1ତହୁଁ ଆୟୁବ ଉତ୍ତର କରି କହିଲା,
2“ତୁମ୍ଭେମାନେ ତ ଲୋକ, ସନ୍ଦେହ ନାହିଁ,
3ମାତ୍ର ତୁମ୍ଭମାନଙ୍କ ପରି ଆମ୍ଭର ବୁଦ୍ଧି ଅଛି;
4ମୁଁ ମୋହର ବନ୍ଧୁମାନଙ୍କ ନିମନ୍ତେ ହାସ୍ୟାସ୍ପଦ ଲୋକ ତୁଲ୍ୟ ହୋଇଅଛି,
5ସୁଖରେ ଥିବା ଲୋକର ବୋଧରେ ବିପଦ ତୁଚ୍ଛନୀୟ;
6ଡକାୟତମାନଙ୍କର ତମ୍ବୁ ନିରାପଦ ହୁଏ
7ମାତ୍ର ଏବେ ପଶୁମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଶିକ୍ଷା ଦେବେ
8ଅବା ପୃଥିବୀକୁ ବୋଲ, ସେ ତୁମ୍ଭକୁ ଶିକ୍ଷା ଦେବ
9ସଦାପ୍ରଭୁଙ୍କ ହସ୍ତ ଯେ ଏହା କରିଅଛି, ଏସକଳ ଦ୍ୱାରା କିଏ ନ ଜାଣେ?
10ତାହାଙ୍କ ହସ୍ତରେ ପ୍ରତ୍ୟେକ ଜୀବର ପ୍ରାଣ
11ଯେପରି ରସନା ଖାଦ୍ୟର ଆସ୍ୱାଦ ପାଏ,
12ପ୍ରାଚୀନମାନଙ୍କଠାରେ ଜ୍ଞାନ ଅଛି
13ତାହାଙ୍କଠାରେ ଜ୍ଞାନ ଓ ପରାକ୍ରମ ଥାଏ;
14ଦେଖ, ସେ ଭାଙ୍ଗି ପକାନ୍ତି, ଆଉ ତାହା ପୁନଃନିର୍ମିତ ହୋଇ ନ ପାରେ;
15ଦେଖ, ସେ ଜଳରାଶିକି ଅଟକାଇଲେ, ତାହାସବୁ ଶୁଷ୍କ ହୋଇଯାଏ;
16ତାହାଙ୍କଠାରେ ବଳ ଓ ଫଳଦାୟକ କର୍ମଣ୍ୟତା ଥାଏ;
17ସେ ମନ୍ତ୍ରୀମାନଙ୍କୁ ଲୁଟିତ କରି ନେଇଯାʼନ୍ତି
18ସେ ରାଜାମାନଙ୍କର ବନ୍ଧନ ମୁକ୍ତ କରନ୍ତି
19ସେ ଯାଜକମାନଙ୍କୁ ଲୁଟିତ କରି ନେଇଯାʼନ୍ତି
20ସେ ବିଶ୍ୱସ୍ତମାନଙ୍କ ବଚନ ଅନ୍ୟଥା କରନ୍ତି
21ସେ ଅଧିକାରୀମାନଙ୍କ ଉପରେ ତୁଚ୍ଛତା ଢାଳନ୍ତି;
22ସେ ଅନ୍ଧକାରରୁ ନିଗୂଢ଼ ବିଷୟ ପ୍ରକାଶ କରନ୍ତି
23ସେ ଗୋଷ୍ଠୀୟମାନଙ୍କୁ ବୃଦ୍ଧି କରନ୍ତି ଓ ସେମାନଙ୍କୁ ବିନାଶ କରନ୍ତି;
24ସେ ପୃଥିବୀସ୍ଥ ଲୋକମାନଙ୍କ ପ୍ରଧାନବର୍ଗର ହୃଦୟ ହରଣ କରନ୍ତି
25ସେମାନେ ଆଲୁଅରହିତ ହୋଇ ଅନ୍ଧକାରରେ ଦରାଣ୍ଡି ହୁଅନ୍ତି,