦଣ୍ଡ ଦେବା, ଏପରି ସମୟ ଆସୁଅଛି;
26ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ-ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ଡ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ9:26 ଅସୁନ୍ନତ ଅର୍ଥାତ୍ ନିୟମ ପାଳନ କଲେ ନାହିଁ, ପୁଣି ସମଗ୍ର ଇସ୍ରାଏଲ ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।”