We Believe JesusFé, Esperança e Nova Vida

ଦ୍ୱିତୀୟ ଶାମୁୟେଲ 1

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

ଦ୍ୱିତୀୟ ଶାମୁୟେଲ ଦ୍ୱିତୀୟ ଶାମୁୟେଲ 2 →

1ଶାଉଲଙ୍କ ମୃତ୍ୟୁୁ ପରେ, ଦାଉଦ ଅମାଲେକୀୟମାନଙ୍କୁ ବଧ କରି ଫେରି ସିକ୍ଲଗ୍‍ ନଗରରେ ଦୁଇ ଦିନ ରହିଲେ।

2ତୃତୀୟ ଦିନରେ ଶାଉଲଙ୍କ ଛାଉଣି ଭିତରୁ ଜଣେ ଲୋକ ଆପଣା ବସ୍ତ୍ର ଚିରି ଓ ମସ୍ତକରେ ମାଟି ଦେଇ ଆସିଲା; ପୁଣି ସେ ଦାଉଦଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ଭୂମିରେ ପଡ଼ି ପ୍ରଣାମ କଲା।

3ତହିଁରେ ଦାଉଦ ତାହାକୁ କହିଲେ, “ତୁମ୍ଭେ କେଉଁଠାରୁ ଆସିଅଛ?” ତହୁଁ ସେ କହିଲା, “ମୁଁ ଇସ୍ରାଏଲ ଛାଉଣିରୁ ପଳାଇ ଆସିଲି।”

4ତହିଁରେ ଦାଉଦ ତାହାକୁ କହିଲେ, “କଥା କଅଣ, ମୋତେ କହିଲ?” ତହୁଁ ସେ ଉତ୍ତର କଲା, “ଲୋକମାନେ ଯୁଦ୍ଧରୁ ପଳାଇଲେ, ପୁଣି ଅନେକ ଲୋକ ପତିତ ହେଲେ ଓ ମଲେ, ଆଉ ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଧ୍ୟ ମଲେ।”

5ତହିଁରେ ଦାଉଦ ସେହି ଯୁବାକୁ କହିଲେ, “ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଲେ ବୋଲି ତୁମ୍ଭେ କିପରି ଜାଣିଲ?”

6ତହିଁରେ ସେହି ଯୁବା ତାଙ୍କୁ କହିଲା, “ମୁଁ ଅଚାନକ ଗିଲ୍‍ବୋୟ ପର୍ବତରେ ଉପସ୍ଥିତ ହୁଅନ୍ତେ, ଶାଉଲ ଆପଣା ବର୍ଚ୍ଛା ଉପରେ ଆଉଜି ପଡ଼ିଅଛନ୍ତି; ରଥ ଓ ଅଶ୍ୱାରୋହୀମାନେ ତାଙ୍କ ପଛେ ଲାଗି ରହିଅଛନ୍ତି।

7ଶାଉଲ ପଛକୁ ଅନାନ୍ତେ, ମୋତେ ଦେଖି ଡାକିଲେ। ତହିଁରେ ମୁଁ ଉତ୍ତର କଲି, ‘ଏଠାରେ ମୁଁ ଅଛି।’

8ତେଣୁ ସେ ମୋତେ କହିଲେ, ‘ତୁମ୍ଭେ କିଏ?’ ମୁଁ ଉତ୍ତର କଲି, ‘ମୁଁ ଜଣେ ଅମାଲେକୀୟ ଲୋକ।’

9ତେବେ ସେ ମୋତେ କହିଲେ, ‘ବିନୟ କରୁଅଛି, ମୋʼ ଉପରେ ଠିଆ ହୋଇ ମୋତେ ବଧ କର, ମୋତେ ବଡ଼ କଷ୍ଟ ହେଉଅଛି; କାରଣ ଏପର୍ଯ୍ୟନ୍ତ ମୋʼ ଠାରେ ପ୍ରାଣ ସମ୍ପୂର୍ଣ୍ଣ ରହିଅଛି।’

10ତହିଁରେ ମୁଁ ତାଙ୍କ ଉପରେ ଠିଆ ହୋଇ ତାଙ୍କୁ ବଧ କଲି; କାରଣ ସେ ପତନ ହେଲା ଉତ୍ତାରେ ସେ ଆଉ ବଞ୍ଚିବେ ନାହିଁ ବୋଲି ମୁଁ ଜାଣିଲି; ପୁଣି ମୁଁ ତାଙ୍କ ମସ୍ତକର ମୁକୁଟ ଓ ବାହୁର ବାଜୁ ନେଇ ଏଠାକୁ ମୋʼ ସ୍ୱାମୀଙ୍କ କତିକି ଆଣିଅଛି।”

