We Believe JesusFé, Esperança e Nova Vida

ଦ୍ୱିତୀୟ ଶାମୁୟେଲ 22

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଦ୍ୱିତୀୟ ଶାମୁୟେଲ 21 ଦ୍ୱିତୀୟ ଶାମୁୟେଲ ଦ୍ୱିତୀୟ ଶାମୁୟେଲ 23 →

1ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେହି ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ;

2ସେ କହିଲେ,

3ମୋହର ଶୈଳ ସ୍ୱରୂପ ପରମେଶ୍ୱର, ମୁଁ ତାହାଙ୍କଠାରେ ଆଶ୍ରୟ ନେବି।

4ମୁଁ ସଦାପ୍ରଭୁଙ୍କୁ ଆହ୍ୱାନ କରିବି, ସେ ପ୍ରଶଂସିତ ହେବା ଯୋଗ୍ୟ;

5କାରଣ ମୃତ୍ୟୁୁରୂପ ଲହରୀ ମୋତେ ବେଷ୍ଟନ କଲା,

6ପାତାଳର ବନ୍ଧନ ମୋତେ ବେଷ୍ଟନ କଲା,

7ମୋହର ସଙ୍କଟ ବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି,

8ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା,

9ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା

10ମଧ୍ୟ ସେ ଆକାଶମଣ୍ଡଳକୁ ମେଲା କରି ଓହ୍ଲାଇ ଆସିଲେ

11ପୁଣି ସେ କିରୂବ ଉପରେ ଆରୋହଣ କରି ଉଡ୍ଡୀୟମାନ ହେଲେ;

12ସେ ଅନ୍ଧକାରକୁ, ଅର୍ଥାତ୍‍, ଜଳରାଶି

13ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ

14ସଦାପ୍ରଭୁ ଆକାଶରୁ ଗର୍ଜ୍ଜନ କଲେ

15ପୁଣି ସେ ବାଣ ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ;

16ସେତେବେଳେ ସଦାପ୍ରଭୁଙ୍କ ତର୍ଜ୍ଜନରେ

17ସେ ଉର୍ଦ୍ଧ୍ବରୁ (ହାତ) ବଢ଼ାଇଲେ, ସେ ମୋତେ ଧରିଲେ;

18ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ରକ୍ଷା କଲେ;

19ସେମାନେ ମୋହର ବିପଦ ଦିନରେ ମୋର ସମ୍ମୁଖବର୍ତ୍ତୀ ହେଲେ;

20ସେ ମଧ୍ୟ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ପହଞ୍ଚାଇଲେ;

21ସଦାପ୍ରଭୁ ମୋର ଧାର୍ମିକତାନୁସାରେ ମୋତେ ପୁରସ୍କାର ଦେଲେ;

22କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଲି

23ଯେହେତୁ ତାହାଙ୍କର ସମସ୍ତ ଶାସନ ମୋହର ସମ୍ମୁଖରେ ଥିଲା

24ମୁଁ ମଧ୍ୟ ତାହାଙ୍କ ପ୍ରତି ସିଦ୍ଧ ଥିଲି

25ଏହେତୁ ସଦାପ୍ରଭୁ ମୋର ଧାର୍ମିକତାନୁସାରେ

26ତୁମ୍ଭେ ଦୟାଳୁ ପ୍ରତି ଆପଣାକୁ ଦୟାଳୁ

27ଶୁଚି ଲୋକ ପ୍ରତି ତୁମ୍ଭେ ଆପଣାକୁ ଶୁଚି ଦେଖାଇବ

28ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ଉଦ୍ଧାର କର;

29ହେ ସଦାପ୍ରଭୋ, ତୁମ୍ଭେ ମୋହର ପ୍ରଦୀପ;

30କାରଣ ମୁଁ ତୁମ୍ଭ ଦ୍ୱାରା ସୈନ୍ୟ ଉପରେ ଦୌଡ଼େ;

31ସେ ପରମେଶ୍ୱର, ତାହାଙ୍କ ପଥ ଯଥାର୍ଥ;

32ସଦାପ୍ରଭୁଙ୍କ ବିନା ଆଉ କିଏ ପରମେଶ୍ୱର?

33ପରମେଶ୍ୱର ମୋହର ଦୃଢ଼ ଆଶ୍ରୟ;

34ସେ ମୋʼ ର ପାଦକୁ ହରିଣୀର ପାଦ ତୁଲ୍ୟ କରନ୍ତି

35ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି;

36ତୁମ୍ଭେ ମଧ୍ୟ ମୋତେ ନିଜ ପରିତ୍ରାଣରୂପ ଢାଲ ଦେଇଅଛ;

37ତୁମ୍ଭେ ମୋʼ ତଳେ ମୋର ପାଦ ରଖିବା ସ୍ଥାନ ପ୍ରଶସ୍ତ କରିଅଛ

38ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛି

39ମୁଁ ସେମାନଙ୍କୁ ଏପରି ସଂହାର ଓ ଚୂର୍ଣ୍ଣ କରିଅଛି ଯେ, ସେମାନେ ଆଉ ଉଠି ନ ପାରନ୍ତି;

40ତୁମ୍ଭେ ଯୁଦ୍ଧ ନିମନ୍ତେ ବଳରୂପ ବନ୍ଧନୀରେ କଟି ପରି ବଳ ଦେଇଅଛ;

41ତୁମ୍ଭେ ମଧ୍ୟ ମୋହର ଶତ୍ରୁମାନଙ୍କ ପିଠି ମୋʼ ଆଡ଼େ ଫେରାଇଲ,

42ସେମାନେ କ୍ରନ୍ଦନ କଲେ, ମାତ୍ର ଉଦ୍ଧାରକର୍ତ୍ତା କେହି ନ ଥିଲା;

43ତହୁଁ ମୁଁ ପୃଥିବୀର ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି,

44ତୁମ୍ଭେ ମଧ୍ୟ ମୋʼ ଲୋକମାନଙ୍କ ବିବାଦରୁ ମୋତେ ରକ୍ଷା କରିଅଛ;

45ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କଲେ;

46ବିଦେଶୀୟମାନେ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିଲେ।

47ସଦାପ୍ରଭୁ ନିତ୍ୟଜୀବୀ; ମୋହର ଶୈଳ ଧନ୍ୟ ହେଉନ୍ତୁ

48ସେହି ପରମେଶ୍ୱର ମୋʼ ପକ୍ଷରେ ପରିଶୋଧ ନିଅନ୍ତି

49ପୁଣି ସେ ମୋʼ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି;

50ଏହେତୁ ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି

51ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି;

← ଦ୍ୱିତୀୟ ଶାମୁୟେଲ 21 ଦ୍ୱିତୀୟ ଶାମୁୟେଲ ଦ୍ୱିତୀୟ ଶାମୁୟେଲ 23 →