11ଏଥିରେ ଦାଉଦ ଦୁଖଃ ସକାଶୁ ଆପଣା ବସ୍ତ୍ର ଧରି ଚିରିଲେ ଓ ତାଙ୍କ ସଙ୍ଗୀ ଲୋକମାନେ ମଧ୍ୟ ସେହିପରି କଲେ;

12ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସଦାପ୍ରଭୁଙ୍କ ଲୋକମାନେ ଓ ଇସ୍ରାଏଲ ବଂଶ ଖଡ୍ଗରେ ପତିତ1:12 ଅର୍ଥାତ୍‍ ଯୁଦ୍ଧରେ ମୃତ୍ୟୁ ହେବା ସକାଶୁ ହେବାରୁ ଦାଉଦ ଓ ତାଙ୍କ ସଙ୍ଗୀମାନେ ସେମାନଙ୍କ ନିମନ୍ତେ ବିଳାପ ଓ ରୋଦନ କଲେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ।

13ଏଉତ୍ତାରେ ଦାଉଦ ସେହି ଯୁବାକୁ କହିଲେ, “ତୁମ୍ଭେ କେଉଁ ସ୍ଥାନର ଲୋକ?” ସେ ଉତ୍ତର କଲା, “ମୁଁ ଜଣେ ବିଦେଶୀ ଅମାଲେକୀୟ ଲୋକର ପୁତ୍ର।”

14ତହୁଁ ଦାଉଦ ତାହାକୁ କହିଲେ, “ତୁମ୍ଭେ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ନାଶ କରିବା ପାଇଁ ଆପଣା ହସ୍ତ ବଢ଼ାଇବାକୁ ଭୟ ନ କଲ, ଏ କିପରି?”

15ଏଥିରେ ଦାଉଦ ଯୁବାମାନଙ୍କ ମଧ୍ୟରୁ ଜଣକୁ ଡାକି କହିଲେ, “ପାଖକୁ ଯାଇ ତାକୁ ଆକ୍ରମଣ କର।” ତହିଁରେ ସେ ତାକୁ ଆଘାତ କରନ୍ତେ, ସେ ଅମାଲେକୀୟ ମଲା।

16ପୁଣି ଦାଉଦ ମୃତ ଅମାଲେକୀୟକୁ କହିଲେ, “ତୁମ୍ଭ ରକ୍ତ ତୁମ୍ଭ ମସ୍ତକରେ ବର୍ତ୍ତୁ; କାରଣ ତୁମ୍ଭର ମୁଖ ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଅଛି, ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ବଧ କରିଅଛି।”

17ଏଥିଉତ୍ତାରେ ଦାଉଦ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନଙ୍କ ମୃତ୍ୟୁୁରେ ବିଳାପ କଲେ;

18ପୁଣି ଯିହୁଦା-ସନ୍ତାନମାନଙ୍କୁ ସେହି ଧନୁର୍ଗୀତ ଶିଖାଇବାକୁ ଆଜ୍ଞା ଦେଲେ; ଦେଖ, ତାହା ଯାଶେର୍‍ ପୁସ୍ତକରେ ଲେଖାଅଛି।

19“ହେ ଇସ୍ରାଏଲ, ତୁମ୍ଭର ଭୂଷଣ ସ୍ୱରୂପ,

20ଗାଥ୍‍ରେ ଏହା ନ ଜଣାଅ,

21ହେ ଗିଲ୍‍ବୋୟ ପର୍ବତଗଣ,

22ହତ ଲୋକମାନଙ୍କ ରକ୍ତରୁ,

23ଶାଉଲ ଓ ଯୋନାଥନ ଜୀବଦ୍ଦଶାରେ ପରସ୍ପର ପ୍ରିୟ ଓ ତୁଷ୍ଟିଜନକ ଥିଲେ,

24ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର,

25ବୀରମାନେ ଯୁଦ୍ଧ ମଧ୍ୟରେ କିପରି ମରିଅଛନ୍ତି।

26ହେ ମୋହର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ବ୍ୟାକୁଳ ହେଉଅଛି;

27ବୀରମାନେ କିପରି ପତିତ ହେଲେ

ଦ୍ୱିତୀୟ ଶାମୁୟେଲ ଦ୍ୱିତୀୟ ଶାମୁୟେଲ 2 →